କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ ଏହି କ୍ରମରେ ଶୁକ୍ରବାର କୋରାପୁଟ ଜିଲାସ୍ତରୀୟ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ବଡ଼ ପରଦା ଉପରେ ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଆୟୋଜନ କରାଯାଇଥିଲା। ସମଗ୍ର ଶିକ୍ଷା କୋରାପୁଟ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମର ତତ୍ତ୍ୱାବଧାନ କରିଥିଲେ ଜିଲା ଶିକ୍ଷା ଅଧିକାରୀ କରୁଣାକର ଭୁଏ ଏବଂ ଏହି ସିଧା ପ୍ରସାରଣ ଚାଲିଥିବା ସମୟରେ ଶିକ୍ଷା ବିଜ୍ଞାନ ସଂଯୋଜକ ଚନ୍ଦ୍ରକଳା ବଗର୍ତ୍ତି , ବାଳିକା ଶିକ୍ଷା ସଂଯୋଜକ ଶୁଭେନ୍ଦୁ ବାରିକ, ଏମ୍‌ଡିଏଆର୍‌ ଖାନ ଓ ପ୍ରଧାନଶିକ୍ଷକ ହିମାଂଶୁ ଶେଖର ଦାଶ ଉପସ୍ଥିତ ଥିଲେ। ଜିଲାର ଶିକ୍ଷା ଅନୁଷ୍ଠାନଗୁଡ଼ିକରେ ଷଷ୍ଠରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ନିମନ୍ତେ ଏହି ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଆୟୋଜନ କରାଯାଇଥିବା ବେଳେ ପୋଲିସ ଉଚ୍ଚ ବିଦ୍ୟାଳୟ, ଏକ୍ସ ବୋର୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ ସରକାରୀ ଉଚ୍ଚ ବିଦ୍ୟାଳୟ କୋରାପୁଟର ୪୦୦ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଏହି ଜିଲାସ୍ତରୀୟ ସିଧା ପ୍ରସାରଣ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri