ପୁଣିଥରେ ଏକାଠି ନଜର ଆସିଲେ ପରିଣିତି-ରାଘବ, ଖୁବଶୀଘ୍ର କରିବେ ବିବାହ!

ମୁମ୍ବାଇ: ପୁଣିଥରେ ଏକାଠି ସ୍ପଟ ହୋଇଛନ୍ତି ବଲିଉଡ ଅଭିନେତ୍ରୀ ପରିଣିତି ଚୋପ୍ରା ଓ ଆମ ଆଦମୀ ପାର୍ଟି(ଏଏପି)ର ବିଧାୟକ ରାଘବ ଚଢା। ଯେବେଠାରୁ ଏମାନେ ଏକାଠି ନଜର ଆସିଛନ୍ତି ସେବେଠାରୁ ଏମାନଙ୍କ ଆଫେୟାର୍ସକୁ ନେଇ ଆଲୋଚନା ହେଉଛି। କୁହାଯାଉଛି କି ଏମାନେ ଖୁବ ଶୀଘ୍ର ବିବାହ କରିପାରନ୍ତି। ରିପୋର୍ଟରେ କୁହାଯାଉଛି କି ପରିଣିତି ଓ ରାଘବ ନିକଟରେ ରୋକା କରିପାରନ୍ତି, ଆଉ ଏହାପରେ ଏମାନେ ବିବାହ କରିନେବେ। ଏହାରି ଭିତରେ ପରିଣିତି ଓ ରାଘବଙ୍କୁ ପୁଣିଥରେ ଦେଖିବାକୁ ମିଳିଛି।
ସୂଚନାଯୋଗ୍ୟ, ରବିବାର ସକାଳେ ପରିଣିତି ଓ ରାଘବଙ୍କୁ ଏକାଠି ମୁମ୍ବାଇ ବିମାନ ବନ୍ଦରରେ ସ୍ପଟ କରାଯାଇଛି। ସେହି ସମୟର କିଛି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଫଟୋରେ ଦେଖିବାକୁ ମିଳିଛି ରାଘବ ଜିନ୍ସ ଓ ସାର୍ଟ ପିନ୍ଧିଥିବା ବେଳେ ପରିଣିତି ବି ଜିନ୍ସ ଓ ବ୍ଲାକ ଟିସର୍ଟରେ ନଜର ଆସିଛନ୍ତି।
ପରିଣିତି ଅବା ରାଘବ ସେମାନଙ୍କ ରିଲେସନଶିପକୁ ନେଇ ଏବେ ପର୍ଯ୍ୟନ୍ତ କିଛି କହି ନ ଥିବା ବେଳେ କିଛିଦିନ ପୂର୍ବରୁ ଆମ ଆଦମୀ ପାର୍ଟି (ଏଏପି)ନେତା ସଞ୍ଜିବ ଆରୋଡା ଓ ସିଙ୍ଗର ହାର୍ଡି ସଂନ୍ଧୁ ଏହି ଲଭ ବାର୍ଡଙ୍କୁ ବିବାହ ଶୁଭେଚ୍ଛା ଜଣାଇଥିଲେ। ଆଉ ଏହାପରଠାରୁ ଏମାନଙ୍କ ବିବାହକୁ ନେଇ ଚର୍ଚ୍ଚା ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

କାଳବୈଶାଖୀ ତାଣ୍ଡବ: ଅନ୍ଧାରରେ ୪ଗାଁ

ଗଞ୍ଜାମ,୯।୬(ବିଦ୍ୟାଧର ସାହୁ): କାଳବୈଶାଖୀ ପ୍ରଭାବରେ ଝଡତୋଫାନ ଘଟି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ଝଡ଼ତୋଫାନ ବର୍ଷା ଯୋଗୁ ଅଞ୍ଚଳର…

ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ଲଣ୍ଡନ,୯ା୬: ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ ଓ ତାଙ୍କ ଟିମ୍‌ମେଟ୍‌ ଗସ୍‌ ଆଟକିନସନ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ କ୍ରିକେଟରୁ ବାଦ୍‌ ପଡ଼ିଛନ୍ତି। ଦଳର ପ୍ରୋଟୋକଲ ଭଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri