ମେ ୧୩ରେ ହେବ ପରିଣିତି-ରାଘବଙ୍କ ଏନଗେଜମେଣ୍ଟ?

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣିତି ଚୋପ୍ରା ଗତ କିଛିଦିନ ହେବ ତାଙ୍କ ପର୍ସନାଲ ଲାଇଫକୁ ନେଇ ଅଛନ୍ତି ଚର୍ଚ୍ଚାରେ। ଅଭିନେତ୍ରୀଙ୍କ ବିବାହ ଖବର କିଛି ଦିନ ହେବ ଭାଇରାଲ ହେବାରେ ଲାଗିଛି। ଅଭିନେତ୍ରୀ ପରିଣିତି ଚୋପ୍ରା ଓ ଆମ ଆଦମୀ ପାର୍ଟି(ଏଏପି) ନେତା ରାଘବ ଚଢା କିଛିଦିନ ପୂର୍ବରୁ ଏକାଠି ଲଞ୍ଚ ଓ ଡିନର ଡେଟରେ ନଜର ଆସିଥିଲେ। ସେବେଠାରୁ ଏମାନଙ୍କ ଆଫେୟାର ଓ ବିବାହକୁ ନେଇ ଖବର ଆସିବାରେ ଲାଗିଛି। ହେଲେ ଏବେ ପର୍ଯ୍ୟନ୍ତ ଏମାନଙ୍କ ମଧ୍ୟରୁ କେହି ଜଣେ ବି ଏହାକୁ ନେଇ ମୁହଁ ଖୋଲି ନାହାନ୍ତି।
ସୂଚନାଯୋଗ୍ୟ, ଚଳିତ ବର୍ଷ ମାର୍ଚ୍ଚରେ ପରିଣିତି ଓ ରାଘବଙ୍ଗୁ ଦୁଇଥର ଏକ ରେସ୍ତୋରାଁରୁ ବାହାରୁୁ ଥିବା ଦେଖାଯାଇଥିଲା। ଏହାପରଠାରୁ ଏମାନଙ୍କ ବିବାହକୁ ନେଇ ଅନୁମାନ ଲଗାଯାଉଛି। ମିଡିଆ ରିପୋର୍ଟରେ ଦାବି କରାଯାଇଛି କି ଉଭୟ ତାଙ୍କର ଏହି ସମ୍ପର୍କକୁ ଏକ ଭିନ୍ନ ରାସ୍ତାରେ ନେବାକୁ ଯାଉଛନ୍ତି। ଏବେ ମିଡିଆ ରିପୋର୍ଟରେ କୁହାଯାଉଛି କି ପରିଣିତି ଓ ରାଘବ ମେ’ ୧୩ରେ ରିଙ୍ଗ ଏନଗେଜମେଣ୍ଟ ପରିପାରନ୍ତି।
ଇଣ୍ଡିଆ ଟୁଡେର ରିପୋର୍ଟ ଅନୁଯାୟୀ, ରାଘବ ଓ ପରିଣିତି ମେ’ ୧୩ରେ ଏନଗେଜମେଣ୍ଟ କରିପାରନ୍ତି। ରିପୋର୍ଟରେ ଆହୁରି ମଧ୍ୟ କୁହାଯାଇଛି କି ଏହି ଏନଗେଜମେଣ୍ଟ ଦିଲ୍ଲୀରେ ହେବ। ଏହା ପୂର୍ବରୁ ଖବର ଆସିଥିଲା କି ପରିଣିତି ଓ ରାଘବଙ୍କ ରୋକା ସେରିମନି ସରିଯାଇଛି। ଆଉ ଏମାନେ ଚଳିତ ବର୍ଷ ଅକ୍ଟୋବରରେ ବିବାହ କରିବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri