ଏପ୍ରିଲରେ ହେବ ପରିଣିତି-ରାଘବଙ୍କ ନିର୍ବନ୍ଧ!

ମୁମ୍ବାଇ: ବଲିଉଡ ଫିଲ୍ମର ଆଗଧାଡିର ନାୟିକା ପରିଣିତି ଚୋପ୍ରା ଓ ଆମ ଆଦମୀ ପାର୍ଟି(ଏଏପି)ର ବିଧାୟକ ରାଘବ ଚଢାଙ୍କ ରିଲେଶନକୁ ନେଇ ଏବେ ଖୁବ ଚର୍ଚ୍ଚା ହେଉଛି। ଏମାନଙ୍କ ବିବାହକୁ ନେଇ ଭିନ୍ନ ଭିନ୍ନ ପ୍ରକାର ଖବର ସାମ୍ନାକୁ ଆସୁଛି। ହେଲେ ଏବେ ପର୍ଯ୍ୟନ୍ତ ପରିଣିତ ଓ ରାଘବ ଏହି ଖବରକୁ ନେଇ ଚୁପ ରହିଛନ୍ତି। ଏମାନଙ୍କ ପରିବାର ପକ୍ଷରୁ ବି ଏ ନେଇ କିଛି ଶୁଣିବାକୁ ମିଳିନାହିଁ। ହେଲେ ପରିଣିତିଙ୍କୁ ତାଙ୍କ ବିବାହ ଅବା ଏନଗେଜମେଣ୍ଟକୁ ନେଇ ଯଦି କିଛି ପ୍ରଶ୍ନ କରାଯାଏ ତେବେ ସେ ସବୁବେଳେ ବ୍ଲଶ କରିଥାଆନ୍ତି।
କିଛିଦିନ ତଳେ ପରିଣିତି ଦିଲ୍ଲୀରେ ଥିବା ବେଳେ ତାଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା। ଏହି ସମୟରେ ତାଙ୍କ କଜିନ ସିଷ୍ଟର ପ୍ରିୟଙ୍କା ଚୋପ୍ରା ଭାରତ ଆସିଥିଲେ। ତତପଶ୍ଚାତ୍‌ ଅନୁମାନ କରାଯାଉଥିଲା କି ଏପ୍ରିଲ ପ୍ରଥମ ସପ୍ତାହରେ ହୁଏତ ପରିଣିତିଙ୍କ ଶେହନାଇ ବାଜିବ। ହେଲେ ସେମିତି କିଛି ହେଲା ନାହିଁ। ଏବେ ଶୁଣିବାକୁ ମିଳୁଛି କି ଏପ୍ରିଲ ୧୦ରେ କୁଆଡେ ପରିଣିତି ଓ ରାଘବଙ୍କ ଏନଗେଜମେଣ୍ଟ ହେବ। ସୂଚନାଯୋଗ୍ୟ, ଦିଲ୍ଲୀ, ବିମାନ ବନ୍ଦରରେ ପରିଣିତିଙ୍କୁ ରାଘବଙ୍କ ସହ ଦେଖି ପ୍ୟାପାରାଜି ପ୍ରଶ୍ନ କରିବାରୁ ସେ ସାମାନ୍ୟ ଲାଜେଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri