ଏହି ରାଜନେତାଙ୍କୁ ଡେଟ୍‌ କରୁଛନ୍ତି ପରିଣୀତି

ରାଜନୀତି ଏବଂ ବଲିଉଡ ମଧ୍ୟରେ ସମ୍ପର୍କ ନୂଆ ନୁହେଁ। ଅନେକ ରାଜନେତା ବଲିଉଡ୍‌ ସେଲିବ୍ରିଟିଙ୍କୁ ବିବାହ କରିଛନ୍ତି। ନିକଟରେ ଆଉ ଜଣେ ଅଭିନେତା ଏବଂ ରାଜନେତା ପରସ୍ପରକୁ ଡେଟ୍‌ କରୁଥିବା ନେଇ ଚର୍ଚ୍ଚା ହେଉଛି। ସେମାନେ ହେଲେ ଆମ ଆଦମୀ ପାର୍ଟିର ନେତା ତଥା ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଏବଂ ଅଭିନେତ୍ରୀ ପରିଣୀତି ଚୋପ୍ରା। ଉଭୟଙ୍କୁ ନିକଟରେ ଏକ ରେଷ୍ଟୁରାଣ୍ଟ ବାହାରେ ଦେଖିବାକୁ ମିଳିଛି। ଉଭୟ ଧଳା ଶର୍ଟରେ ନଜର ଆସିଥିଲେ।
ଚଳିତ ବର୍ଷ ଜାନୁୟାରୀରେ ପରିଣୀତି ଏବଂ ରାଘବ ଚଢାଙ୍କୁ ‘ଇଣ୍ଡିଆ ୟୁକେ ଆଉଟ୍‌ଷ୍ଟାଣ୍ଡିଙ୍ଗ୍‌ ଆଚିଭର୍‌ ଅନର୍ସ’ରେ ସମ୍ମାନିତ କରାଯାଇଥିଲା। ଭାରତରେ ପ୍ରଥମଥର ପାଇଁ କେହି ଏହି ସମ୍ମାନ ପାଇଥିଲେ।
ନ୍ୟାଶନାଲ ଇଣ୍ଡିଆନ ଷ୍ଟୁଡେଣ୍ଟସ ଏବଂ ଆଲୁମିନି ୟୁନିଅନ (ଏନ୍‌ଆଇଏସଏୟୁ) ଏବଂ ଭାରତର ବ୍ରିଟିଶ କାଉନସିଲ ଏବଂ ବ୍ରିଟେନର ଅନ୍ତର୍ଜାତୀୟ ବାଣିଜ୍ୟ ବିଭାଗ (ଡିଆଇଟି)ର ମିଳିତ ସହଯୋଗରେ ଏହି ସମ୍ମାନ ସମାରୋହ ଆୟୋଜନ କରାଯାଇଥିଲା। ବ୍ରିଟିଶ ବିଶ୍ୱବିଦ୍ୟାଳୟରେ ପଢୁଥିବା ଭାରତୀୟ ଛାତ୍ରମାନଙ୍କୁ ଧ୍ୟାନରେ ରଖି ଏହି ସମାରୋହ କରାଯାଇଥିଲା। ବିଶେଷ କଥା ହେଉଛି ଭାରତୀୟ ଛାତ୍ରମାନଙ୍କ ସଫଳତାକୁ ବିଚାର କରି ଏଠାରେ ପାଳନ କରାଯାଇଥିଲା।
୧୫ ବର୍ଷ ପୂର୍ବେ ପରିଣୀତି ଚୋପ୍ରା ବ୍ରିଟେନର ମଞ୍ଚେଷ୍ଟର ସ୍କୁଲର ଛାତ୍ର ଥିଲେ। ରାଘବ ଚଢା ଲଣ୍ଡନ ସ୍କୁଲ ଅଫ ଇକୋନୋମିକ୍ସରୁ ଅଧ୍ୟୟନ କରିଛନ୍ତି। ଉଭୟ ପରିଣୀତି ଏବଂ ରାଘବ ଅଧ୍ୟୟନରେ ସ୍ମାର୍ଟ ଥିଲେ ଏବଂ ସେମାନଙ୍କ ଶ୍ରେଣୀର ଟପ୍ପର ମଧ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାରିବା ବାଜି ଜିତିଲା ରାଜସ୍ଥାନ, ୪୦ ରନରେ ଲକ୍ଷ୍ନୌ ପରାସ୍ତ

ଲକ୍ଷ୍ନୌ,୨୨ା୪: ରବୀନ୍ଦ୍ର ଜାଡେଜାଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଓ ବୋଲରଙ୍କ ଘାତକ ବୋଲିଂ ବଳରେ ରାଜସ୍ଥାନ ରୟାଲ୍ସ ୪୦ ରନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ପରାସ୍ତ କରିଛି। ଏହା…

ବ୍ରେକ୍‌ ଫେଲ୍‌ ସାଜିଲା କାଳ: ଦୁଇଟି ଟ୍ରକ୍‌ ମଧ୍ୟରେ ଚାପି ହୋଇଗଲା ବୋଲେରୋ, ଜୀବନ୍ତ ଜଳିଗଲେ ୬ ଯାତ୍ରୀ, ମୃତ୍ୟୁର ଚିତ୍କାରରେ…

ମିର୍ଜାପୁର,୨୨।୪: ମିର୍ଜାପୁର-ରିୱା ଜାତୀୟ ରାଜପଥରେ ବୁଧବାର ରାତିରେ ଏକ ହୃଦୟ ବିଦାରକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗାଡ଼ି ଦୁଇଟି ଟ୍ରକ ମଝିରେ ଚାପି ହୋଇଯିବା…

ଅସହ୍ୟ ତାତି: ବରଗଡ଼ ଜିଲାରେ ଏହି ତାରିଖ ପର୍ଯ୍ୟନ୍ତ ବଢ଼ିଲା ସ୍କୁଲ, କଲେଜ ଛୁଟି

ବରଗଡ଼, ୨୨।୪ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଅସହ୍ୟ ତାତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

ଆଉ ୧୫ ଦିନ ପରେ ବଢ଼ିପାରେ ତେଲ ଦର! ପେଟ୍ରୋଲିୟମ ଡିଲର୍ସ ସଂଘ କହିଲା….

ନୂଆଦିଲ୍ଲୀ,୨୨।୪: ତୈଳ ଦରକୁ ନେଇ ପେଟ୍ରୋଲିୟମ ଡିଲର୍ସ ସଂଘର ଆକଳନ । ଆଉ ୧୫ ଦିନ ଯୁଦ୍ଧ ସ୍ଥିତି ଲାଗିଲ ରହିଲେ, ବଢ଼ିପାରେ ତେଲ ଦର। ଅଶୋଧିତ…

ଭାରତରୁ ପାକିସ୍ତାନ ଯିବାକୁ ଖର୍ଚ୍ଚ ହୁଏ କେତେ ଟଙ୍କା? ଜାଣିଲେ ଉଡିବ ହୋସ୍‌

ଭାରତ ଏବଂ ପାକିସ୍ତାନ ପଡ଼ୋଶୀ ରାଷ୍ଟ୍ର ହୋଇଥିଲେ ମଧ୍ୟ, ଦୁଇ ଦେଶ ମଧ୍ୟରେ ଯାତ୍ରା କରିବା ଲୋକମାନେ ପ୍ରାୟତଃ ଭାବୁଥିବା ପରି ସରଳ ନୁହେଁ। ଯଦି ଆପଣ…

ଇଣ୍ଡକ୍ସନ କୁକଟପ୍‌କୁ ନେଇ ବଡ଼ ଘୋଷଣା କରିବେ ସରକାର, ସିଲିଣ୍ଡର ବ୍ୟବହାରକାରୀ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୪: ପଶ୍ଚିମ ଏସିଆର ସଙ୍କଟ ମଧ୍ୟରେ ଘରୋଇ ଉତ୍ପାଦନକୁ ବୃଦ୍ଧି କରିବା ଏବଂ ମୂଲ୍ୟ ବୃଦ୍ଧିର ମୁକାବିଲା କରିବା ପାଇଁ ସରକାର ଇଣ୍ଡକ୍ସନ କୁକଟପ ପାଇଁ ଗୁରୁତ୍ୱପୂର୍ଣ୍ଣ…

୨୫ରୁ ଝଡ଼ବର୍ଷା ଆଲର୍ଟ, IMD କହିଲା ବଢିପାରେ ପବନର ବେଗ!

ନୂଆଦିଲ୍ଲୀ,୨୨।୪: ଉତ୍ତର-ପଶ୍ଚିମ ଭାରତରେ ପ୍ରବଳ ଗରମ ଆରମ୍ଭ ହୋଇଥିବାବେଳେ, ଉତ୍ତର-ପୂର୍ୱ ଭାରତରେ ପ୍ରବଳ ବର୍ଷାର ପ୍ରକୋପ ଜାରି ରହିଛି। ପାଣିପାଗ ବିଭାଗ ଏପର୍ଯ୍ୟନ୍ତ ୧୩ଟି ରାଜ୍ୟ ପାଇଁ…

ବାଇକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, ଗାଁରୁ ଦାରିଙ୍ଗବାଡି ଆସି ଫେରୁଥିବା ବେଳେ…

ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲି ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri