ଖୁବଶୀଘ୍ର ବାଜିବ ପରିଣୀତିଙ୍କ ସାହାନାଇ

ବଲିଉଡର ପ୍ରସିଦ୍ଧ ଅଭିନେତ୍ରୀ ପରିଣୀତି ଚୋପ୍ରା ଆଜିକାଲି ରାଜ୍ୟ ସଭା ଏମ୍‌ପି ରାଘବ ଚଢାଙ୍କ ପ୍ରେମରେ ପଡିଛନ୍ତି। ଖୁବ୍‌ଶୀଘ୍ର ଉଭୟଙ୍କ ହାତଗଣ୍ଠି ପଡିବ ବୋଲି ଚର୍ଚ୍ଚା ହେଉଛି। ଏଥିପାଇଁ ଦୁହିଁଙ୍କ ପରିବାର ଲୋକଙ୍କ ମଧ୍ୟ ମଧ୍ୟ କଥାବାର୍ତ୍ତା ଆରମ୍ଭ ହୋଇଛି। ନିକଟରେ ପରିଣୀତି ଏବଂ ରାଘବଙ୍କୁ ଏକ ରେଷ୍ଟୁରାଣ୍ଟ ବାହାରେ ଏକତ୍ର ଦେଖିବାକୁ ମିଳିଥିଲା। ଯଦିଓ ଦୁହେଁ ନିଜ ରିଲେଶନଶିପ୍‌କୁ ନେଇ ଏପର୍ଯ୍ୟନ୍ତ ଖୁଲାସା କରିନାହାନ୍ତି। କିନ୍ତୁ ଦୁହିଁଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିବା ଚର୍ଚ୍ଚା ହେଉଛି। ପରିଣୀତିଙ୍କ ସହ ସମ୍ପର୍କକୁ ନେଇ ପ୍ରଶ୍ନରେ ରାଘବ କହିଛନ୍ତି, ରାଜନୀତି ବିଷୟରେ ପ୍ରଶ୍ନ କରନ୍ତୁ ପରିଣୀତିଙ୍କ ବିଷୟରେ ନୁହେଁ।
ଚଳିତ ବର୍ଷ ଜାନୁୟାରୀରେ ପରିଣୀତି ଏବଂ ରାଘବ ଚଢାଙ୍କୁ ‘ଇଣ୍ଡିଆ ୟୁକେ ଆଉଟ୍‌ଷ୍ଟାଣ୍ଡିଙ୍ଗ୍‌ ଆଚିଭର୍‌ ଅନର୍ସ’ରେ ସମ୍ମାନିତ କରାଯାଇଥିଲା। ଭାରତରେ ପ୍ରଥମଥର ପାଇଁ କେହି ଏହି ସମ୍ମାନ ପାଇଥିଲେ।
ନ୍ୟାଶନାଲ ଇଣ୍ଡିଆନ ଷ୍ଟୁଡେଣ୍ଟସ ଏବଂ ଆଲୁମିନି ୟୁନିଅନ (ଏନ୍‌ଆଇଏସଏୟୁ) ଏବଂ ଭାରତର ବ୍ରିଟିଶ କାଉନସିଲ ଏବଂ ବ୍ରିଟେନର ଅନ୍ତର୍ଜାତୀୟ ବାଣିଜ୍ୟ ବିଭାଗ (ଡିଆଇଟି)ର ମିଳିତ ସହଯୋଗରେ ଏହି ସମ୍ମାନ ସମାରୋହ ଆୟୋଜନ କରାଯାଇଥିଲା। ବ୍ରିଟିଶ ବିଶ୍ୱବିଦ୍ୟାଳୟରେ ପଢୁଥିବା ଭାରତୀୟ ଛାତ୍ରମାନଙ୍କୁ ଧ୍ୟାନରେ ରଖି ଏହି ସମାରୋହ କରାଯାଇଥିଲା। ବିଶେଷ କଥା ହେଉଛି ଭାରତୀୟ ଛାତ୍ରମାନଙ୍କ ସଫଳତାକୁ ବିଚାର କରି ଏଠାରେ ପାଳନ କରାଯାଇଥିଲା।
୧୫ ବର୍ଷ ପୂର୍ବେ ପରିଣୀତି ଚୋପ୍ରା ବ୍ରିଟେନର ମଞ୍ଚେଷ୍ଟର ସ୍କୁଲର ଛାତ୍ର ଥିଲେ। ରାଘବ ଚଢା ଲଣ୍ଡନ ସ୍କୁଲ ଅଫ ଇକୋନୋମିକ୍ସରୁ ଅଧ୍ୟୟନ କରିଛନ୍ତି। ଉଭୟ ପରିଣୀତି ଏବଂ ରାଘବ ଅଧ୍ୟୟନରେ ସ୍ମାର୍ଟ ଥିଲେ ଏବଂ ସେମାନଙ୍କ ଶ୍ରେଣୀର ଟପ୍ପର ମଧ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri