ଅଭିନୟ କରିବେ ବୋଲି ପିଜା ଖାଇବା ଛାଡି ଦେଇଥିଲେ ପରିଣିତି

ମୁମ୍ବାଇ: ବଲିଉଡ୍ କୁଇନ୍ ପରିଣିତି ଚୋପ୍ରା ଅନେକ ୟଙ୍ଗଷ୍ଟରଙ୍କର ପ୍ରଥମ ପସନ୍ଦ ନାୟିକା ବୋଲି କୁହାଯାଏ । ଅଭିନୟରେ ସେ ଯେମିତି ପାରଙ୍ଗମ ପାଠପଢାରେ ବି ସେ ସେମିତି ଆଗରେ । ଦ୍ୱାଦଶ ଶ୍ରେଣୀରେ ସେ ସାରା ଦେଶରେ ଟପ୍ କରିଥିବା ବେଳେ ରାଷ୍ଟ୍ରପତିଙ୍କ ଦ୍ୱାରା ପୁରସ୍କୃତ ବି ହୋଇଛନ୍ତି । ସେ ମ୍ୟାନଚେଷ୍ଟର ବିଜନେସ୍ ସ୍କୁଲରେ ବିଜନେସ୍‌, ଫାଇନାନ୍ସ ଓ ଇକୋନୋମିକ୍ସରେ ଟ୍ରିପିଲ ଅନର୍ସ ଡିଗ୍ରୀ ହାସଲ କରିଛନ୍ତି । ସେଠାରେ ସେ ଇନଭେଷ୍ଟମେଣ୍ଟ ବ୍ୟାଙ୍କର ଭାବେ କାମ କରୁଥିଲେ । ହେଲେ କିଛି ସମସ୍ୟା ଯୋଗୁ ସେ ଭାରତ ଫେରିଆସିଥିଲେ ଓ ତାଙ୍କ ସମ୍ପର୍କୀୟ ଭଉଣୀ ପ୍ରିୟଙ୍କା ଚୋପ୍ରାଙ୍କ ପାଖେ ରହିଥିଲେ । ପ୍ରିୟଙ୍କାଙ୍କ ପାଖରେ ରହିବା ପରେ ସେ ବଲିଉଡରେ ଏଣ୍ଟ୍ରି କରିବାକୁ ମନ ବଳାଇଥିଲେ । ଲେଡିଜ ଭର୍ସେସ ରିକି ବେହେଲରେ ସେ ପ୍ରଥମେ କାମ ଆରମ୍ଭ କରିଥିଲେ ସୁ୍‌ଦ୍ଧା ଫିଲ୍ମ ‘ଇସକଜାଦେ’ରେ ସେ ତାଙ୍କର ପରିଚୟ ସୃଷ୍ଟି କରିଥିଲେ । ଏଥିରେ ସେ ଅର୍ଜୁନ କପୁରଙ୍କ ଅପୋଜିଟର ନାୟିକା ସାଜିଥିଲେ । ଏହାପରେ ସୁଦ୍ଧ ଦେଶୀ ରୋମାନ୍ସ, ହସି ତୋ ଫସି ଗୋଲମାଲ-୪ରେ ତାଙ୍କ ଅଭିନୟ ଦର୍ଶକଙ୍କୁ ବେଶ୍ ପସନ୍ଦ ଆସିଥିଲା । କୁହାଯାଏ ପ୍ରଥରେ ପରିଣିତି ସାମାନ୍ୟ ମୋଟା ଥିଲେ । ହେଲେ ଫିଲ୍ମରେ ଅଭିନ୍ରୟ କରିବାକୁ ଚାହିଁବାରୁ ସେ ପ୍ରଥମେ ତାଙ୍କ ଓଜନ କମାଇଥିଲେ । ଆଉ ଏଥିପାଇଁ ସେ ପିଜା ଖାଇବା ଛାଡି ଦେଇଥିଲେ ବୋଲି କୁହାଯାଏ । ଏବେ ୩୨ ବର୍ଷରେ ପାଦ ଦେଇଥିବା ନାୟିକା ପରିଣିତି ଆଗକୁ ବି ଦର୍ଶକଙ୍କୁ କିଛି ହିଟ୍ ଫିଲ୍ମ ଭେଟି ଦେବେ ବୋଲି ଲକ୍ଷ୍ୟ ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ୧୦ମ ଶ୍ରେଣୀ ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମାର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬) ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri