ଚଳିତମାସରେ ପରିଣୀତି-ରାଘବଙ୍କ ପଡ଼ିବ ହାତଗଣ୍ଠି

ଅଭିନେତ୍ରୀ ପରିଣୀତି ଚୋପ୍ରା ଏବଂ ଏମ୍‌ପି ରାଘବ ଚଢା ସାତ ଜନ୍ମର ସାଥି ହେବାକୁ ଯାଉଛନ୍ତି। ଖବ୍ଶୀଘ୍ର ଉଭୟଙ୍କ ହାତଗଣ୍ଠି ପଡିବ। ସେପ୍ଟେମ୍ବର ୨୫ରେ ଉଭୟ ବିବାହ କରିବେ ବୋଲି କୁହାଯାଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କୁହାଯାଉଛି ଯେ ଏହି ବିବାହ ରାଜସ୍ଥାନର ଉଦୟପୁରର ଦ ଓବରୟ ଉଦୟବିଳାସ ହୋଟେଲରେ ଅନୁଷ୍ଠିତ ହେବ। ବିବାହରେ କେବଳ ପରିବାର ଲୋକେ ଏବଂ କିଛି ଖାସ୍‌ ବନ୍ଧୁ ଯୋଗ ଦେବେ। ପରିଣୀତି-ରାଘବଙ୍କ ବିବାହ ସମାରୋହ ଦୁଇ ଦିନ ପୂର୍ବରୁ ଅର୍ଥାତ୍‌ ୨୩ ସେପ୍ଟେମ୍ବରରୁ ଆରମ୍ଭ ହେବ। ୨୩ ସେପ୍ଟେମ୍ବରରେ ହଳଦୀ, ମେହେନ୍ଦି ଏବଂ ସଂଗୀତ ହେବ। ବିବାହରେ ଯୋଗଦେବା ପାଇଁ ସମ୍ପର୍କୀୟମାନେ ୨୨ ସେପ୍ଟେମ୍ବରରେ ଉଦୟପୁରରେ ପହଞ୍ଚିବେ। ଏହି ବିବାହରେ ପ୍ରିୟଙ୍କା ଏବଂ ନିକ ମଧ୍ୟ ଯୋଗଦେବାକୁ ଯାଉଛନ୍ତି। ଗୁରୁଗ୍ରାମରେ ରିସେପ୍ସନ ଅନୁଷ୍ଠିତ ହେବ।
ମେ ୧୩ ୨୦୨୩ରେ ଦିଲ୍ଲୀ କପୁରତାଲାରେ ଥିବା ରାଘବ ଚଢାଙ୍କ ଘରେ ଦୁହିଁଙ୍କ ନିର୍ବନ୍ଧରୀତି ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ପ୍ରାୟ ୧୫୦ ଜଣ ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଥିଲା।
ରାଘବ ଏବଂ ପରିଣୀତି ପରସ୍ପରକୁ କଲେଜ ବେଳୁ ଜାଣିଥିଲେ। ଚଳିତ ବର୍ଷ ଜାନୁୟାରୀରେ ଉଭୟଙ୍କୁ ‘ଇଣ୍ଡିଆ ୟୁକେ ଆଉଟଷ୍ଟାଣ୍ଡିଙ୍ଗ ଆଚିଭର୍‌ ଅନର୍ସ’ରେ ସମ୍ମାନିତ କରାଯାଇଥିଲା। ଭାରତରେ ପ୍ରଥମଥର ପାଇଁ କେହି ଏହି ସମ୍ମାନ ପାଇଥିଲେ।
ନ୍ୟାଶନାଲ ଇଣ୍ଡିଆନ ଷ୍ଟୁଡେଣ୍ଟସ ଏବଂ ଆଲୁମିନି ୟୁନିଅନ (ଏନଆଇଏସଏୟୁ) ଏବଂ ଭାରତର ବ୍ରିଟିଶ କାଉନସିଲ ଏବଂ ବ୍ରିଟେନର ଅନ୍ତର୍ଜାତୀୟ ବାଣିଜ୍ୟ ବିଭାଗ (ଡିଆଇଟି)ର ମିଳିତ ସହଯୋଗରେ ଏହି ସମ୍ମାନ ସମାରୋହ ଆୟୋଜନ କରାଯାଇଥିଲା। ବ୍ରିଟିଶ ବିଶ୍ୱବିଦ୍ୟାଳୟରେ ପଢୁଥିବା ଭାରତୀୟ ଛାତ୍ରମାନଙ୍କୁ ଧ୍ୟାନରେ ରଖି ଏହି ସମାରୋହ କରାଯାଇଥିଲା। ବିଶେଷ କଥା ହେଉଛି ଭାରତୀୟ ଛାତ୍ରମାନଙ୍କ ସଫଳତାକୁ ବିଚାର କରି ଏଠାରେ ପାଳନ କରାଯାଇଥିଲା।
୧୫ ବର୍ଷ ପୂର୍ବେ ପରିଣୀତି ଚୋପ୍ରା ବ୍ରିଟେନର ମଞ୍ଚେଷ୍ଟର ସ୍କୁଲର ଛାତ୍ରୀ ଥିଲେ। ରାଘବ ଚଢା ଲଣ୍ଡନ ସ୍କୁଲ ଅଫ ଇକୋନୋମିକ୍ସରୁ ଅଧ୍ୟୟନ କରିଛନ୍ତି। ଉଭୟ ପରିଣୀତି ଏବଂ ରାଘବ ଅଧ୍ୟୟନରେ ସ୍ମାର୍ଟ ଥିଲେ ଏବଂ ସେମାନଙ୍କ ଶ୍ରେଣୀର ଟପ୍ପର ମଧ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri