ଏହି କାରଣରୁ ପରିଣୀତିଙ୍କ ବିବାହରେ ସାମିଲ ହୋଇ ନ ଥିଲେ ପ୍ରିୟଙ୍କା

ମୁମ୍ବାଇ: ଅଭିନେତ୍ରୀ ପରିଣୀତି ଚୋପ୍ରା ଏବଂ ରାଘବ ଚଢା ଉଦୟପୁରରେ ଘନିଷ୍ଠ ବନ୍ଧୁ ଏବଂ ପରିବାର ଲୋକଙ୍କ ଉପସ୍ଥିତିରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଏହି ଦମ୍ପତିଙ୍କ ବିବାହରେ ବହୁ ପ୍ରସିଦ୍ଧ ବ୍ୟକ୍ତିତ୍ୱ ଯୋଗ ଦେଇଥିବାବେଳେ ଅଭିନେତ୍ରୀଙ୍କ ମିମି ଦିଦି ଅର୍ଥାତ୍‌ ପ୍ରିୟଙ୍କା ଚୋପ୍ରା ଏବଂ ତାଙ୍କ ଜିଜୁ ନିକ ଜୋନାସଙ୍କ ଅନୁପସ୍ଥିତି ଏକ ଚର୍ଚ୍ଚାର ବିଷୟ ହୋଇଥିଲା। ଏପରିକି ପ୍ରିୟଙ୍କା ନିଜ ଭଉଣୀ ପରିଣୀତି ଏବଂ ରାଘବଙ୍କୁ ସେମାନଙ୍କ ବଡ ଦିନରେ କୌଣସି ଉପହାର ପଠାଇନାହାନ୍ତି। ବର୍ତ୍ତମାନ ସମସ୍ତ କଳ୍ପନାଜଳ୍ପନା ମଧ୍ୟରେ ପ୍ରିୟଙ୍କା ଚୋପ୍ରା ଭଉଣୀ ପରିଣୀତିଙ୍କ ବିବାହରେ ଯୋଗ ନ ଦେବା ପଛର କାରଣ ସାମ୍ନାକୁ ଆସିଛି।

ପରିଣୀତି ଏବଂ ରାଘବଙ୍କ ବିବାହରେ ପ୍ରିୟଙ୍କା ଚୋପ୍ରାଙ୍କ ମା’ ଉପସ୍ଥିତି ଥିଲେ। ସେ ପରିଣୀତିଙ୍କ ସଂଗୀତ ସମାରୋହରୁ ନିଜ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ପ୍ରିୟଙ୍କା ଚୋପ୍ରାଙ୍କ ମା’ ମଧୁ ଚୋପ୍ରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ସେ ପ୍ରିୟଙ୍କାଙ୍କ ଭଉଣୀଙ୍କ ବିବାହରେ ଯୋଗ ନ ଦେବାର କାରଣ ପ୍ରକାଶ କରିଛନ୍ତି।

ମଧୁ ଚୋପ୍ରା ପ୍ରକାଶ କରିଛନ୍ତି, ପ୍ରିୟଙ୍କାଙ୍କ ବିବାହରେ ସାମିଲ ନ ହେବାର ପ୍ରକୃତ କାରଣ ହେଉଛି କାମ। ମଧୁ ଚୋପ୍ରା କହିଛନ୍ତି, କାମ କାରଣରୁ ସେ ଆସିପାରିନାହାନ୍ତି। ସେ ଏହା ମଧ୍ୟ ପ୍ରକାଶ କରିଛନ୍ତି ଯେ, ପ୍ରିୟଙ୍କା କୌଣସି ଉପହାର ପଠାଇନାହାଁନ୍ତି । କେବଳ ଆଶୀର୍ବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri