ଏହି ଦିନ ବିବାହ କରିବେ ପରିଣୀତି-ରାଘବ!

ସାତ ଜନ୍ମର ସାଥି ହେବାକୁ ଯାଉଛନ୍ତି ଅଭିନେତ୍ରୀ ପରିଣୀତି ଚୋପ୍ରା ଏବଂ ଏମ୍‌ପି ରାଘବ ଚଢା। ଖବ୍‌ଶୀଘ୍ର ଉଭୟଙ୍କ ହାତଗଣ୍ଠି ପଡିବ। ସେପ୍ଟେମ୍ବର ୨୫ରେ ଉଭୟ ବିବାହ କରିବେ ବୋଲି କୁହାଯାଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ତେବେ ବିବାହ ତାରିଖ ସମ୍ପର୍କରେ ଦୁହିଁଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇ ନାହିଁ। କୁହାଯାଉଛି ଯେ ଏହି ବିବାହ ରାଜସ୍ଥାନରେ ହେବ। ଗୁରୁଗ୍ରାମରେ ରିସେପ୍ସନ ଅନୁଷ୍ଠିତ ହେବ।
ମେ ୧୩ ୨୦୨୩ରେ ଦିଲ୍ଲୀ କପୁରତାଲାରେ ଥିବା ରାଘବ ଚଢାଙ୍କ ଘରେ ଦୁହିଁଙ୍କ ନିର୍ବନ୍ଧ ରୀତି ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ପ୍ରାୟ ୧୫୦ ଜଣ ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଥିଲା।
ରାଘବ ଏବଂ ପରିଣୀତି ପରସ୍ପରକୁ କଜେଲ ବେଳୁ ଜାଣିଥିଲେ। ଚଳିତ ବର୍ଷ ଜାନୁୟାରୀରେ ଉଭୟଙ୍କୁ ‘ଇଣ୍ଡିଆ ୟୁକେ ଆଉଟଷ୍ଟାଣ୍ଡିଙ୍ଗ ଆଚିଭର୍‌ ଅନର୍ସ’ରେ ସମ୍ମାନିତ କରାଯାଇଥିଲା। ଭାରତରେ ପ୍ରଥମଥର ପାଇଁ କେହି ଏହି ସମ୍ମାନ ପାଇଥିଲେ।
ନ୍ୟାଶନାଲ ଇଣ୍ଡିଆନ ଷ୍ଟୁଡେଣ୍ଟସ ଏବଂ ଆଲୁମିନି ୟୁନିଅନ (ଏନଆଇଏସଏୟୁ) ଏବଂ ଭାରତର ବ୍ରିଟିଶ କାଉନସିଲ ଏବଂ ବ୍ରିଟେନର ଅନ୍ତର୍ଜାତୀୟ ବାଣିଜ୍ୟ ବିଭାଗ (ଡିଆଇଟି)ର ମିଳିତ ସହଯୋଗରେ ଏହି ସମ୍ମାନ ସମାରୋହ ଆୟୋଜନ କରାଯାଇଥିଲା। ବ୍ରିଟିଶ ବିଶ୍ୱବିଦ୍ୟାଳୟରେ ପଢୁଥିବା ଭାରତୀୟ ଛାତ୍ରମାନଙ୍କୁ ଧ୍ୟାନରେ ରଖି ଏହି ସମାରୋହ କରାଯାଇଥିଲା। ବିଶେଷ କଥା ହେଉଛି ଭାରତୀୟ ଛାତ୍ରମାନଙ୍କ ସଫଳତାକୁ ବିଚାର କରି ଏଠାରେ ପାଳନ କରାଯାଇଥିଲା।
୧୫ ବର୍ଷ ପୂର୍ବେ ପରିଣୀତି ଚୋପ୍ରା ବ୍ରିଟେନର ମଞ୍ଚେଷ୍ଟର ସ୍କୁଲର ଛାତ୍ର ଥିଲେ। ରାଘବ ଚଢା ଲଣ୍ଡନ ସ୍କୁଲ ଅଫ ଇକୋନୋମିକ୍ସରୁ ଅଧ୍ୟୟନ କରିଛନ୍ତି। ଉଭୟ ପରିଣୀତି ଏବଂ ରାଘବ ଅଧ୍ୟୟନରେ ସ୍ମାର୍ଟ ଥିଲେ ଏବଂ ସେମାନଙ୍କ ଶ୍ରେଣୀର ଟପ୍ପର ମଧ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

କାହିଁକି ବାତିଲ ହେଲା IPL 2026 ଉଦ୍‌ଘାଟନୀ ଉତ୍ସବ, ଜାଣନ୍ତୁ ପ୍ରକୃତ କାରଣ…

ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍‌। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ…

ଟେନ୍‌ସନ୍‌ରେ ଆମେରିକା: ଇରାନ ବିକଶିତ କରୁଛି ଏମିତି ଜିନିଷ

ଓ୍ବାଶିଂଟନ୍‌,୨୭।୩: ଯୁଦ୍ଧ ମଧ୍ୟରେ ଇରାନ ଏକ ଜ୍ୟାକେଟ ଯୁକ୍ତ ପରମାଣୁ ବୋମା ବିକଶିତ କରିପାରେ। ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏହି ଚିନ୍ତା ପ୍ରକାଶ କରିଛନ୍ତି। ଭାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri