ରାଘବଙ୍କ ସହ ସମ୍ପର୍କକୁ ନେଇ ଏମିତି ପ୍ରତିକ୍ରିୟା ଦେଲେ ପରିଣୀତି

ଆଜିକାଲି ଅଭିନେତ୍ରୀ ପରିଣୀତି ଚୋପ୍ରା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏବେ ତାଙ୍କ ନାମ ଆମ ଆଦମୀ ପାର୍ଟି ଏମ୍‌ପି ରାଘବ ଚଢାଙ୍କ ସହ ଯୋଡା ଯାଉଛି। ଖୁବ୍‌ଶୀଘ୍ର ଉଭୟ ବିବାହ ବନ୍ଧନରେ ଆବଦ୍ଧ ହେବେ ବୋଲି କୁହାଯାଉଛି। ପରି-ରାଘବଙ୍କ ସମ୍ପର୍କକୁ ଆମ ଆଦମୀ ପାର୍ଟିର ଏମ୍‌ପି ସଞ୍ଜୀବ ଆରୋରା ମଧ୍ୟ ଉତ୍ସାହିତ ଅଛନ୍ତି। ସଞ୍ଜୀବ ଟୁଇଟ୍‌ ଯୋଗେ ସେମାନଙ୍କ ସମ୍ପର୍କକୁ ନିଶ୍ଚିତ କରିଛନ୍ତି। ଏସବୁ ଭିତରେ ପରିଣୀତିଙ୍କ ପ୍ରତିକ୍ରିୟା ମଧ୍ୟ ଆସିଛି।
ନିକଟରେ ପରିଣୀତିଙ୍କୁ ବିମାନବନ୍ଦରରେ ଦେଖିବାକୁ ମିଳିଥିଲା। ଏହି ସମୟରେ ତାଙ୍କୁ ଫଟୋଗ୍ରାଫର ରାଘବ ସହ ସମ୍ପର୍କ ବିଷୟରେ ପ୍ରଶ୍ନ କରିଥିଲେ। ପରିଣୀତି ଫଟୋଗ୍ରାଫରଙ୍କ ପ୍ରଶ୍ନ ଉପରେ ଯଦିଓ ଖୋଲାଖୋଲି କିଛି କହି ନାହାଁନ୍ତି, କିନ୍ତୁ ତାଙ୍କ ମୁହଁରେ ହସ ପୁରା ବାସ୍ତବତାକୁ କହିଛି। ସେ କେବଳ ହସି ହସି ଧନ୍ୟବାଦ୍‌ ଦେଇଥିଲେ। ଭାଇରାଲଭାୟାନିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଭିଡିଓ ଶେୟାର କରାଯାଇଛି।
ନିକଟରେ ପରିଣୀତି ଏବଂ ରାଘବଙ୍କୁ ଏକ ରେଷ୍ଟୁରାଣ୍ଟ ବାହାରେ ଏକତ୍ର ଦେଖିବାକୁ ମିଳିଥିଲା। ଯଦିଓ ଦୁହେଁ ନିଜ ରିଲେଶନଶିପ୍‌କୁ ନେଇ ଏପର୍ଯ୍ୟନ୍ତ ଖୁଲାସା କରିନାହାନ୍ତି। କିନ୍ତୁ ଦୁହିଁଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିବା ଚର୍ଚ୍ଚା ହେଉଛି। ପରିଣୀତିଙ୍କ ସହ ସମ୍ପର୍କକୁ ନେଇ ପ୍ରଶ୍ନରେ ରାଘବ କହିଛନ୍ତି, ରାଜନୀତି ବିଷୟରେ ପ୍ରଶ୍ନ କରନ୍ତୁ ପରିଣୀତିଙ୍କ ବିଷୟରେ ନୁହେଁ।
ଚଳିତ ବର୍ଷ ଜାନୁୟାରୀରେ ପରିଣୀତି ଏବଂ ରାଘବ ଚଢାଙ୍କୁ ‘ଇଣ୍ଡିଆ ୟୁକେ ଆଉଟ୍‌ଷ୍ଟାଣ୍ଡିଙ୍ଗ୍‌ ଆଚିଭର୍‌ ଅନର୍ସ’ରେ ସମ୍ମାନିତ କରାଯାଇଥିଲା। ଭାରତରେ ପ୍ରଥମଥର ପାଇଁ କେହି ଏହି ସମ୍ମାନ ପାଇଥିଲେ।
ନ୍ୟାଶନାଲ ଇଣ୍ଡିଆନ ଷ୍ଟୁଡେଣ୍ଟସ ଏବଂ ଆଲୁମିନି ୟୁନିଅନ (ଏନ୍‌ଆଇଏସଏୟୁ) ଏବଂ ଭାରତର ବ୍ରିଟିଶ କାଉନସିଲ ଏବଂ ବ୍ରିଟେନର ଅନ୍ତର୍ଜାତୀୟ ବାଣିଜ୍ୟ ବିଭାଗ (ଡିଆଇଟି)ର ମିଳିତ ସହଯୋଗରେ ଏହି ସମ୍ମାନ ସମାରୋହ ଆୟୋଜନ କରାଯାଇଥିଲା। ବ୍ରିଟିଶ ବିଶ୍ୱବିଦ୍ୟାଳୟରେ ପଢୁଥିବା ଭାରତୀୟ ଛାତ୍ରମାନଙ୍କୁ ଧ୍ୟାନରେ ରଖି ଏହି ସମାରୋହ କରାଯାଇଥିଲା। ବିଶେଷ କଥା ହେଉଛି ଭାରତୀୟ ଛାତ୍ରମାନଙ୍କ ସଫଳତାକୁ ବିଚାର କରି ଏଠାରେ ପାଳନ କରାଯାଇଥିଲା।
୧୫ ବର୍ଷ ପୂର୍ବେ ପରିଣୀତି ଚୋପ୍ରା ବ୍ରିଟେନର ମଞ୍ଚେଷ୍ଟର ସ୍କୁଲର ଛାତ୍ର ଥିଲେ। ରାଘବ ଚଢା ଲଣ୍ଡନ ସ୍କୁଲ ଅଫ ଇକୋନୋମିକ୍ସରୁ ଅଧ୍ୟୟନ କରିଛନ୍ତି। ଉଭୟ ପରିଣୀତି ଏବଂ ରାଘବ ଅଧ୍ୟୟନରେ ସ୍ମାର୍ଟ ଥିଲେ ଏବଂ ସେମାନଙ୍କ ଶ୍ରେଣୀର ଟପ୍ପର ମଧ୍ୟ ଥିଲେ।

 

View this post on Instagram

 

A post shared by Viral Bhayani (@viralbhayani)


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri