ଖୁସି ଖବର ଦେଲେ ପରିଣୀତି: ସୁନ୍ଦର ଫଟୋ ଶେୟାର କରି କହିଲେ…

ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଆମ ଆଦମୀ ପାର୍ଟି (AAP) ଏମ୍‌ପି ତଥା ସ୍ବାମୀ ରାଘବ ଚଡ୍ଡା ସହ ସେ ନିଜର ପ୍ରଥମ ସନ୍ତାନକୁ ସ୍ବାଗତ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଉଭୟ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ମାଧ୍ୟମରେ ଘୋଷଣା କରିଛନ୍ତି। ଦମ୍ପତି ଏକ ଗୋଲ କେକର ଏକ ସୁନ୍ଦର ଫଟୋ ଶେୟାର କରିଛନ୍ତି, ଯାହା ଉପରେ ‘1 + 1 = 3’ ଲେଖାଯାଇଛି ଏବଂ ତା’ ତଳେ ଦୁଇଟି ଛୋଟ ସୁନା ପାଦଚିହ୍ନ ଅଛି। ଉଭୟ ଲେଖିଛନ୍ତି, ଆମର ଛୋଟ ୟୁନିଭର୍ସ ଆସୁଛି… ଅସୀମ ଆଶୀର୍ବାଦ କାମନା। ଏହି ପୋଷ୍ଟରେ ବଲିଉଡ ସେଲିବ୍ରିଟି ଏବଂ ରାଜନୈତିକ ପ୍ରମୁଖ ବ୍ୟକ୍ତିମାନେ ମଧ୍ୟ ସେମାନଙ୍କୁ ଅଭିନନ୍ଦନ ଜଣାଇଥିବା ଦେଖାଯାଉଛି।

ରାଘବ ଚଢା ଏବଂ ପରିଣୀତି ଚୋପ୍ରା ୨୦୨୩ରେ ଡେଟିଂ ଆରମ୍ଭ କରିଥିଲେ, କିନ୍ତୁ ଉଭୟ କେବେବି ସାର୍ବଜନୀନ ଭାବରେ ସେମାନଙ୍କ ସମ୍ପର୍କ ବିଷୟରେ କହି ନ ଥିଲେ। ୨୦୨୩ ମେ ମାସରେ ଉଭୟଙ୍କର ନିର୍ବନ୍ଧ କରିଥିଲେ। ସେମାନେ ସେପ୍ଟେମ୍ବର ୨୦୨୩ରେ ରାଜସ୍ଥାନର ଉଦୟପୁରରେ ପାରମ୍ପରିକ ହିନ୍ଦୁ ରୀତିନୀତିରେ ବିବାହ କରିଥିଲେ।

ଗତ କିଛି ମାସ ଧରି ପରିଣୀତିଙ୍କ ଗର୍ଭବତୀ ଥିବାର ଖବର ସାମ୍ନାକୁ ଆସିଥିଲା। ନିକଟରେ, ଦି ଗ୍ରେଟ ଇଣ୍ଡିଆନ କପିଲ ଶୋରେ ରାଘବ କହିଥିଲେ,ସେ ଖୁବ୍‌ଶୀଘ୍ର ଭଲ ଖବର ଦେବେ, ଯାହା ଶୁଣି ପରିଣୀତି ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।

 

View this post on Instagram

 

A post shared by @parineetichopra


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri