ଅନିଶ୍ଚିତତାରେ ପାରିନୂଆପଡ଼ା ବଳିତର ଘାଟ ପୋଲ

ରାଜକନିକା, ୨୦ା୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ପାରିନୂଆପଡା ପଞ୍ଚାୟତର ବୈତରଣୀ ନଦୀର ବଳିତର ଘାଟରେ ଏକ ପୋଲ ନିର୍ମାଣ ପାଇଁ ୬୦ ବର୍ଷ ହେଲା ସ୍ଥାନୀୟ ଲୋକେ ଦାବି କରି ଆସୁଛନ୍ତି। ହେଲେ ରାଜନୈତିକ ଇଚ୍ଛାଶକ୍ତିର ଅଭାବରୁ ଏହି ପୋଲ ନିର୍ମାଣ ହୋଇ ପାରୁନାହିଁ ବୋଲି ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି। ତେଣୁ ପୋଲ ନିର୍ମାଣକୁ ନେଇ ଅନିଶ୍ଚିତତା ପ୍ରକାଶ ପାଇଛି। ଏହି ଘାଟରେ ଅବଦୁଲପୁର, ହାଟସାହି, ଚରପଡା, ପଣସଗଣ୍ଡ, ପଧାନପଡା, ନମତରା, ଦେଉଳତରା, ସିହୋପଡା ଓ ପାରିନୂଆପଡା, ହାବଳଗଣ୍ଡ, ଉଜାଙ୍ଗ ଅଞ୍ଚଳର ଶତାଧିକ ଲୋକ ଆଳି, ପଟ୍ଟାମୁଣ୍ଡାଇ, କେନ୍ଦ୍ରାପଡ଼ା, କଟକ ଓ ଭୁବନେଶ୍ୱରକୁ ବିଭିନ୍ନ କାର୍ଯ୍ୟରେ ଯାଉଛନ୍ତି। ଏହାଛଡା ଏହି ଅଞ୍ଚଳରୁ ଶତାଧିକ ଛାତ୍ରୀଛାତ୍ର ଆଳି, ପଟ୍ଟାମୁଣ୍ଡାଇ, କେନ୍ଦ୍ରାପଡା, କଟକ ଓ ଭୁବନେଶ୍ୱରର ବିଭିନ୍ନ କଲେଜରେ ପଢୁଛନ୍ତି। ୨୦୨୧ ଡିସେମ୍ବର ୨୬ରେ ଆଇନମନ୍ତ୍ରୀ ପ୍ରତାପ ଜେନା ଓ ଆଳି ବିଧାୟକ ପ୍ରତାପ କେଶରୀ ଦେବ ଓଳାଭରଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଳିତରଘାଟ ପୋଲ ପାଇଁ ୧୦୮ କୋଟି ମଞ୍ଜୁର କରିଛନ୍ତି ବୋଲି କହିଥିଲେ। ହେଲେ ୬ ମାସ ବିତିଗଲା ପରେ ମଧ୍ୟ ଆଜି ପର୍ଯ୍ୟନ୍ତ ପୋଲ କାମ ଆରମ୍ଭ ହେଲାନାହିଁ। ୩ ବର୍ଷ ତଳେ ଟେଣ୍ଡର ନେଇଥିବା କୋଲକତାର ଏକ ଠିକା ସଂସ୍ଥା କାମ ଆରମ୍ଭ କରିବାକୁ ଯାଉଥିବା ବେଳେ ବୈତରଣୀ ନଦୀ ପଥ ଦେଇ ଯାଜପୁର ରୋଡରୁ କଞ୍ଚାମାଳ ଧାମରା ବନ୍ଦରକୁ ନେବାକୁ କେନ୍ଦ୍ର ସରକାର ସ୍ଥିର କରିଥିଲେ। ତେଣୁ ପୋଲ କାମ ଅଟକିଗଲା। ଏହା ପରେ କାମ ବନ୍ଦ ରହିଛି। ତେଣୁ ତୁରନ୍ତ ବଳିତର ଘାଟ ପୋଲ ଆରମ୍ଭ କରିବାକୁ ସାମାଜିକ କର୍ମୀ ଡ. ଗୋପାଳକୃଷ୍ଣ ପରିଡା, ଗୋବର୍ଦ୍ଧନ ବରଜ, ଅବସରପ୍ରାପ୍ତ ଶିକ୍ଷକ ପରମେଶ୍ୱର ବିଶ୍ୱାଳ, ବିରଞ୍ଚତ୍ ନାରାୟଣ ରାଉତ, ରାହାସ ବିହାରୀ ପରିଡା ଓ ଜିଲା ପରିଷଦ ସଭ୍ୟ ପ୍ରତାପ ଚନ୍ଦ୍ର ବେହେରା ପ୍ରମୁଖ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଓ ଆଳି ବିଧାୟକ ଦେବଙ୍କ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ

ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର‌ ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା ।…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

‘ଯଦି ତୁମର ଲଜ୍ଜା ଅଛି, ତେବେ ହାତ ଯୋଡି ୧୪୦ କୋଟି ଜନତାଙ୍କୁ କ୍ଷମା ମାଗ’, କାହିଁକି ସୋନିଆଙ୍କୁ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୧୬।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବର୍ତ୍ତମାନ ରାଜସ୍ଥାନ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ମନ୍ତବ୍ୟ ଦେଇଥିଲେ ଯେ କଂଗ୍ରେସ ଦଳର ମୁଖ୍ୟାଳୟରେ ‘ବନ୍ଦେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri