ଅନିଶ୍ଚିତତାରେ ପାରିନୂଆପଡ଼ା ବଳିତର ଘାଟ ପୋଲ

ରାଜକନିକା, ୨୦ା୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ପାରିନୂଆପଡା ପଞ୍ଚାୟତର ବୈତରଣୀ ନଦୀର ବଳିତର ଘାଟରେ ଏକ ପୋଲ ନିର୍ମାଣ ପାଇଁ ୬୦ ବର୍ଷ ହେଲା ସ୍ଥାନୀୟ ଲୋକେ ଦାବି କରି ଆସୁଛନ୍ତି। ହେଲେ ରାଜନୈତିକ ଇଚ୍ଛାଶକ୍ତିର ଅଭାବରୁ ଏହି ପୋଲ ନିର୍ମାଣ ହୋଇ ପାରୁନାହିଁ ବୋଲି ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି। ତେଣୁ ପୋଲ ନିର୍ମାଣକୁ ନେଇ ଅନିଶ୍ଚିତତା ପ୍ରକାଶ ପାଇଛି। ଏହି ଘାଟରେ ଅବଦୁଲପୁର, ହାଟସାହି, ଚରପଡା, ପଣସଗଣ୍ଡ, ପଧାନପଡା, ନମତରା, ଦେଉଳତରା, ସିହୋପଡା ଓ ପାରିନୂଆପଡା, ହାବଳଗଣ୍ଡ, ଉଜାଙ୍ଗ ଅଞ୍ଚଳର ଶତାଧିକ ଲୋକ ଆଳି, ପଟ୍ଟାମୁଣ୍ଡାଇ, କେନ୍ଦ୍ରାପଡ଼ା, କଟକ ଓ ଭୁବନେଶ୍ୱରକୁ ବିଭିନ୍ନ କାର୍ଯ୍ୟରେ ଯାଉଛନ୍ତି। ଏହାଛଡା ଏହି ଅଞ୍ଚଳରୁ ଶତାଧିକ ଛାତ୍ରୀଛାତ୍ର ଆଳି, ପଟ୍ଟାମୁଣ୍ଡାଇ, କେନ୍ଦ୍ରାପଡା, କଟକ ଓ ଭୁବନେଶ୍ୱରର ବିଭିନ୍ନ କଲେଜରେ ପଢୁଛନ୍ତି। ୨୦୨୧ ଡିସେମ୍ବର ୨୬ରେ ଆଇନମନ୍ତ୍ରୀ ପ୍ରତାପ ଜେନା ଓ ଆଳି ବିଧାୟକ ପ୍ରତାପ କେଶରୀ ଦେବ ଓଳାଭରଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଳିତରଘାଟ ପୋଲ ପାଇଁ ୧୦୮ କୋଟି ମଞ୍ଜୁର କରିଛନ୍ତି ବୋଲି କହିଥିଲେ। ହେଲେ ୬ ମାସ ବିତିଗଲା ପରେ ମଧ୍ୟ ଆଜି ପର୍ଯ୍ୟନ୍ତ ପୋଲ କାମ ଆରମ୍ଭ ହେଲାନାହିଁ। ୩ ବର୍ଷ ତଳେ ଟେଣ୍ଡର ନେଇଥିବା କୋଲକତାର ଏକ ଠିକା ସଂସ୍ଥା କାମ ଆରମ୍ଭ କରିବାକୁ ଯାଉଥିବା ବେଳେ ବୈତରଣୀ ନଦୀ ପଥ ଦେଇ ଯାଜପୁର ରୋଡରୁ କଞ୍ଚାମାଳ ଧାମରା ବନ୍ଦରକୁ ନେବାକୁ କେନ୍ଦ୍ର ସରକାର ସ୍ଥିର କରିଥିଲେ। ତେଣୁ ପୋଲ କାମ ଅଟକିଗଲା। ଏହା ପରେ କାମ ବନ୍ଦ ରହିଛି। ତେଣୁ ତୁରନ୍ତ ବଳିତର ଘାଟ ପୋଲ ଆରମ୍ଭ କରିବାକୁ ସାମାଜିକ କର୍ମୀ ଡ. ଗୋପାଳକୃଷ୍ଣ ପରିଡା, ଗୋବର୍ଦ୍ଧନ ବରଜ, ଅବସରପ୍ରାପ୍ତ ଶିକ୍ଷକ ପରମେଶ୍ୱର ବିଶ୍ୱାଳ, ବିରଞ୍ଚତ୍ ନାରାୟଣ ରାଉତ, ରାହାସ ବିହାରୀ ପରିଡା ଓ ଜିଲା ପରିଷଦ ସଭ୍ୟ ପ୍ରତାପ ଚନ୍ଦ୍ର ବେହେରା ପ୍ରମୁଖ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଓ ଆଳି ବିଧାୟକ ଦେବଙ୍କ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri