ପ୍ୟାରିସର ମ୍ୟୁଜିୟମରୁ ନାପୋଲିଅନଙ୍କ ମୂଲ୍ୟବାନ ଅଳଙ୍କାର ଲୁଟିନେଲେ ଚୋର

ନୂଆଦିଲ୍ଲୀ,୧୯ା୧୦: ପ୍ୟାରିସର ବିଶ୍ୱବିଖ୍ୟାତ ଲୁଭ୍ର ମ୍ୟୁଜିୟମ୍, ଯେଉଁଠାରେ ମୋନାଲିସା ଭଳି ଐତିହାସିକ ସମ୍ପଦ ରହିଛି, ରବିବାର ଏକ ଚୋରୀ ଘଟଣା ପରେ ବନ୍ଦ ରହିଛି। ଫ୍ରାନ୍ସର ସଂସ୍କୃତି ମନ୍ତ୍ରୀ ରଚିଡା ଦାତି ସକାଳେ ଏହି ଚୋରୀ ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, “ଆଜି ସକାଳେ ଲୁଭ୍ର ମ୍ୟୁଜିୟମ୍ ଖୋଲିବା ସମୟରେ ଏକ ଚୋରୀ ଘଟିଛି। କେହି ଆହତ ହୋଇନାହାନ୍ତି। ମୁଁ ମ୍ୟୁଜିୟମ୍ କର୍ମଚାରୀ ଓ ପୋଲିସଙ୍କ ସହ ଘଟଣାସ୍ଥଳରେ ଅଛି।”

ପୋଲିସ ସୂତ୍ର ଅନୁଯାୟୀ, ଚୋରମାନେ ସ୍କୁଟରରେ ଆସି ଛୋଟ ଚେନ୍‌ସରେ ବ୍ୟବହାର କରି ମ୍ୟୁଜିୟମ୍‌ର ଏକ ମାଲବାହୀ ଲିଫ୍ଟ ଦେଇ ଅପୋଲୋ ଗ୍ୟାଲେରୀରେ ପହଞ୍ଚିଥିଲେ। ସେମାନେ ସେନ୍ ନଦୀ ଆଡ଼କୁ ନିର୍ମାଣାଧୀନ ମୁଖ୍ୟ ପ୍ରବେଶପଥ ଦେଇ ପଶି ତାଲା ଭାଙ୍ଗି ନାପୋଲିଅନ ଓ ମହାରାଣୀଙ୍କ ଅଳଙ୍କାର ସଂଗ୍ରହରୁ ନଅଟି ମୂଲ୍ୟବାନ ଅଳଙ୍କାର ଚୋରି କରିଥିଲେ। ଏହି ଚୋରୀ ମାତ୍ର ସାତ ମିନିଟ୍‌ରେ ସମ୍ପନ୍ନ ହୋଇଥିଲା ବୋଲି ଫ୍ରାନ୍ସର ଗୃହମନ୍ତ୍ରୀ ଲରେଂଟ ନୁନେଜ କହିଛନ୍ତି।

ମ୍ୟୁଜିୟମ୍ କର୍ତ୍ତୃପକ୍ଷ ଏପର୍ଯ୍ୟନ୍ତ ଘଟଣା ସମ୍ପର୍କରେ କୌଣସି ମନ୍ତବ୍ୟ ଦେଇନାହାନ୍ତି, କିନ୍ତୁ “ଅସାଧାରଣ କାରଣ” ଦର୍ଶାଇ ମ୍ୟୁଜିୟମ୍ ଆଜି ବନ୍ଦ ରହିଛି। ଚୋରୀ ହୋଇଥିବା ଅଳଙ୍କାରର ମୂଲ୍ୟ ଏପର୍ଯ୍ୟନ୍ତ ମୂଲ୍ୟାଙ୍କନ କରାଯାଉଛି। ମ୍ୟୁଜିୟମ୍ ବାହାରେ ବ୍ୟାରିକେଡ୍ ଲଗାଯାଇଛି ଓ ଆଖପାଖରେ ଟ୍ରାଫିକ ନିୟନ୍ତ୍ରଣ କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri