Posted inଖେଳ

ଫାଇନାଲରେ ଭିନେଶ ଫୋଗଟ; ପଦକ ପକ୍କା

ନୂଆଦିଲ୍ଲୀ,୬।୮: ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ର ୫୦ କିଗ୍ରା ମହିଳା କୁସ୍ତି ଇଭେଣ୍ଟର ଫାଇନାଲରେ ପହଞ୍ଚି ଇତିହାସ ରଚିଛନ୍ତି ଭିନେଶ ଫୋଗଟ। ଟୋକିଓ ବିଫଳତାକୁ ପଛରେ ପକାଇ ଭିନେଶ ସୋମବାର ଲଢୁଆ ପ୍ରଦର୍ଶନ କରିଥିଲେ। ପ୍ରଥମ ରାଉଣ୍ଡରେ ଡିଫେଣ୍ଡିଂ ଚାମ୍ପିୟନ ତଥା ବିଶ୍ୱ ଚାମ୍ପିୟନ ଜାପାନର ୟୁଇ ସୁସାକିଙ୍କୁ ହରାଇଥିଲେ ଭିନେଶ। ପରବର୍ତ୍ତୀ ମ୍ୟାଚରେ ଉଚ୍ଚ ର଼୍ୟାଙ୍କିଙ୍ଗପ୍ରାପ୍ତ ୟୁକ୍ରେନ୍‌ର ଓକସାନା ଲିଭାଚ୍‌ଙ୍କୁ ହରାଇଥିଲେ ଭିନେଶ।

ସେମି ଫାଇନାଲରେ କ୍ୟୁବାର ୟୁସନେୟୁସ ଗଜମାନଙ୍କୁ ୫-୦ରେ ଏକପାଖିଆ ଭାବରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛନ୍ତି। ଗଜମାନ ପ୍ରଥମ ୩ ମିନିଟରେ ଆକ୍ରମଣାତ୍ମକ ଖେଳିଥିବା ବେଳେ ଭିନେଶ ଡିଫେଣ୍ଡ କରିଥିଲେ। ତେବେ ଦ୍ୱିତୀୟ ସେଟରେ ଭିନେଶ କାଉଣ୍ଟର ଆଟାକ୍‌ କରିବା ସହ ୪ ପଏଣ୍ଟ ଅର୍ଜନ କରିଥିଲେ । ଫଳରେ ଚଳିତ ଅଲିମ୍ପିକ୍ସରେ ଭାରତ ଆଉ ଏକ ପଦକ ପକ୍କା କରିଛି।

ପ୍ରଥମ ମ୍ୟାଚ୍‌ରେ ଅଲିମ୍ପିକ୍ସର ଡିଫେଣ୍ଡିଂ ଚାମ୍ପିୟନ ତଥା ୪ ଥର ବିଶ୍ୱ ଚାମ୍ପିୟନ ଜାପାନର ୟୁଇ ସୁସାକିଙ୍କୁ ହରାଇଥିଲେ ଭିନେଶ। ୫ ମିନିଟ ୫୫ ସେକେଣ୍ଡ ପର୍ଯ୍ୟନ୍ତ ଭିନେଶ ୦-୨ରେ ପଛୁଆ ରହିଥିଲେ। ଉଭୟ ଖେଳାଳି ମାତ୍ରାଧିକ ରକ୍ଷଣାତ୍ମକ ଭଙ୍ଗୀ ଆପଣେଇଥିବା ବେଳେ ଭିନେଶ ପାସିଭିଟି ପେନାଲ୍ଟିରେ ୨ ପଏଣ୍ଟ ହରାଇଥିଲେ। ତେବେ ମ୍ୟାଚ୍‌ ଶେଷ ହେବାକୁ ୫ ସେକେଣ୍ଡ ବାକି ଥିବା ବେଳେ ଏକ ଚମତ୍କାର ମୁଭ୍‌ ଜରିଆରେ ସୁସାକିଙ୍କୁ ଚକ୍‌ମା ଦେଇଥିଲେ ଭିନେଶ। ୩ ପଏଣ୍ଟ ଅର୍ଜନ କରିବା ସହିତ ବିଜୟୀ ହୋଇ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଥିଲେ।

ପରବର୍ତ୍ତୀ ମ୍ୟାଚ୍‌ରେ ୟୁରୋ ଚାମ୍ପିୟନ ତଥା ବିଶ୍ୱ ଚାମ୍ପିୟନଶିପ୍‌ ବ୍ରୋଞ୍ଜ ପଦକ ବିଜୟିନୀ ଓକସାନା ଲିଭାଚ୍‌ଙ୍କୁ ୭-୫ ପଏଣ୍ଟରେ ହରାଇଥିଲେ ଭିନେଶ। ଆରମ୍ଭରୁ ଭିନେଶ ୨-୦ରେ ଅଗ୍ରଣୀ ହାସଲ କରିଥିବା ବେଳେ ଲିଭାଚ୍‌ ଏହାକୁ ୫-୪କୁ ହ୍ରାସ କରିଥିଲେ। ତେବେ ଭିନେଶ ଚମତ୍କାର ପ୍ରଦର୍ଶନ ଜରିଆରେ ୭-୫ରେ ବିଜୟୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଫାଇନାଲରେ ଟିମ ଇଣ୍ଡିଆ ଜିତନ୍ତୁ କି ହାରନ୍ତୁ, ଏଥର ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

IND vs NZ ଫାଇନାଲ ପୂର୍ବରୁ ଅଭିଷେକ ଶର୍ମାଙ୍କୁ ମିଳିଲା ‘ଗୁରୁ ମନ୍ତ୍ର’: ଭାରତୀୟ କିମ୍ବଦନ୍ତୀଙ୍କ ପରାମର୍ଶ ପରେ ଏବେ ଚୌକା, ଛକା ବର୍ଷା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହେବ। ଭାରତ ଏବଂ ନ୍ୟୁଜିଲାଣ୍ଡ ପରସ୍ପରର ସାମ୍ନା କରିବେ। ଉଭୟ ଦଳ ଟୁର୍ନାମେଣ୍ଟରେ ଅସାଧାରଣ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri