Posted inଖେଳ

ଅଲିମ୍ପିକ୍ସରୁ ବାଦ୍‌ ପଡିଲେ ଭିନେଶ ଫୋଗଟ: ଫିଟିଲା ଏହି ଖେଳାଳିଙ୍କ ଭାଗ୍ୟ, ଖେଳିବେ ଫାଇନାଲ

ପ୍ୟାରିସ୍‌,୭।୮: ପ୍ୟାରିସ ଅଲିମ୍ପିକ୍ସରେ ପ୍ରଥମ ଥର ପାଇଁ କୁସ୍ତିରେ ଭାରତ ସ୍ବର୍ଣ୍ଣ ପଦକ ଜିତିବ ବୋଲି ଆଶା କରାଯାଉଥିଲା। ୫୦ କିଲୋଗ୍ରାମ ଓଜନ ବର୍ଗର ଫାଇନାଲରେ ସ୍ଥାନ ସୁରକ୍ଷିତ କରି ଭିନେଶ ଫୋଗଟ ଇତିହାସ ସୃଷ୍ଟି କରିଥିଲେ। ମଙ୍ଗଳବାର ଭାରତୀୟ ତାରକା ଚମତ୍କାର ପ୍ରଦର୍ଶନ କରି ଫାଇନାଲରେ ପ୍ରବେଶ କରିଥିଲେ। ହେଲେ ଦୁର୍ଭାଗ୍ୟବଶତଃ ମ୍ୟାଚ ପୂର୍ବରୁ ତାଙ୍କର ମାତ୍ର ୧୦୦ ଗ୍ରାମ ଓଜନ ବଢି ଯାଇଥିଲା। ଏବଂ ତାଙ୍କୁ ପ୍ୟାରିସ ଅଲିମ୍ପିକ୍ସରୁ ଅଯୋଗ୍ୟ ଘୋଷିତ କରାଯାଇଥିଲା।

ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ମହିଳା ରେସଲର ଭିନେଶ ଫୋଗଟ ଚମତ୍କାର ପ୍ରଦର୍ଶନ କରିଥିଲେ। ମଙ୍ଗଳବାର ଦିନ ଖେଳାଯାଇଥିବା କ୍ରମାଗତ ତିନୋଟି ମ୍ୟାଚରେ ସେ ଏକ ବଡ଼ ବିଜୟର ହାସଲ କରିଥିଲେ। ପ୍ରଥମ ମ୍ୟାଚ ସବୁଠୁ ବଡ ବୋଲି ବିବେଚନା କରାଯାଉଥିଲା। ପ୍ରଥମ ରାଉଣ୍ଡରେ ଡିଫେଣ୍ଡିଂ ଚାମ୍ପିୟନ ତଥା ବିଶ୍ୱ ଚାମ୍ପିୟନ ଜାପାନର ୟୁଇ ସୁସାକିଙ୍କୁ ହରାଇଥିଲେ। ପରବର୍ତ୍ତୀ ମ୍ୟାଚରେ ଉଚ୍ଚ ର଼୍ୟାଙ୍କିଙ୍ଗପ୍ରାପ୍ତ ୟୁକ୍ରେନର ଓକସାନା ଲିଭାଚଙ୍କୁ ହରାଇ ଇତିହାସ ରଚିଥିଲେ ଭିନେଶ। ସେମିଫାଇନାଲରେ ସେ ଏକପାଖିଆ ମ୍ୟାଚରେ କ୍ୟୁବା ରେସଲର ଇଉସେଲିସ ଗୁଜମାନ ଲୋପେଜଙ୍କୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲେ।

ପ୍ୟାରିସ ଅଲିମ୍ପିକ୍ସ ଫାଇନାଲ ପୂର୍ବରୁ ଅଧିକ ଓଜନ ହେତୁ ଅଯୋଗ୍ୟ ହେବା ପରେ ସେମିଫାଇନାଲରେ ଭିନେଶ ଫୋଗାଟଙ୍କୁ ହରାଇଥିବା ରେସଲର ଫାଇନାଲରେ ଖେଳିବାର ସୁଯୋଗ ପାଇବେ। ସୁନା ପଦକ ଜିତିବା ପାଇଁ କ୍ୟୁବାର ରେସଲର ଇଉସେଲିସ ଗୁଜମାନ ଲୋପେଜ ବର୍ତ୍ତମାନ ଆମେରିକାର ସାରା ହିଲଡବ୍ରାଣ୍ଡଙ୍କ ବିପକ୍ଷରେ ଖେଳିବେ।

ବୁଧବାର ଓଜନ ହ୍ରାସ କରିବାରେ ଭିନେଶ ଅସମର୍ଥ ହେବା ପରେ ଗୁଜମାନ ସ୍ବର୍ଣ୍ଣ ପଦକ ମ୍ୟାଚ ପାଇଁ ସେ ଫୋଗଟଙ୍କ ସ୍ଥାନରେ ସୁଯୋଗ ପାଇଛନ୍ତି ।
ଅଲିମ୍ପିକ ଫାଇନାଲରେ ପ୍ରବେଶ କରିଥିବା ପ୍ରଥମ ମହିଳା ଭାରତୀୟ ରେସଲର ଭାବରେ ଭିନେଶ, ଗୁଜମାନ ଲୋପେଜଙ୍କୁ 5-0 ରେ ପରାସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri