ଏନ୍‌ଏସିର ପାର୍କ ଘରୋଇକରଣ ହେବ

ଆସିକା,୧୬ା୪(ଡି.ଏନ.ଏ.): ଆସିକା ଏନ୍‌ଏସିର ଆୟ ବୃଦ୍ଧି ଓ ରକ୍ଷଣାବେକ୍ଷଣ ପାଇଁ ସହର ମଧ୍ୟରେ ଥିବା କରୋନେଶନ ପାର୍କ ଏବଂ ବାଣୀବିହାର ଓ ତାଲୁକା ଛକଠାରେ ଥିବା କଲ୍ୟାଣ ମଣ୍ଡପକୁ ଘରୋଇକରଣ କରିବାକୁ ନିଷ୍ପତ୍ତି ନିଆଯାଇଛି ା ଏହାଛଡା ଷ୍ଟେଟ ବ୍ୟାଙ୍କ ପକ୍ଷରୁ ଏନ୍‌ଏସି ଅଫିସ ନିକଟରେ ଥିବା ମାର୍କେଟ କମ୍ପ୍ଲେକ୍ସରେ ଅସହାୟ, ବୃଦ୍ଧାବୃଦ୍ଧ, ଗର୍ଭବତୀ ଓ ସ୍କୁଲ ପିଲାମାନଙ୍କୁ ୨୪x୭ ଘଣ୍ଟା ସେବା ଯୋଗାଇବା ପାଇଁ ଏକ ଗ୍ରାହକ ସେବା କେନ୍ଦ୍ର ଖୋଲିବାକୁ ଶନିବାର ଅନୁଷ୍ଠିତ ଏନ୍‌ଏସି କାଉନସିଲ ବୈଠକରେ ଆଲୋଚନା କରାଯାଇଛି। ଏନ୍‌ଏସି ଅଧ୍ୟକ୍ଷା ବିନେତା ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଏନ୍‌ଏସି ସଭା ଗୃହରେ ଏନ୍‌ଏସି କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା। ବିଧାୟିକା ମଞ୍ଜୁଳା ସ୍ବାଇଁ, ଏମ୍‌ପି ପ୍ରତିନିଧି ସତ୍ୟନାରାୟଣ ସ୍ବାଇଁ, ତହସିଲଦାର ସଞ୍ଜୟ କୁମାର ସାମନ୍ତରା, ଏନ୍‌ଏସି ଉପାଧ୍ୟକ୍ଷା ଜୟନ୍ତୀ ବିଷୋୟୀ ଓ ନିର୍ବାହୀ ଅଧିକାରୀ ଲୋକନାଥ ବେଜ ବୈଠକରେ ମଞ୍ଚାସୀନ ଥିଲେ। ଏହି ଅବସରରେ ଏନ୍‌ଏସିର ଆୟବ୍ୟୟ ବିବରଣୀ ଉପସ୍ଥାପନ କରାଯିବା ସହ ସ୍ବାସ୍ଥ୍ୟ, ଶିକ୍ଷା, ପାନୀୟଜଳ, ମହିଳା ଓ ଶିଶୁ ବିକାଶ କାର୍ଯ୍ୟକ୍ରମ, ଖାଦ୍ୟ ସୁରକ୍ଷା, ସାମାଜିକ ସୁରକ୍ଷା, ପରିମଳ ବ୍ୟବସ୍ଥା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସାଙ୍ଗକୁ ବିଭିନ୍ନ ୱାର୍ଡର କାଉନସିଲରଙ୍କ ଦ୍ୱାରା ଦିଆଯାଇଥିବା ପ୍ରକଳ୍ପ ସମ୍ପର୍କରେ ଆଲୋଚନା କରାଯାଇଥିଲା ା ସହରର ବିଭିନ୍ନ ୱାର୍ଡର ଖୋଲାଜାଗାଗୁଡିକର ସୌନ୍ଦର୍ଯ୍ୟକରଣ, ମୁଖ୍ୟ ରାସ୍ତାକୁ ସଂଯୋଗ କରୁଥିବା ଶାଖା ରାସ୍ତା, ପୋଖରୀ ହୁଡାକୁ ଫେବର ରାସ୍ତା ନିର୍ମାଣ, ସହରର ପ୍ରବେଶ ଓ ପ୍ରସ୍ଥାନ ଫାଟକରେ ଆଲୋକୀକରଣ ଓ ସୌନ୍ଦର୍ଯ୍ୟକରଣ, ବିଜୁ ପଟ୍ଟନାୟକ ଛକ ନିକଟରେ ଥିବା ଖାଲି ସ୍ଥାନରେ ଆଦର୍ଶ ଭେଣ୍ଡିଂ ଜୋନ ଏବଂ ଚାରିଚକିଆ ଯାନ ପାଇଁ ପାର୍କିଂ ଜୋନ, ୨୦ ଗ୍ରାହକ ଭୋଜନ କଲାଭଳି ଫୁଡ କୋର୍ଟ ନିର୍ମାଣ, ପରିଷଦର ଆୟ ବୃଦ୍ଧି ପାଇଁ ୨ଟି ପ୍ରମୁଖ ଜାଗାରେ ବିଜ୍ଞାପନ ଡିଜିଟାଲ ବୋର୍ଡ ସ୍ଥାପନ ଏବଂ ୫-ଟି ଅଧୀନରେ ଆସିଥିବା ୩ ସ୍କୁଲ ପରିସରରେ ଛାତ୍ରୀଛାତ୍ରଙ୍କ ଲାଗି ଖେଳ କସରତ ଓ ଜିମ ବ୍ୟବସ୍ଥା, ସହରର ମାଛ ମାଂସ ସାମଗ୍ରୀକୁ ଏକାଠି ବିକ୍ରୟ ପାଇଁ ଏକ ସ୍ବତନ୍ତ୍ର ଆମିଷ ବଜାର ପ୍ରତିଷ୍ଠା ଲାଗି ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri