ପାରଳାଖେମୁଣ୍ଡି ସହର ରାସ୍ତା ବିପର୍ଯ୍ୟସ୍ତ

ପାରଳାଖେମୁଣ୍ଡି, ୧୩।୮ (ଡି.ଏନ୍‌.ଏ): ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ସବୁ ରାସ୍ତା ଅବସ୍ଥ୍ୟ ଏବେ ଶୋଚନୀୟ ହୋଇପଡ଼ିଛି। ସହରର ଦୁଇଟି ମୁଖ୍ୟ ରାସ୍ତା ରହିଥିବା ବେଳେ କୋଟି କୋଟି ଟଙ୍କା ବ୍ୟୟବରାଦ କରାଯାଇ ଦୁଇ ବର୍ଷ ପୂର୍ବେ ନିର୍ମାଣ କରାଯାଇଥିଲା। ହେଲେ ଯନ୍ତ୍ରୀ ଓ ଠିକାଦାରଙ୍କ ମଧୁଚନ୍ଦ୍ରିକା ଯୋଗୁ ଏହି ରାସ୍ତାର ଅବସ୍ଥା ବର୍ତ୍ତମାନ ଏପରି ଅବସ୍ଥା ହୋଇଥିବା ଲୋକେ ଅଭିଯୋଗ କରିଛନ୍ତି। ରାଣୀପେଣ୍ଠ ତଥା ଗୁମ୍ମାଗଡା ଠାରୁ ରାମସାଗର ଓ ପୁରୁଣା କୋର୍ଟ ଛକ ଠାରୁ ମେଡିକାଲ ଛକ ରାସ୍ତାକୁ ଦେଖିଲେ କେତେ କଦର୍ଯ୍ୟ କର୍ଦ୍ଦମାନ୍ତ ହୋଇଛି ତାହା ନଦେଖିଲେ ବିଶ୍ୱାସ କରିହେବ ନାହିଁ। ପୁରୁଣା କୋର୍ଟ ଛକ ଠାରୁ ମେଡିକାଲ ଛକ ପ୍ରାୟ ୪କିମି ରାସ୍ତା ୨ବର୍ଷ ପୂର୍ବେ ର୍ନିମିତ ହୋଇଥିଲ। କିନ୍ତୁ ବର୍ତ୍ତମାନ ଏହାର ଅବସ୍ଥା ବହୁ ଶୋଚନୀୟ। ରାସ୍ତା ସାରା ଖାଲଖମାରେ ଭର୍ତ୍ତି ଯୋଗୁଁ ପ୍ରତିଦିନ ଛୋଟ ବଡ଼ ଦୁର୍ଘଟଣା ଘଟୁଛି। ଦୁଇ ଚକିଆ ଯାନବାହାନ ଚଳାଚଳ କରିବା ବି ମୁସ୍କିଲ ହୋଇପଡୁଛି। ସେହିଭଳି ପୋଲିସ ଷ୍ଟେସନ ଛକଠାରୁ ପୁରୁଣା କୋର୍ଟ ଛକ ପର୍ଯ୍ୟନ୍ତ ରାସ୍ତାରେ ଅଗଣିତ ଖାଲଖମା ରହିଛି । ମୁଖ୍ୟତଃ ୧୪ନମ୍ବର ୱାର୍ଡ ଅନ୍ତର୍ଗତ ଷ୍ଟେଟ୍‌ ବ୍ୟାଙ୍କ ରାସ୍ତାରୁ ବାଟଗୌଡ ସାହି ଛକ ରାସ୍ତା କଦର୍ଯ୍ୟ ହୋଇପଡିଛି। ରାସ୍ତାର ପ୍ରଶସ୍ତିକରଣ ନାମରେ ମୁଖ୍ୟ ନାଳଗୁଡିକୁ ପୋତି ଦିଆଯାଇଛି। ନାଳ ନଥିବାରୁ ବାଧ୍ୟ ହୋଇ ଲୋକେ ଘରର ପାଇଖାନା ଠାରୁ ଆରମ୍ଭ କରି କର୍ଦ୍ଦମାକ୍ତ ପାଣି ମୁଖ୍ୟରାସ୍ତାକୁ ଛାଡ଼ୁଛନ୍ତି। ଫଳରେ ମୁଖ୍ୟରାସ୍ତାଟି ସଦାସର୍ବଦା ପୂତ୍ତିଗନ୍ଧମୟ ପରିବେଶ ସୃଷ୍ଟି କରୁଛି। ଏହି ୱାର୍ଡରେ ବଡ ବଡ ନେତାମାନେ ରହୁଥିଲେ ମଧ୍ୟ କେହି କର୍ଣ୍ଣପାତ କରୁନାହାନ୍ତି। ତେଣୁ ପୂର୍ତ୍ତ ବିଭାଗ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ ଜନସାଧାରଣ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri