ପାରଳାଖେମୁଣ୍ଡି ସହର ରାସ୍ତା ବିପର୍ଯ୍ୟସ୍ତ

ପାରଳାଖେମୁଣ୍ଡି, ୧୩।୮ (ଡି.ଏନ୍‌.ଏ): ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ସବୁ ରାସ୍ତା ଅବସ୍ଥ୍ୟ ଏବେ ଶୋଚନୀୟ ହୋଇପଡ଼ିଛି। ସହରର ଦୁଇଟି ମୁଖ୍ୟ ରାସ୍ତା ରହିଥିବା ବେଳେ କୋଟି କୋଟି ଟଙ୍କା ବ୍ୟୟବରାଦ କରାଯାଇ ଦୁଇ ବର୍ଷ ପୂର୍ବେ ନିର୍ମାଣ କରାଯାଇଥିଲା। ହେଲେ ଯନ୍ତ୍ରୀ ଓ ଠିକାଦାରଙ୍କ ମଧୁଚନ୍ଦ୍ରିକା ଯୋଗୁ ଏହି ରାସ୍ତାର ଅବସ୍ଥା ବର୍ତ୍ତମାନ ଏପରି ଅବସ୍ଥା ହୋଇଥିବା ଲୋକେ ଅଭିଯୋଗ କରିଛନ୍ତି। ରାଣୀପେଣ୍ଠ ତଥା ଗୁମ୍ମାଗଡା ଠାରୁ ରାମସାଗର ଓ ପୁରୁଣା କୋର୍ଟ ଛକ ଠାରୁ ମେଡିକାଲ ଛକ ରାସ୍ତାକୁ ଦେଖିଲେ କେତେ କଦର୍ଯ୍ୟ କର୍ଦ୍ଦମାନ୍ତ ହୋଇଛି ତାହା ନଦେଖିଲେ ବିଶ୍ୱାସ କରିହେବ ନାହିଁ। ପୁରୁଣା କୋର୍ଟ ଛକ ଠାରୁ ମେଡିକାଲ ଛକ ପ୍ରାୟ ୪କିମି ରାସ୍ତା ୨ବର୍ଷ ପୂର୍ବେ ର୍ନିମିତ ହୋଇଥିଲ। କିନ୍ତୁ ବର୍ତ୍ତମାନ ଏହାର ଅବସ୍ଥା ବହୁ ଶୋଚନୀୟ। ରାସ୍ତା ସାରା ଖାଲଖମାରେ ଭର୍ତ୍ତି ଯୋଗୁଁ ପ୍ରତିଦିନ ଛୋଟ ବଡ଼ ଦୁର୍ଘଟଣା ଘଟୁଛି। ଦୁଇ ଚକିଆ ଯାନବାହାନ ଚଳାଚଳ କରିବା ବି ମୁସ୍କିଲ ହୋଇପଡୁଛି। ସେହିଭଳି ପୋଲିସ ଷ୍ଟେସନ ଛକଠାରୁ ପୁରୁଣା କୋର୍ଟ ଛକ ପର୍ଯ୍ୟନ୍ତ ରାସ୍ତାରେ ଅଗଣିତ ଖାଲଖମା ରହିଛି । ମୁଖ୍ୟତଃ ୧୪ନମ୍ବର ୱାର୍ଡ ଅନ୍ତର୍ଗତ ଷ୍ଟେଟ୍‌ ବ୍ୟାଙ୍କ ରାସ୍ତାରୁ ବାଟଗୌଡ ସାହି ଛକ ରାସ୍ତା କଦର୍ଯ୍ୟ ହୋଇପଡିଛି। ରାସ୍ତାର ପ୍ରଶସ୍ତିକରଣ ନାମରେ ମୁଖ୍ୟ ନାଳଗୁଡିକୁ ପୋତି ଦିଆଯାଇଛି। ନାଳ ନଥିବାରୁ ବାଧ୍ୟ ହୋଇ ଲୋକେ ଘରର ପାଇଖାନା ଠାରୁ ଆରମ୍ଭ କରି କର୍ଦ୍ଦମାକ୍ତ ପାଣି ମୁଖ୍ୟରାସ୍ତାକୁ ଛାଡ଼ୁଛନ୍ତି। ଫଳରେ ମୁଖ୍ୟରାସ୍ତାଟି ସଦାସର୍ବଦା ପୂତ୍ତିଗନ୍ଧମୟ ପରିବେଶ ସୃଷ୍ଟି କରୁଛି। ଏହି ୱାର୍ଡରେ ବଡ ବଡ ନେତାମାନେ ରହୁଥିଲେ ମଧ୍ୟ କେହି କର୍ଣ୍ଣପାତ କରୁନାହାନ୍ତି। ତେଣୁ ପୂର୍ତ୍ତ ବିଭାଗ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ ଜନସାଧାରଣ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri