Posted inଜାତୀୟ

ପାର୍ଲାମେଣ୍ଟ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ…

ନୂଆଦିଲ୍ଲୀ, ୭।୪ : ପାର୍ଲାମେଣ୍ଟର ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ନିଦ୍ଧାରିତ କାର୍ଯ୍ୟ ସମୟର ଗୋଟିଏ ଦିନ ପୂର୍ବରୁ ଗୁରୁବାର ଶେଷ ହୋଇଛି। କଶ୍ମୀରୀ ପଣ୍ଡିତଙ୍କ ପ୍ରସଙ୍ଗ ଗୁରୁବାର ରାଜ୍ୟ ସଭାରେ ଆଲୋଚିତ ହୋଇଥିଲା। ଭାଜପା ନେତା ସୁଶୀଲ ମୋଦି କହିଥିଲେ ଯେ ୩୨ ବର୍ଷ ହେଲା କଶ୍ମୀର ପଣ୍ଡିତଙ୍କୁ ନ୍ୟାୟ ମିଳିନାହିଁ। ସୁପ୍ରିମକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ ଏସଆଇଟି ଗଠନ କରାଯାଉ ବୋଲି ସେ ଦାବି କରିଥିଲେ।

ଏସ୍‌ଆଇଟି ୨୦୦ରୁ ଅଧିକଏଫ୍‌ଆଇଆର ଅନୁସନ୍ଧାନ କରିବା ଉଚିତ ବୋଲି ସେ କହିଥିଲେ। ସିବିଆଇ ଏବଂ ଏନଆଇଏ ଭଳି ଏଜେନ୍ସି ମଧ୍ୟ ଏହି ଅନୁସନ୍ଧାନରେ ସାମିଲ ହେବା ଆବଶ୍ୟକ ବୋଲି ସୁଶୀଲ କହିଥିଲେ।

ଲୋକ ସଭାରେ ଟିଏମସି ନେତା ସୁଦୀପ ବନ୍ଦୋପାଧ୍ୟାୟ କହିଥିଲେ ଯେ ପେଟ୍ରୋଲ, ଡିଜେଲ ଏବଂ ଘରୋଇ ଗ୍ୟାସର ମୂଲ୍ୟ ଯେପରି ବଢୁଛି ତାହା ସାଧାରଣ ଲୋକଙ୍କ ପାଇଁ ସମସ୍ୟା ସୃଷ୍ଟି କରୁଛି।

ସଂସଦର ବଜେଟ ଅଧିବେଶନ ଜାନୁଆରୀ ୩୧ ରେ ଆରମ୍ଭ ହୋଇଥିଲା ଏବଂ ଏହାର ପ୍ରଥମ ପର୍ଯ୍ୟାୟ ବଜେଟ ଉପସ୍ଥାପନା ପରେ ଫେବୃଆରୀ ୧୧ରେ ଶେଷ ହୋଇଥିଲା। ଏଥି ସହିତ, ମାର୍ଚ୍ଚ ୧୪ ରେ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଥିଲା ଏବଂ ଏପ୍ରିଲ ୮ ରେ ଏହା ଶେଷ ହୋଇଥାନ୍ତା। ମାତ୍ର ଦିନକ ପୂର୍ବରୁ ଏହାକୁ ଶେଷ କରାଯାଇଛି। ୧୭ତମ ଲୋକସଭାର ଅଷ୍ଟମ ଅଧିବେଶନ ଶେଷରେ ଲୋକ ସଭାରେ ବାଚସ୍ପତିଙ୍କ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଉଥିବା ଘୋଷଣା କରିଛନ୍ତି।

ବଜେଟ ଅଧିବେଶନରେ ସମୁଦାୟ ୨୭ ଟି ସିଟିଂ ଅନୁଷ୍ଠିତ ହୋଇଥିଲା। ଯାହା ପ୍ରାୟ ୧୭୭ ଘଣ୍ଟା ୫୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri