Posted inଜାତୀୟ

ସୋମବାରଠାରୁ ସଂସଦର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୧୩।୯: ସୋମବାରଠାରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ। କରୋନା କଟକଣା ମଧ୍ୟରେ ଏହି ଅଧିବେଶନରେ କେନ୍ଦ୍ର ସରକାରଙ୍କ ୧୧ଟି ଅଧ୍ୟାଦେଶ ସମ୍ବନ୍ଧୀୟ ୨୩ଟି ନୂଆ ବିଲ ଆସିବ। ସଂସଦର ୧୮ ଦିନିଆ ଅଧିବେଶନ କାଳରେ ଅଧ୍ୟାଦେଶଗୁଡ଼ିକୁ ବିଧେୟକ ରୂପେ ପାସ କରିବା ପାଇଁ ସରକାର ସମସ୍ତ ପ୍ରସ୍ତୁତି ଶେଷ କରିଛନ୍ତି । ୧୧ ଅଧ୍ୟାଦେଶ ମଧ୍ୟରୁ ଗୋଟିଏ ସ୍ବାସ୍ଥ୍ୟ କର୍ମୀଙ୍କ ବିରୋଧରେ ହିଂସାକୁ ରୋକିବା ଭଳି ଅଧ୍ୟାଦେଶ ରହିଛି। ଏହି ଅଧ୍ୟାଦେଶରେ କୋଭିଡ଼-୧୯ ମୁକାବିଲା ନିମନ୍ତେ ନିଯୁକ୍ତ ଡାକ୍ତର, ସ୍ବାସ୍ଥ୍ୟ କର୍ମୀଙ୍କ ବିରୋଧରେ ହିଂସାତ୍ମକ କାର୍ଯ୍ୟକଳାପ, ସେମାନଙ୍କୁ ଅସୁବିଧାରେ ପକାଇବା ଭଳି କାର୍ଯ୍ୟକୁ ଜାମିନବିହୀନ ଅପରାଧ ଭାବରେ ବିବେଚନା କରାଯାଇଛି । ଏହି ଅପରାଧ ନିମନ୍ତେ ୭ ବର୍ଷ ପର୍ଯ୍ୟନ୍ତ କାରାଦଣ୍ଡ ଓ ୫ ଲକ୍ଷ ପର୍ଯ୍ୟନ୍ତ ଜରିମାନାର ବ୍ୟବସ୍ଥା ରହିଛି।

ଚଳିତ ମୌସୁମୀ ଅଧିବେଶନରେ ମୋଟ ୧୮ଟି କାର୍ଯ୍ୟଦିବସ ରହିଛି। ଏଥର ଶନିବାର ଏବଂ ରବିବାର ଛୁଟି ରହିବ ନାହିଁ। ଲୋକ ସଭା ପ୍ରଥମ ଦିନ ସକାଳ ୯ଟାରୁ ଅପରାହ୍ନ ଗୋଟାଏ ଯାଏ ବସିବ। ବାକି ଦିନ ଗୁଡିକରେ ଅପରାହ୍ନ ୩ଟାରୁ ସନ୍ଧ୍ୟା ୭ଟା ଯାଏ ବସିବ। ସେହିପରି ରାଜ୍ୟ ସଭା ପ୍ରଥମ ଦିନ ଅପରାହ୍ନ ୩ଟାରୁ ସନ୍ଧ୍ୟା ୭ଟା ବାକି ଦିନ ଗୁଡିକରେ ସକାଳ ୯ଟାରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ବସିବ। ଏହି ଅଧିବେଶନରେ କୌଣସି ପ୍ରଇଭେଟ୍‌ ବିଲ୍‌ କିମ୍ବା ବ୍ୟବସାୟିକ ବିଧେୟକ ଆସିବ ନାହିଁ।

ନିୟମ ଅନୁଯାୟୀ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ବସିଥାଏ। କିନ୍ତୁ କରୋନା ପାଇଁ ଏହି ବୈଠକ ଏଥର ଅନୁଷ୍ଠିତ ହୋଇ ନାହିଁ। ସେହିପରି ସଂସଦରେ ପ୍ରବେଶ ପୂର୍ବରୁ ସମସ୍ତ କର୍ମଚାରୀ ଏବଂ ଏମ୍‌ପିମାନେ ନିଜର ଆର୍ଟିପିସିଆର୍‌ କୋଭିଡ-୧୯ ରିପୋର୍ଟ ଦେଖାଇବେ। ଏଥିସହ ଏନଆଇସି ଦ୍ୱାରା ତିଆରି ହୋଇଥିବା ଏକ ମୋବାଇଲ ଆପ ମାଧ୍ୟମରେ ସାଂସଦମାନେ ଉପସ୍ଥାପନ ପକାଇବେ ବୋଲି ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ସଂସଦର ମୌସୁମୀ ଅଧିବେଶନ ସେପ୍ଟେମ୍ବର ୧୪ରୁ ଆରମ୍ଭ ହୋଇ ଅକ୍ଟୋବର ୧ରେ ଶେଷ ହେବ। କରୋନା ସଙ୍କଟ ମଧ୍ୟରେ ହେବାକୁ ଥିବା ଏହି ଅଧିବେଶନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି ଚାଲିଛି। ଏମ୍‌ପିମାନଙ୍କୁ ଲୋକ ସଭା ଓ ରାଜ୍ୟ ସଭାରେ ସାମାଜିକ ଦୂରତା ବଜାୟ ରଖିବେ। ଏଥିପାଇଁ ଦୁଇଟି ଚାମ୍ବର ଏବଂ ଏକ ଗ୍ୟାଲେରୀ ବ୍ୟବହାର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri