Posted inଜାତୀୟ

ସ୍ବାଧିନତାର ପ୍ରତିକ ଭାବେ ସଂସଦ ଭବନରେ ସ୍ଥାପନ ହେବ ଐତିହାସିକ ସେଂଗୋଲ

ନୂଆଦିଲ୍ଲୀ,୨୪।୫: ଦେଶର ନୂଆ ସଂସଦ ଭବନର କାର୍ଯ୍ୟ ଶେଷ ହୋଇଛି ଏବେ ବର୍ତ୍ତମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ମେ ୨୮ରେ ଉଦଘାଟନ କରିବାକୁ ଯାଉଛନ୍ତି। ଏହାପୂର୍ବରୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏକ ସାମ୍ବାଦିକ ସମ୍ମିଳନୀ କରି ସମସ୍ତ ପ୍ରକାର ତଥ୍ୟ ଉପସ୍ଥାପନ କରିଥିଲେ। ରେକର୍ଡ ସମୟରେ ଏହି ସଂସଦ ପ୍ରସ୍ତୁତ କରାଯାଇଛି ବୋଲି ସେ କହିଛନ୍ତି। ଏହି ସମୟରେ ଅମିତ ଶାହା ନୂତନ ସଂସଦ ଭବନରେ ସ୍ଥାପନ ହେବାକୁ ଥିବା ରାଜଦଣ୍ଡ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି। ଏହା ତାମିଲରେ ସେଂଗୋଲ ନାମରେ ଜଣାଶୁଣା । ଶାହା ମଧ୍ୟ ସେଂଗୋଲ ବିଷୟରେ ସୂଚନା ଦେଇଥିଲେ ଏବଂ ଭାରତୀୟ ଇତିହାସ ଏବଂ ଗଣତନ୍ତ୍ରରେ ଏହାର ମହତ୍ତ୍ୱ କ’ଣ ବୋଲି କହିଥିଲେ।
କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ ବ୍ରିଟିଶ ଶାସନରୁ ଭାରତକୁ ହସ୍ତାନ୍ତର କରାଯାଇଥିବା ଐତିହାସିକ ‘ସେଂଗୋଲ’ ନୂତନ ସଂସଦ ଗୃହରେ ସ୍ଥାପନ କରାଯିବ। ‘ସେଂଗୋଲ’ ବର୍ତ୍ତମାନ ଆହ୍ଲାବାଦର ଏକ ସଂଗ୍ରହାଳୟରେ ଅଛି। ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ‘ସେଂଗୋଲ’କୁ ବ୍ରିଟିଶମାନଙ୍କଠାରୁ ଶକ୍ତି ହସ୍ତାନ୍ତରର ପ୍ରତୀକ ଭାବରେ ଗ୍ରହଣ କରିଥିଲେ। ଅମିତ ଶାହା ଆହୁରି ମଧ୍ୟ କହିଛନ୍ତି, ’ସେଂଗୋଲ’ ପ୍ରତିଷ୍ଠା କରିବାର ଉଦ୍ଦେଶ୍ୟ ସେତେବେଳେ ସ୍ପଷ୍ଟ ଥିଲା ଏବଂ ଏବେବି ସ୍ପଷ୍ଟ ରହିଛି। ଶକ୍ତି ହସ୍ତାନ୍ତର କେବଳ ଏକ ହାତମିଳାଇବା କିମ୍ବା ଏକ ଦଲିଲର ଦସ୍ତଖତ ନୁହେଁ ଏବଂ ଆଧୁନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ସ୍ଥାନୀୟ ପରମ୍ପରା ସହିତ ଯୋଡି ହୋଇ ରହିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri