Posted inଜାତୀୟ

ସଂସଦରେ ଖଣ୍ଡଯୁଦ୍ଧ: ଡାକ୍ତର କହିଲେ ନନାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ନୂଆଦିଲ୍ଲୀ,୧୯।୧୨: ସମ୍ବିଧାନର ସୃଷ୍ଟିକର୍ତ୍ତା ଡ. ଆମ୍ବେଦକରଙ୍କ ଉପରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ବିବୃତ୍ତି ପରେ ରାଜନୀତି ଉଠୁଛି ପଡୁଛି। ଏହାକୁ ନେଇ ଆଜି ସଂସଦ ପରିସରରେ ଖଣ୍ଡଯୁଦ୍ଧ ଦେଖାଦେଇଛି। ଗୁରୁବାର ସଂସଦ ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ସଂସଦ ପରିସରରେ ଭାଜପା ଏବଂ ବିରୋଧୀ ଏମପିଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ ହୋଇଛି। ଯେଉଁଥିରେ ଦୁଇ ଶାସକ ଦଳର ଏମପି ପ୍ରତାପ ଷଡଙ୍ଗୀ ଏବଂ ମୁକେଶ ରାଜପୁତ ଆହତ ହୋଇଛନ୍ତି। ଉଭୟଙ୍କୁ ଆରଏମଏଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁଇ ଏମପିଙ୍କ ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସୂଚନା ଦିଆଯାଇଛି।

ଏନେଇ ପ୍ରତାପ ଷଡଙ୍ଗୀ କହିଛନ୍ତି, ରାହୁଲ ଗାନ୍ଧୀ ଜଣେ ଏମପିଙ୍କୁ ଠେଲିଦେଲେ। ଯିଏ ମୋ ଉପରେ ପଡ଼ିଗଲେ। ଏବଂ ମୁଁ ତଳେ ପଡ଼ିଗଲି। ସେତେବେଳେ ମୁଁ ସିଡ଼ି ନିକଟରେ ଛିଡା ହୋଇଥିଲି। ଅନ୍ୟପଟେ କଂଗ୍ରେସ ଏମପି ରାହୁଲ ଗାନ୍ଧୀ କହିଛନ୍ତି ଯେ, ମୁଁ ଭିତରକୁ ଯାଉଥିବାବେଳେ ଭାଜପା ଏମପିମାନେ ମୋତେ ଧମକ ଦେଉଥିଲେ। ସେ ମୋତେ ଠେଲିଦେଲେ।

ତେବେ ଭାଜପାର ଦୁଇ ଏମପି ଭର୍ତ୍ତି ହୋଇଥିବା ଆରଏମଏଲ ହସ୍ପିଟାଲର ଡ ଅଜୟ ଶୁକଲା ଗଣମାଧ୍ୟମରେ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଆମେ ଉଭୟ ଏମପି (ପ୍ରତାପ ଷଡଙ୍ଗୀ ଏବଂ ମୁକେଶ ରାଜପୁତ) କୁ ସ୍ଥିର କରିବାକୁ ଚେଷ୍ଟା କରୁଛୁ। ସେମାନଙ୍କର ବିଭିନ୍ନ ଟେଷ୍ଟ କରାଯାଉଛି। ଉଭୟଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସେମାନଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି।

ସେ ଆହୁରି ମଧ୍ୟ କହିଛନ୍ତି, ପ୍ରତାପଙ୍କ ମୁଣ୍ଡରେ ପ୍ରବଳ ରକ୍ତସ୍ରାବ ହେଉଛି। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ସେଥିପାଇଁ ଆଘାତ ସ୍ଥାନରେ ଷ୍ଟିଜ କରିବାକୁ ପଡିଛି। ମୁକେଶ ରାଜପୁତ ଚେତାଶୂନ୍ୟ ହୋଇଯାଇଛନ୍ତି। ତାଙ୍କର ରକ୍ତଚାପ ବଢି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?