ଓଡ଼ିଶାକୁ ଗୁରୁତ୍ୱ ଦେଉଛି ସଂସଦ: ବାଚସ୍ପତି

ଭୁବନେଶ୍ୱର,୨୯ା୮(ରବିନାରାୟଣ ଜେନା): ଓଡ଼ିଶା ଭଳି ଏକ ଅନୁସୂଚିତ ଜାତି ଓ ଜନଜାତିବହୁଳ ରାଜ୍ୟକୁ ସଂସଦ ଗୁରୁତ୍ୱ ଦେଉଛି ବୋଲି ବାଚସ୍ପତି ସୁରମା ପାଢ଼ୀ କହିଛନ୍ତି। ଗୁରୁବାର ବିଧାନସଭାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବାଚସ୍ପତି କହିଛନ୍ତି, ଦେଶ ସ୍ବାଧୀନତା ପରେ ୧୯୭୬ରୁ ଏଯାବତ୍‌ ୫ଥର ଦିଲ୍ଲୀରେ ଅନୁସୂଚିତ ଜାତି, ଜନଜାତି ଜାତୀୟ ସମ୍ମିଳନୀ କରାଯାଇଥିବାବେଳେ ପ୍ରଥମଥର ପାଇଁ ଏହା ଓଡ଼ିଶାରେ ହେବାକୁ ଯାଉଛି। ଶୁକ୍ରବାରଠାରୁ ଭୁବନେଶ୍ୱର ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟରଠାରେ ଦୁଇଦିନ ଧରି ଏହା ଅନୁଷ୍ଠିତ ହେବ। ଏହାକୁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଉଦ୍‌ଘାଟନ କରିବେ। ସମ୍ମିଳନୀକୁ ନେଇ ବାଚସ୍ପତି ସୁରମା ପାଢ଼ୀ ଲୋକ ସଭା ବାଚସ୍ପତି, ରାଜ୍ୟ ସଭା ଉପାଧ୍ୟକ୍ଷ ଏବଂ ତାଙ୍କର ସମସ୍ତ ସହଯୋଗୀଙ୍କୁ କୃତଜ୍ଞତା ଜଣାଇ କହିଛନ୍ତି, ଏହି ସମ୍ମିଳନୀ ଓଡ଼ିଶା ପାଇଁ ବହୁ ଗୁରୁତ୍ୱ ବହନ କରୁଛି। ଏହି ଅବସରରେ ଆଲୋଚନା ସହ ଅନ୍ୟ ସମସ୍ତ ରାଜ୍ୟକୁ ଓଡ଼ିଶାର ଅନୁସୂଚିତ ଜାତି ଓ ଜନଜାତି ସମ୍ପ୍ରଦାୟଙ୍କ ଚାଲିଚଳଣି, ପୋଷାକ ପରିଧାନ, କାର୍ଯ୍ୟକୁଶଳତା, କାରିଗରି ବିଦ୍ୟା, ହସ୍ତଶିଳ୍ପ ସମ୍ପର୍କରେ ଅବଗତ କରାଇବା ପାଇଁ ଏକ ପ୍ରଦର୍ଶନୀ ଆୟୋଜନ କରାଯାଇଛି। ଓଡ଼ିଶାର ଐତିହ୍ୟ, ସଂସ୍କୃତି, ନୃତ୍ୟ-ସଂଗୀତ, ଚାରୁକଳା, କାରୁକଳା ସହିତ ଆଗନ୍ତୁକମାନଙ୍କୁ ପରିଚିତ କରାଇବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଅତିଥିମାନଙ୍କୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ, କୋଣାର୍କ, ଜନଜାତି ସଂଗ୍ରହାଳୟ ଆଦି ବୁଲାଇ ଦେଖାଇବାର ମଧ୍ୟ ବ୍ୟବସ୍ଥା କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାର ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂ ଏବଂ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ ସଂସଦୀୟ କମିଟିର ଅଧ୍ୟକ୍ଷ ଡ. ଫଗନ ସିଂହ କୁଲସ୍ତେ ମଧ୍ୟ ଏହି ସମାବେଶକୁ ସମ୍ବୋଧିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri