Posted inଜାତୀୟ

ସଂସଦ ଏକ ତୀର୍ଥକ୍ଷେତ୍ର, କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୮।୭ : ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମ୍‌ପିମାନଙ୍କୁ ସହଯୋଗ ପାଇଁ ନିବେଦନ କରିଛନ୍ତି। ଏହି ଅଧିବେଶନ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି। ବାହାରେ ଗରମ କମୁଛି। ତେବେ ଜଣାନାହିଁ ଅଧିବେଶନରେ କ’ଣ ହେବ। ପ୍ରଧାନମନ୍ତ୍ରୀ କହିଛନ୍ତି, ଆମେ ସବୁବେଳେ ସଂସଦକୁ ଯୋଗାଯୋଗର ଏକ ଦକ୍ଷ ମାଧ୍ୟମ ଭାବରେ ବିବେଚନା କରୁ। ଏହାକୁ ଏକ ତୀର୍ଥସ୍ଥାନ ଭାବରେ ବିବେଚନା କରାଯାଏ । ଯେଉଁଠାରେ ଖୋଲା ମନର ବିତର୍କ ହୋଇଥାଏ। ଯଦି ଆବଶ୍ୟକ ହୁଏ, ତର୍କ ବିତର୍କ କରନ୍ତୁ । ସମାଲୋଚନା ମଧ୍ୟ କରନ୍ତୁ। ପ୍ରତିଟି ବିଷୟକୁ ବିସ୍ତୃତ ଭାବରେ ବିଶ୍ଳେଷଣ କରନ୍ତୁ । ଯାହାଦ୍ୱାରା ନୀତି ଏବଂ ନିଷ୍ପତ୍ତିରେ ଏକ ସକରାତ୍ମକ ଅବଦାନ ଅନୁଭୂତ ହୋଇ ପାରିବ। ମୁଁ ଏମ୍‌ପିମାନଙ୍କୁ ଅନୁରୋଧ କରିବି ଯେ ସେମାନେ ପୁଙ୍ଖାନୁପୁଙ୍ଖ ଏବଂ ଭଲ ଆଲୋଚନା କରନ୍ତୁ।

ଗୃହକୁ ଯଥାସମ୍ଭବ ଫଳପ୍ରଦ କରିବା ପାଇଁ ସମସ୍ତ ପ୍ରୟାସ କରାଯିବା ଜରୁରୀ। ସମସ୍ତଙ୍କ ଉଦ୍ୟମ ଏବଂ ସହଯୋଗରେ ଗୃହ ଚାଲିଥାଏ। ଗୃହର ଗାରିମା ବଜାୟ ରଖିବା ସହ ଆମେ ସମସ୍ତେ ଆମର କର୍ତ୍ତବ୍ୟ ପାଳନ କରି ଜାତୀୟ ସ୍ବାର୍ଥରେ ଏହି ଅଧିବେଶନକୁ ବ୍ୟବହାର କରିବା ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଯେଉଁମାନେ ସେମାନଙ୍କର ଯୌବନକୁ ସ୍ବାଧୀନତା ପାଇଁ ବଳିଦାନ କରି ଜେଲରେ ଜୀବନ ବିତାଇଥିଲେ ସେମାନଙ୍କର ସ୍ବପ୍ନକୁ ମନେ ପକାଇ ଆସନ୍ତୁ ଗୃହର ଉପଯୋଗ କରିବା ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ,ମୌସୁମୀ ଅଧିବେଶନରେ ୧୮ ଟି କାର୍ଯ୍ୟ ଦିବସ ରହିଛି। ଏହା ଅଗଷ୍ଟ ୧୨ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନରେ ସରକାର୩୨ ଟି ବିଲ ତାଲିକାଭୁକ୍ତ କରିଛନ୍ତି, ସେଥିମଧ୍ୟରୁ ୨୪ଟି ନୂତନ ବିଲ ରହିଛି। ସଂସଦରେ ବର୍ତ୍ତମାନ ୩୫ ଟି ବିଲ ବିଚାରାଧୀନ ଅଛି, ସେଥିମଧ୍ୟରୁ ଆଠଟି ବିଲ ସରକାରଙ୍କ ପକ୍ଷରୁ ପୁନର୍ବିଚାର ପାଇଁ ଅଣାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri