Posted inଜାତୀୟ

ସଂସଦ ଏକ ତୀର୍ଥକ୍ଷେତ୍ର, କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୮।୭ : ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମ୍‌ପିମାନଙ୍କୁ ସହଯୋଗ ପାଇଁ ନିବେଦନ କରିଛନ୍ତି। ଏହି ଅଧିବେଶନ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି। ବାହାରେ ଗରମ କମୁଛି। ତେବେ ଜଣାନାହିଁ ଅଧିବେଶନରେ କ’ଣ ହେବ। ପ୍ରଧାନମନ୍ତ୍ରୀ କହିଛନ୍ତି, ଆମେ ସବୁବେଳେ ସଂସଦକୁ ଯୋଗାଯୋଗର ଏକ ଦକ୍ଷ ମାଧ୍ୟମ ଭାବରେ ବିବେଚନା କରୁ। ଏହାକୁ ଏକ ତୀର୍ଥସ୍ଥାନ ଭାବରେ ବିବେଚନା କରାଯାଏ । ଯେଉଁଠାରେ ଖୋଲା ମନର ବିତର୍କ ହୋଇଥାଏ। ଯଦି ଆବଶ୍ୟକ ହୁଏ, ତର୍କ ବିତର୍କ କରନ୍ତୁ । ସମାଲୋଚନା ମଧ୍ୟ କରନ୍ତୁ। ପ୍ରତିଟି ବିଷୟକୁ ବିସ୍ତୃତ ଭାବରେ ବିଶ୍ଳେଷଣ କରନ୍ତୁ । ଯାହାଦ୍ୱାରା ନୀତି ଏବଂ ନିଷ୍ପତ୍ତିରେ ଏକ ସକରାତ୍ମକ ଅବଦାନ ଅନୁଭୂତ ହୋଇ ପାରିବ। ମୁଁ ଏମ୍‌ପିମାନଙ୍କୁ ଅନୁରୋଧ କରିବି ଯେ ସେମାନେ ପୁଙ୍ଖାନୁପୁଙ୍ଖ ଏବଂ ଭଲ ଆଲୋଚନା କରନ୍ତୁ।

ଗୃହକୁ ଯଥାସମ୍ଭବ ଫଳପ୍ରଦ କରିବା ପାଇଁ ସମସ୍ତ ପ୍ରୟାସ କରାଯିବା ଜରୁରୀ। ସମସ୍ତଙ୍କ ଉଦ୍ୟମ ଏବଂ ସହଯୋଗରେ ଗୃହ ଚାଲିଥାଏ। ଗୃହର ଗାରିମା ବଜାୟ ରଖିବା ସହ ଆମେ ସମସ୍ତେ ଆମର କର୍ତ୍ତବ୍ୟ ପାଳନ କରି ଜାତୀୟ ସ୍ବାର୍ଥରେ ଏହି ଅଧିବେଶନକୁ ବ୍ୟବହାର କରିବା ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଯେଉଁମାନେ ସେମାନଙ୍କର ଯୌବନକୁ ସ୍ବାଧୀନତା ପାଇଁ ବଳିଦାନ କରି ଜେଲରେ ଜୀବନ ବିତାଇଥିଲେ ସେମାନଙ୍କର ସ୍ବପ୍ନକୁ ମନେ ପକାଇ ଆସନ୍ତୁ ଗୃହର ଉପଯୋଗ କରିବା ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ,ମୌସୁମୀ ଅଧିବେଶନରେ ୧୮ ଟି କାର୍ଯ୍ୟ ଦିବସ ରହିଛି। ଏହା ଅଗଷ୍ଟ ୧୨ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନରେ ସରକାର୩୨ ଟି ବିଲ ତାଲିକାଭୁକ୍ତ କରିଛନ୍ତି, ସେଥିମଧ୍ୟରୁ ୨୪ଟି ନୂତନ ବିଲ ରହିଛି। ସଂସଦରେ ବର୍ତ୍ତମାନ ୩୫ ଟି ବିଲ ବିଚାରାଧୀନ ଅଛି, ସେଥିମଧ୍ୟରୁ ଆଠଟି ବିଲ ସରକାରଙ୍କ ପକ୍ଷରୁ ପୁନର୍ବିଚାର ପାଇଁ ଅଣାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?