Posted inଜାତୀୟ

ଆଜି ଶେଷ ହୋଇପାରେ ସଂସଦର ସ୍ବତନ୍ତ୍ର ଅଧିବେଶନ, ୨୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଥିଲା ସିଡ୍ୟୁଲ

ନୂଆଦିଲ୍ଲୀ,୨୧।୯: ସଂସଦର ଉଭୟ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହୋଇପାରେ। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟ ସଭାରେ ଆଜି ହିଁ ମହିଳା ସଂରକ୍ଷଣ ବିଲ ପାରିତ ହେବ। ସନ୍ଧ୍ୟା ୪ଟାରେ ବିଜନେସ ଆଡଭାଇଜରୀ କମିଟିର ବୈଠକ ରହିଛି, ସେଥିରେ ଅନ୍ତିମ ନିଷ୍ପତ୍ତି ନିଆଯିବ।

ସଂସଦରେ ଅବସ୍ଥିତ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏକ ବଡ ବୈଠକ ଚାଲିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ପ୍ରହ୍ଲାଦ ଯୋଶୀ ଉପସ୍ଥିତ ଅଛନ୍ତି। ସୂଚନାଯୋଗ୍ୟ, ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଅଗଷ୍ଟ ୩୧ରେ ସଂସଦର ଏକ ସ୍ବତନ୍ତ୍ର ଅଧିବେଶନ ଡାକିବା ବିଷୟରେ ସୂଚନା ଦେଇଥିଲେ। ସେ ଏକ୍ସରେ ପୋଷ୍ଟ କରିଛନ୍ତି ଯେ ସ୍ବତନ୍ତ୍ର ଅଧିବେଶନ ୧୮ରୁ ୨୨ସେପ୍ଟେମ୍ବର ପର୍ଯ୍ୟନ୍ତ ଚାଲିବ।

ମଙ୍ଗଳବାର ସ୍ବତନ୍ତ୍ର ଅଧିବେଶନ ସମୟରେ ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ମହିଳା ସଂରକ୍ଷଣ ସମ୍ପର୍କିତ ଏକ ବିଲ ଉପସ୍ଥାପନ କରିଥିଲେ। ବୁଧବାର ଲୋକ ସଭାରେ ଦୀର୍ଘ ଆଲୋଚନା ପରେ ଏହି ବିଲ ପାରିତ ହୋଇଛି। ସ୍ଲିପ ମାଧ୍ୟମରେ ଭୋଟ ପ୍ରକ୍ରିୟା କରାଯାଇଥିଲା ଯେଉଁଥିରେ ୪୫୪ ଭୋଟ ବିଲ ସପକ୍ଷରେ ଏବଂ ୨ ଟି ଭୋଟ ବିପକ୍ଷରେ ଦିଆଯାଇଥିଲା। ଗୁରୁବାର ଏହି ବିଲ ରାଜ୍ୟ ସଭାରେ ଉପସ୍ଥାପିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri