Posted inଜାତୀୟ

ଆଜି ଶେଷ ହୋଇପାରେ ସଂସଦର ସ୍ବତନ୍ତ୍ର ଅଧିବେଶନ, ୨୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଥିଲା ସିଡ୍ୟୁଲ

ନୂଆଦିଲ୍ଲୀ,୨୧।୯: ସଂସଦର ଉଭୟ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହୋଇପାରେ। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟ ସଭାରେ ଆଜି ହିଁ ମହିଳା ସଂରକ୍ଷଣ ବିଲ ପାରିତ ହେବ। ସନ୍ଧ୍ୟା ୪ଟାରେ ବିଜନେସ ଆଡଭାଇଜରୀ କମିଟିର ବୈଠକ ରହିଛି, ସେଥିରେ ଅନ୍ତିମ ନିଷ୍ପତ୍ତି ନିଆଯିବ।

ସଂସଦରେ ଅବସ୍ଥିତ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏକ ବଡ ବୈଠକ ଚାଲିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ପ୍ରହ୍ଲାଦ ଯୋଶୀ ଉପସ୍ଥିତ ଅଛନ୍ତି। ସୂଚନାଯୋଗ୍ୟ, ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଅଗଷ୍ଟ ୩୧ରେ ସଂସଦର ଏକ ସ୍ବତନ୍ତ୍ର ଅଧିବେଶନ ଡାକିବା ବିଷୟରେ ସୂଚନା ଦେଇଥିଲେ। ସେ ଏକ୍ସରେ ପୋଷ୍ଟ କରିଛନ୍ତି ଯେ ସ୍ବତନ୍ତ୍ର ଅଧିବେଶନ ୧୮ରୁ ୨୨ସେପ୍ଟେମ୍ବର ପର୍ଯ୍ୟନ୍ତ ଚାଲିବ।

ମଙ୍ଗଳବାର ସ୍ବତନ୍ତ୍ର ଅଧିବେଶନ ସମୟରେ ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ମହିଳା ସଂରକ୍ଷଣ ସମ୍ପର୍କିତ ଏକ ବିଲ ଉପସ୍ଥାପନ କରିଥିଲେ। ବୁଧବାର ଲୋକ ସଭାରେ ଦୀର୍ଘ ଆଲୋଚନା ପରେ ଏହି ବିଲ ପାରିତ ହୋଇଛି। ସ୍ଲିପ ମାଧ୍ୟମରେ ଭୋଟ ପ୍ରକ୍ରିୟା କରାଯାଇଥିଲା ଯେଉଁଥିରେ ୪୫୪ ଭୋଟ ବିଲ ସପକ୍ଷରେ ଏବଂ ୨ ଟି ଭୋଟ ବିପକ୍ଷରେ ଦିଆଯାଇଥିଲା। ଗୁରୁବାର ଏହି ବିଲ ରାଜ୍ୟ ସଭାରେ ଉପସ୍ଥାପିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri