Posted inଜାତୀୟ

୪ରୁ ପାର୍ଲାମେଣ୍ଟ ଶୀତ ଅଧିବେଶନ

ନୂଆଦିଲ୍ଲୀ,୨୮।୧୧: ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୪ରୁ ଆରମ୍ଭ ହୋଇ ୨୨ତାରିଖ ପର୍ଯ୍ୟନ୍ତ ଚାଲିବ। କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଡିସେମ୍ବର ୨ରେ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ ଶୀତକାଳୀନ ଅଧିବେଶନ ଉପରେ ଆଲୋଚନା କରାଯିବ। ସାଧାରଣତଃ ଅଧିବେଶନ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ସର୍ବଦଳୀୟ ବୈଠକ ଡକାଯାଇଥାଏ। କିନ୍ତୁ ଏଥର ଅଧିବେଶନ ପୂର୍ବରୁ ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼, ତେଲଙ୍ଗାନା ଏବଂ ମିଜୋରାମର ନିର୍ବାଚନ ଫଳାଫଳ ଡିସେମ୍ବର ୩ରେ ଆସିବ। ଏଭଳି ପରିସ୍ଥିତିରେ ସଂସଦରେ ଏହି ଫଳାଫଳର ପ୍ରତିଧ୍ୱନି ମଧ୍ୟ ଦେଖିବାକୁ ମିଳିବାର ଆଶା ରହିଛି। ଏହି ଅଧିବେଶନରେ ସରକାର ଅନେକ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ପାସ କରିବାକୁ ଚେଷ୍ଟା କରିବେ। ନିର୍ବାଚନ ଫଳାଫଳ ଯଦି ସପକ୍ଷରେ ଆସିବ ତେବେ ସରକାର ଅଧିକ କ୍ଷମତା ପାଇବେ। ଅନ୍ୟପକ୍ଷରେ ଫଳାଫଳ ଯଦି କଂଗ୍ରେସ ସପକ୍ଷରେ ଯାଏ, ତେବେ ସଂସଦରେ ସମୀକରଣ ମଧ୍ୟ ବଦଳିପାରେ।
ମିଳିଥିବା ସୂଚନା ଅନୁସାରେ ଦେଶର ଆପରାଧିକ ନ୍ୟାୟ ବ୍ୟବସ୍ଥାରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ଲାଗି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଗତ ଅଗଷ୍ଟ ୧୧ରେ ଲୋକ ସଭାରେ ଆଗତ କରିଥିବା ୩ ବିଲ୍‌କୁ ଏଥର ଅଧିବେଶନରେ ଉପସ୍ଥାପନ କରାଯିବ। ଏହି ତିନୋଟି ବିଲ୍‌ ଗୃହ ସଂସଦୀୟ କମିଟି ଦ୍ୱାରା ଅନୁମୋଦନ ହୋଇସାରିଛି। ଆଇପିସି, ସିଆର୍‌ପିସି ଏବଂ ଏଭିଡେନ୍ସ ଆକ୍ଟକୁ ବଦଳାଇ ଯଥାକ୍ରମେ ଭାରତୀୟ ନ୍ୟାୟ ସଂହିତା(ବିଏନ୍‌ଏସ୍‌) ୨୦୨୩, ଭାରତୀୟ ନାଗରିକ ସୁରକ୍ଷା ସଂହିତା(ବିଏନ୍‌ଏସ୍‌ଏସ୍‌) ବିଲ୍‌-୨୦୨୩ ଏବଂ ଭାରତୀୟ ସାକ୍ଷ୍ୟ(ବିଏସ୍‌) ବିଲ୍‌-୨୦୨୩କୁ ଗୃହୀତ କରାଇବାକୁ ସରକାର ଚାହୁଁଛନ୍ତି। ତେଣୁ ଏହି ବିଲ୍‌କୁ ଏଥର ଗୃହରେ ଉପସ୍ଥାପନ କରାଯିବ। ଏହା ବ୍ୟତୀତ ମୁଖ୍ୟ ନିର୍ବାଚନ କମିଶନର ଏବଂ ଅନ୍ୟ କମିଶନରଙ୍କ ନିଯୁକ୍ତି ପାଇଁ ବିଲ୍‌ ମଧ୍ୟ ସଂସଦରେ ଅନୁମୋଦନ ପାଇଁ ଉପସ୍ଥାପନ ହେବ। ଏହି ବିଲ୍‌ ଉପରେ କଂଗ୍ରେସ ସମେତ ଅନେକ ବିରୋଧୀ ଦଳର ଦୃଢ଼ ଆପତ୍ତି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?