ପାର୍ଲାମେଣ୍ଟ ମୌସୁମୀ ଅଧିବେଶନ: ଜିଏସ୍‌ଟି କ୍ଷତି ଭରଣା, କେନ୍ଦ୍ରୀୟ ଅନୁଦାନ ଦାବି କରିବ ବିଜେଡି

ଭୁବନେଶ୍ୱର ୧୩।୯(ବ୍ୟୁରୋ): ସୋମବାରଠାରୁ ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। କୋଭିଡ-୧୯ ମହାମାରୀ ସମୟରେ ରାଜ୍ୟରେ ରାଜସ୍ବ ଆଦାୟ ହ୍ରାସ ପାଇଛି। ଏଭଳି ପରିସ୍ଥିତିରେ ରାଜ୍ୟ ସରକାର ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) କ୍ଷତିପୂରଣକୁ ଭରସା କରିଛନ୍ତି। ଅଧିବେଶନ କାଳରେ ବିଜେଡି ଜିଏସ୍‌ଟି କ୍ଷତି ଭରଣା କରିବା ପାଇଁ ଦାବି କରିବ। ଏଥିସହିତ ରାଜ୍ୟରେ ଚାଲୁ ରହିଥିବା ବିଭିନ୍ନ ରେଳ ଓ ଜାତୀୟ ରାଜପଥ ପ୍ରକଳ୍ପ ଲାଗି ଅନୁଦାନ, ଟେଲିକମ ସେବା ଇତ୍ୟାଦି ପ୍ରସଙ୍ଗକୁ ଦଳ ପକ୍ଷରୁ ଉତ୍ଥାପନ କରାଯିବ ବୋଲି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର କହିଛନ୍ତି। ଏହାଛଡା ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କେନ୍ଦ୍ର ଓ କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା ପାଇଁ ବାକି ରହିଥିବା ଅନୁଦାନ ତୁରନ୍ତ ଦେବା ନେଇ କେନ୍ଦ୍ର ଉପରେ ଚାପ ସୃଷ୍ଟି କରାଯିବ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପାର୍ଲାମେଣ୍ଟ ଅଧିବେଶନ ପୂର୍ବରୁ ପ୍ରତ୍ୟେକ ଥର ବିଜେଡି ସଂସଦୀୟ ଦଳ ବୈଠକ ଅନୁଷ୍ଠିତ ହୋଇଥାଏ। ତେବେ କରୋନା ଯୋଗୁ ଚଳିତ ଥର ଏହି ବୈଠକ ହୋଇ ନ ଥିବା ସସ୍ମିତ କହିଛନ୍ତି।
ଅନ୍ୟପକ୍ଷରେ ରାଜ୍ୟ ସଭା ଉପାଧ୍ୟକ୍ଷ ଲାଗି ସୋମବାର ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ରାଜ୍ୟ ସଭା ସଦସ୍ୟଙ୍କୁ ଗୃହରେ ଉପସ୍ଥିତ ରହିବା ପାଇଁ ବିଜେଡି ପକ୍ଷରୁ ହ୍ବିପ ଜାରି କରାଯାଇଛି। ଏଠାରେ ସୂଚନାଯୋଗ୍ୟ, ଏନ୍‌ଡିଏ କ୍ଷରୁ ଜେଡି(ୟୁ) ଏମ୍‌ପି ହରିବଂଶ ନାରାୟଣ ସିଂହ ଏବଂ ଆର୍‌ଜେଡି ଏମ୍‌ପି ତଥା ମିଳିତ ବିରୋଧୀ ପ୍ରାର୍ଥୀ ମନୋଜ ଝାଙ୍କୁ ଉପାଧ୍ୟକ୍ଷ ନିର୍ବାଚନରେ ପ୍ରାର୍ଥୀ ହୋଇଛନ୍ତି। ଜେଡି(ୟୁ) ପ୍ରାର୍ଥୀଙ୍କୁ ସମର୍ଥନ ଦେବା ସକାଶେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ସେପ୍ଟେମ୍ବର ୧୦ ତାରିଖରେ ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଥିଲେ। ୨୦୧୮ରେ ବିଜେଡି ଏନ୍‌ଡିଏ ସମର୍ଥିତ ପ୍ରାର୍ଥୀ ହରିବଂଶଙ୍କୁ ସମର୍ଥନ କରିଥିଲା। ତେବେ ଚଳିତ ନିର୍ବାଚନରେ ଦଳ କେଉଁ ପ୍ରାର୍ଥୀଙ୍କୁ ସମର୍ଥନ ଦେବ ସେନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ ବୋଲି ସସ୍ମିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?