Posted inଜାତୀୟ

ମୌସୁମୀ ଅଧିବେଶନ ଆରମ୍ଭ: ମାସ୍କ, ଫେସ୍‌ ସିଲ୍ଡ ପିନ୍ଧି ପହଞ୍ଚିଲେ ଏମ୍‌ପି

ନୂଆଦିଲ୍ଲୀ,୧୪।୯: ସଂସଦର ମୌସୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। କରୋନା କଟକଣା ମଧ୍ୟରେ ବସୁଥିବା ଏହି ଅଧିବେଶନକୁ ଏମ୍‌ପିମାନେ ମାସ୍କ ଏବଂ ଫେସ୍‌ ସିଲ୍ଡ ଲଗାଇ ପହଞ୍ଚୁଥିବା ଦେଖାଯାଇଛି। ଲୋକ ସଭା ଆରମ୍ଭ ହେବା କ୍ଷଣି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଶ୍ରର୍ଦ୍ଧାଞ୍ଜଳି ଦିଆଯାଇଥିଲା। ଏହାପରେ ସଂସଦ କାର୍ଯ୍ୟ ଏକ ଘଣ୍ଟା ପାଇଁ ସ୍ଥଗିତ ପ୍ରସ୍ତାବ ଦିଆଯାଇଛି। କରୋନା ସଙ୍କଟ ଯୋଗୁ ଏଥରର ସଂସଦ ଅଧିବେଶନରେ କିଛି ପରିବର୍ତ୍ତନ କରାଯାଇଛି। ସଂସଦ ଅଧିବେଶନରେ କରୋନା ଗାଇଡଲାଇନ ସମ୍ପୂର୍ଣ୍ଣ ପାଳନ କରାଯିବ। ଲୋକ ସଭା ପ୍ରତିଦିନ ୪ ଘଣ୍ଟା ବସିବ। ଏହି ପରିପ୍ରେକ୍ଷୀରେ, ଶୂନ କାଳର ଅବଧି ମଧ୍ୟ ଅଧ ଘଣ୍ଟାକୁ ହ୍ରାସ କରାଯାଇଛି। ପ୍ରଶ୍ନଗୁଡ଼ିକର ଲିଖିତ ଆକାରରେ ମଧ୍ୟ ଉତ୍ତର ଦିଆଯିବ। ସଂସଦରେ ପ୍ରବେଶ ପୂର୍ବରୁ ସମସ୍ତ କର୍ମଚାରୀ ଏବଂ ଏମ୍‌ପିମାନେ ନିଜର ଆର୍ଟିପିସିଆର୍‌ କୋଭିଡ-୧୯ ରିପୋର୍ଟ ଦେଖାଇବେ। ଏଥିସହ ଏନଆଇସି ଦ୍ୱାରା ତିଆରି ହୋଇଥିବା ଏକ ମୋବାଇଲ ଆପ ମାଧ୍ୟମରେ ସାଂସଦମାନେ ଉପସ୍ଥାପନ ପକାଇବେ ବୋଲି ନିର୍ଦ୍ଦେଶ ଦିଆଯାଇଛି।
ସୂଚନାଯୋଗ୍ୟ, ସଂସଦର ମୌସୁମୀ ଅଧିବେଶନ ସେପ୍ଟେମ୍ବର ୧୪ରୁ ଆରମ୍ଭ ହୋଇ ଅକ୍ଟୋବର ୧ରେ ଶେଷ ହେବ। ଚଳିତ ମୌସୁମୀ ଅଧିବେଶନରେ ମୋଟ ୧୮ଟି କାର୍ଯ୍ୟଦିବସ ରହିଛି। ଏଥର ଶନିବାର ଏବଂ ରବିବାର ଛୁଟି ରହିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri