ପାରମିତା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୬।୮ (ବ୍ୟୁରୋ): ଇମ୍ପାକ୍ଟ ପକ୍ଷରୁ ଗୁରୁବାର ୪୨ତମ ଶାରଳା ପୁରସ୍କାର ଘୋଷଣା ହୋଇଛି। ଚଳିତବର୍ଷ କଥାକାର ପାରମିତା ଶତପଥୀ ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଉପନ୍ୟାସ ‘ଅଭିପ୍ରେତ କାଳ’ ପାଇଁ ସେ ଏହି ପୁରସ୍କାର ପାଇବେ। ପୁରସ୍କାର ବାବଦକୁ ୫ଲକ୍ଷ ଟଙ୍କା ସହ ମାନପତ୍ର ପ୍ରଦାନ କରାଯିବ। ଉକ୍ତ ଉପନ୍ୟାସଟି ୨୦୧୬ରେ ପଶ୍ଚିମା ପ୍ରକାଶନ ଦ୍ୱାରା ପ୍ରକାଶିତ ହୋଇଥିଲା। ତେବେ କରୋନା କଟକଣା ପାଇଁ ଚଳିତବର୍ଷ ପୁରସ୍କାର ସମାରୋହ ଆୟୋଜନ ନ ହୋଇ ବ୍ୟକ୍ତିଗତ ଭାବେ ପ୍ରଦାନ କରାଯିବ। ଏଥିସହ କଳା ଓ ସଙ୍ଗୀତ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରଦାନ କରାଯାଉଥିବା ‘ବଂଶୀଧର- ଇଲା ପଣ୍ଡା ସଙ୍ଗୀତ ଓ କଳା ସମ୍ମାନ’ ଖୁବ୍‌ଶୀଘ୍ର ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି।
୧୯୬୫ ମସିହା ଅଗଷ୍ଟ ୩୦ରେ ଜନ୍ମଗ୍ରହଣ କରିଥିବା ପାରମିତା ସାହିତ୍ୟ ଏକାଡେମୀ ପୁରସ୍କାର ବିଜେତା କବି ପ୍ରତିଭା ଶତପଥୀ ଓ ନିତ୍ୟାନନ୍ଦ ଶତପଥୀଙ୍କ କନ୍ୟା। ପାରମିତାଙ୍କ ପ୍ରଥମ କ୍ଷୁଦ୍ରଗଳ୍ପ ୧୯୮୫ରେ ଝଙ୍କାର ପତ୍ରିକାରେ ପ୍ରକାଶିତ ହୋଇଥିଲା। ସାହିତ୍ୟ ପ୍ରତି ତାଙ୍କର କୃତିତ୍ୱ ପାଇଁ ୨୦୧୬ରେ (କ୍ଷୁଦ୍ରଗଳ୍ପ ସଂକଳନ‘ପ୍ରାପ୍ତି’) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ୨୦୧୭ରେ କଳିଙ୍ଗ କାରୁବାକି ପୁରସ୍କାର, କାଦମ୍ବିନୀ ଗଳ୍ପ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଗଙ୍ଗାଧର ରଥ ଫାଉଣ୍ଡେଶନ ପୁରସ୍କାର ଭଳି ଅନେକ ପୁରସ୍କାର ଓ ସମ୍ମାନ ସେ ପାଇଛନ୍ତି। ତାଙ୍କର ଅନେକ ଉପନ୍ୟାସ ହିନ୍ଦୀ, ଇଂଲିଶ, ବେଙ୍ଗଲୀ, ତେଲୁଗୁ ଏବଂ ମରାଠୀ ଭାଷାରେ ଅନୁବାଦ ହୋଇଛି। ତାଙ୍କ ଗଳ୍ପ ଓ ଉପନ୍ୟାସ ମଧ୍ୟରୁ ‘ଚନ୍ଦନ କେ ଫୁଲ୍‌’, ‘ନାରୀକବି ଓ ଅନ୍ୟମାନେ’, ‘ପ୍ରାପ୍ତି’, ‘କୁରେଇ ଫୁଲ’, ‘ଦୂର୍‌ କେ ପାହାଡ଼’, ‘ଅନ୍ତରଙ୍ଗ ଛଳ’, ‘ଅପଥଚାରିଣୀ’ ଅନ୍ୟତମ। ୧୯୮୯ରେ ଭାରତୀୟ ରାଜସ୍ବ ସେବାରେ ଯୋଗଦେଇଥିବା ପାରମିତା ଏବେ ଆୟକର ବିଭାଗର କମିଶନର ଅଛନ୍ତି।
ସୂଚନାଯୋଗ୍ୟ, ବିଶିଷ୍ଟ ଶିଳ୍ପପତି ସ୍ବର୍ଗତ ଡ. ବଂଶୀଧର ପଣ୍ଡା ଏବଂ ସ୍ବର୍ଗତ ଇଲା ପଣ୍ଡାଙ୍କ ଦ୍ୱାରା ପ୍ରତିଷ୍ଠିତ ଇମ୍ଫା ଦ୍ୱାରା ପରିଚାଳିତ ଇଣ୍ଡିଆନ୍‌ ମେଟାଲ୍‌ସ ଆଣ୍ଡ୍‌ ପବ୍ଲିକ୍‌ ଚାରିଟେବଲ ଟ୍ରଷ୍ଟ (ଇମ୍ପାକ୍ଟ) ପକ୍ଷରୁ ଗତ ୧୯୮୦ରୁ ‘ଶାରଳା ପୁରସ୍କାର’ ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri