ପାରମିତା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୬।୮ (ବ୍ୟୁରୋ): ଇମ୍ପାକ୍ଟ ପକ୍ଷରୁ ଗୁରୁବାର ୪୨ତମ ଶାରଳା ପୁରସ୍କାର ଘୋଷଣା ହୋଇଛି। ଚଳିତବର୍ଷ କଥାକାର ପାରମିତା ଶତପଥୀ ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଉପନ୍ୟାସ ‘ଅଭିପ୍ରେତ କାଳ’ ପାଇଁ ସେ ଏହି ପୁରସ୍କାର ପାଇବେ। ପୁରସ୍କାର ବାବଦକୁ ୫ଲକ୍ଷ ଟଙ୍କା ସହ ମାନପତ୍ର ପ୍ରଦାନ କରାଯିବ। ଉକ୍ତ ଉପନ୍ୟାସଟି ୨୦୧୬ରେ ପଶ୍ଚିମା ପ୍ରକାଶନ ଦ୍ୱାରା ପ୍ରକାଶିତ ହୋଇଥିଲା। ତେବେ କରୋନା କଟକଣା ପାଇଁ ଚଳିତବର୍ଷ ପୁରସ୍କାର ସମାରୋହ ଆୟୋଜନ ନ ହୋଇ ବ୍ୟକ୍ତିଗତ ଭାବେ ପ୍ରଦାନ କରାଯିବ। ଏଥିସହ କଳା ଓ ସଙ୍ଗୀତ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରଦାନ କରାଯାଉଥିବା ‘ବଂଶୀଧର- ଇଲା ପଣ୍ଡା ସଙ୍ଗୀତ ଓ କଳା ସମ୍ମାନ’ ଖୁବ୍‌ଶୀଘ୍ର ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି।
୧୯୬୫ ମସିହା ଅଗଷ୍ଟ ୩୦ରେ ଜନ୍ମଗ୍ରହଣ କରିଥିବା ପାରମିତା ସାହିତ୍ୟ ଏକାଡେମୀ ପୁରସ୍କାର ବିଜେତା କବି ପ୍ରତିଭା ଶତପଥୀ ଓ ନିତ୍ୟାନନ୍ଦ ଶତପଥୀଙ୍କ କନ୍ୟା। ପାରମିତାଙ୍କ ପ୍ରଥମ କ୍ଷୁଦ୍ରଗଳ୍ପ ୧୯୮୫ରେ ଝଙ୍କାର ପତ୍ରିକାରେ ପ୍ରକାଶିତ ହୋଇଥିଲା। ସାହିତ୍ୟ ପ୍ରତି ତାଙ୍କର କୃତିତ୍ୱ ପାଇଁ ୨୦୧୬ରେ (କ୍ଷୁଦ୍ରଗଳ୍ପ ସଂକଳନ‘ପ୍ରାପ୍ତି’) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ୨୦୧୭ରେ କଳିଙ୍ଗ କାରୁବାକି ପୁରସ୍କାର, କାଦମ୍ବିନୀ ଗଳ୍ପ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଗଙ୍ଗାଧର ରଥ ଫାଉଣ୍ଡେଶନ ପୁରସ୍କାର ଭଳି ଅନେକ ପୁରସ୍କାର ଓ ସମ୍ମାନ ସେ ପାଇଛନ୍ତି। ତାଙ୍କର ଅନେକ ଉପନ୍ୟାସ ହିନ୍ଦୀ, ଇଂଲିଶ, ବେଙ୍ଗଲୀ, ତେଲୁଗୁ ଏବଂ ମରାଠୀ ଭାଷାରେ ଅନୁବାଦ ହୋଇଛି। ତାଙ୍କ ଗଳ୍ପ ଓ ଉପନ୍ୟାସ ମଧ୍ୟରୁ ‘ଚନ୍ଦନ କେ ଫୁଲ୍‌’, ‘ନାରୀକବି ଓ ଅନ୍ୟମାନେ’, ‘ପ୍ରାପ୍ତି’, ‘କୁରେଇ ଫୁଲ’, ‘ଦୂର୍‌ କେ ପାହାଡ଼’, ‘ଅନ୍ତରଙ୍ଗ ଛଳ’, ‘ଅପଥଚାରିଣୀ’ ଅନ୍ୟତମ। ୧୯୮୯ରେ ଭାରତୀୟ ରାଜସ୍ବ ସେବାରେ ଯୋଗଦେଇଥିବା ପାରମିତା ଏବେ ଆୟକର ବିଭାଗର କମିଶନର ଅଛନ୍ତି।
ସୂଚନାଯୋଗ୍ୟ, ବିଶିଷ୍ଟ ଶିଳ୍ପପତି ସ୍ବର୍ଗତ ଡ. ବଂଶୀଧର ପଣ୍ଡା ଏବଂ ସ୍ବର୍ଗତ ଇଲା ପଣ୍ଡାଙ୍କ ଦ୍ୱାରା ପ୍ରତିଷ୍ଠିତ ଇମ୍ଫା ଦ୍ୱାରା ପରିଚାଳିତ ଇଣ୍ଡିଆନ୍‌ ମେଟାଲ୍‌ସ ଆଣ୍ଡ୍‌ ପବ୍ଲିକ୍‌ ଚାରିଟେବଲ ଟ୍ରଷ୍ଟ (ଇମ୍ପାକ୍ଟ) ପକ୍ଷରୁ ଗତ ୧୯୮୦ରୁ ‘ଶାରଳା ପୁରସ୍କାର’ ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓୱାଇସିଙ୍କ ବୟାନକୁ ନେଇ ହଇଚଇ, କହିଲେ ରାତିରେ ଶୋଇବା ପୂର୍ବରୁ ପତ୍ନୀଙ୍କୁ….

ନୂଆଦିଲ୍ଲୀ,୨୨।୯: ରାଜନୈତିକ ପ୍ରସଙ୍ଗରେ ନିଜ ମତ ରଖୁଥିବା AIMIM ମୁଖ୍ୟ ତଥା ହାଇଦ୍ରାବାଦ ଲୋକସଭା ଏମପି ଅସଦୁଦ୍ଦିନ ଓୱାଇସିଙ୍କ ଏକ କାର୍ଯ୍ୟକ୍ରମରେ ଭିନ୍ନ ଅନ୍ଦାଜ ଦେଖିବାକୁ ମିଳିଛି…

ଛାତ୍ରୀଛାତ୍ରଙ୍କୁ ଜଳଖିଆ ପରଷିଲେ, ନିଜେ ବି ଖାଇଲେ ସିଏମ ବିଜୟ; ଭିଡିଓ ଭାଇରାଲ

ଚେନ୍ନାଇ,୨୨।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ମଙ୍ଗଳବାର (ସେପ୍ଟେମ୍ବର ୨୨) ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ଜଳଖିଆ ଯୋଜନାର ସମ୍ପ୍ରସାରଣ ଆରମ୍ଭ କରିଛନ୍ତି। ଏହି ଅବସରରେ ସେ…

ମନ୍ତ୍ରୀଙ୍କୁ ବନ୍ଧୁକ ଦେଖାଇ କରିନେଲେ ଅପହରଣ: ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ

ଇସଲାମାବାଦ/ପେଶାୱାର,୨୨।୯: ଆତଙ୍କବାଦକୁ ପ୍ରଶ୍ରୟ ଦେଉଥିବା ପାକିସ୍ତାନରେ ଏବେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ନିଜ ଦେଶର ନିର୍ବାଚିତ ଜନପ୍ରତିନିଧି ଏବଂ ମନ୍ତ୍ରୀମାନେ ମଧ୍ୟ ଏବେ ସୁରକ୍ଷିତ…

ବୁଢ଼ା ବୟସରେ ପ୍ରେମ, ପରେ ପ୍ରେମିକଙ୍କୁ ହତ୍ୟା କରି ଜାଳିଦେଲେ ୭୦ ବର୍ଷୀୟା! DNA ଟେଷ୍ଟ ଖୋଲିଲା ରହସ୍ୟ

ମୁମ୍ବାଇ,୨୨।୯: ମହାରାଷ୍ଟ୍ରର ସୋଲାପୁର ଜିଲାପଣ୍ଢରପୁରରୁ ଏକ ଚାଞ୍ଚଲ୍ୟକର ହତ୍ୟା ଘଟଣା ସାମ୍ନାକୁ ଆସିଛି। ୭୦ ବର୍ଷ ବୟସରେ ପ୍ରେମ ସମ୍ପର୍କକୁ ନେଇ ନିଜ ପ୍ରେମିକଙ୍କୁ ହତ୍ୟା କରିବା…

୩୮୦ କୋଟିର ଗଡ଼ବଡ଼ ଅଭିଯୋଗ ଆଣିଲା CJP , ତଦନ୍ତ ଦାବି: ଓଡ଼ିଶା ସରକାର ଛାନିଆ!

ଭୁବନେଶ୍ୱର,୨୨।୯: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ଓ ଛପା-ବଣ୍ଟନକୁ ନେଇ ବିବାଦ ମଧ୍ୟରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କକରୋଚ ଜନତା ପାର୍ଟି (CJP)। ଦଳର ସହ-ସଂଯୋଜକ…

ଭୋ ଭୋ ହୋଇ କାନ୍ଦିଲେ ଭାଜପା ମନ୍ତ୍ରୀ: ବିଜୟ ସତ୍ତ୍ୱେ…

ଅଲୱର,୨୨।୯: ରାଜସ୍ଥାନର ଅଲୱର ନଗର ନିଗମରେ ଭାଜପାର ବିଜୟ ପରେ ଭାବବିହ୍ବଳ ହୋଇପଡ଼ିଛନ୍ତି ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ସଞ୍ଜୟ ଶର୍ମା। ଅଲୱର ନଗର ନିଗମର ଦାୟିତ୍ୱ ତାଙ୍କୁ…

କମାଲ୍‌ କଲେ ୧୩ ବର୍ଷୀୟା ବାଳିକା: ଏସିଆନ ଗେମ୍ସରେ ୨ ସ୍ବର୍ଣ୍ଣ ସହ ମହାରେକର୍ଡ

ନୂଆଦିଲ୍ଲୀ,୨୨।୯: ଯେଉଁ ବୟସରେ ଅଧିକାଂଶ ପିଲା ପାଠପଢ଼ା ଓ ଖେଳର ମୌଳିକ ଅଭ୍ୟାସରେ ବ୍ୟସ୍ତ ରହନ୍ତି, ସେହି ବୟସରେ ଚାଇନାର ୧୩ ବର୍ଷୀୟା ସନ୍ତରଣକାରୀ ୟୁ ଜିଦି…

ଆଗାମୀ ୩ ମାସ ଏହି ରାଶିଙ୍କ ଭାଗ୍ୟରେ ଲାଗିବ ଲଟେରୀ! ମିଳିବ ମନଚାହାଁ ସଫଳତା, ଚାକିରିରେ ପଦୋନ୍ନତି, ବ୍ୟବସାୟରେ ଟଙ୍କା ହିିଁ ଟଙ୍କା

ଭୁବନେଶ୍ୱର: ୨୦୨୬ ବର୍ଷ ଶେଷ ଆଡ଼କୁ ଗତି କରୁଥିବା ବେଳେ ଆଗାମୀ ତିନି ମାସ ଧାର୍ମିକ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?