କୋରଡ଼ରୁ ଶୁଆଧରା ଭିଡିିଓ ଭାଇରାଲ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲା ବନ ବିଭାଗ

ଭୁବନେଶ୍ୱର,୪।୩(ବ୍ୟୁରୋ): କନ୍ଧମାଳ ଜିଲାରେ ଗଛ କୋରଡରୁ ଶୁଆ ଶାବକଙ୍କୁ ଅତି ଅମାନୁଷିକ ଭାବେ ଉଠାଇ ନିଆଯାଉଥିବା ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ। ବନ୍ୟପ୍ରାଣୀ ପିସିସିଏଫ୍‌ଙ୍କ କାର୍ଯ୍ୟାୟଳର ୱାଇଲ୍ଡଲାଇଫ୍‌ କଞ୍ଜରଭେଶନ ଅଫିସରଙ୍କ ପକ୍ଷରୁ ଗୁରୁବାର କନ୍ଧମାଳର ଫୁଲବାଣୀ ବନଖଣ୍ଡ ଓ ବାଲିଗୁଡା ବନଖଣ୍ଡ ଅଧିକାରୀଙ୍କୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ବନ୍ୟପ୍ରାଣୀ (ସଂରକ୍ଷଣ) ଆଇନ ୧୯୭୨ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ରିପୋର୍ଟ ଦେବା ପାଇଁ ଦୁଇ ଡିଏଫ୍‌ଓଙ୍କୁ ଚିଠି ଦିଆଯାଇଛି।
ସୂଚନାଯୋଗ୍ୟ, ଉକ୍ତ ଭିଡିଓ ବିଷୟରେ ଖୋର୍ଦ୍ଧା ଜିଲାର ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଶୁଭେନ୍ଦୁ ମଲ୍ଲିକ ବୁଧବାର ଓଡ଼ିଶାର ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକଙ୍କୁ ଅଭିଯୋଗ କରିଥିଲେ। ଶୁଭେନ୍ଦୁ ପ୍ରମାଣ ସ୍ବରୂପ ଶୁଆ ଶାବକଙ୍କ ଉପରେ ହୋଇଥିବା ନିଷ୍ଠୁରତାର ଏକାଧିକ ଭିଡିଓ ତାଙ୍କୁ ପ୍ରଦାନ କରିଥିଲେ। ଏ ସଂକ୍ରାନ୍ତରେ ଗୁରୁବାର ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ୟୁଟ୍ୟୁବ୍‌ରୁ ଉକ୍ତ ଦୁଇ ଭିଡିଓକୁ ଡିଲିଟ୍‌ କରିଦିଆଯାଇଛି। ଖାଲି ସେତିକି ନୁହେଁ, କନ୍ଧମାଳ ଏଲ୍‌.କେ. ଚ୍ୟାନେଲ ନାମକୁ ମଧ୍ୟ ବଦଳାଇ ଦିଆଯାଇଛି। ତେବେ ଚ୍ୟାନେଲ ନାଁ ବଦଳାଇ ଭିଡିଓ ଡିଲିଟ୍‌ କରିଦେଲେ ମଧ୍ୟ ଅଭିଯୁକ୍ତଙ୍କୁ ଧରାଯାଇପାରିବ। କାରଣ ସେଇ ଦୁଇଟି ଭିଡିଓର ୟୁଆର୍‌ଏଲ୍‌ ଥାଇ ସ୍କ୍ରିନଶଟ୍‌ ମଧ୍ୟ ପ୍ରମାଣ ସ୍ବରୂପ ଶୁଭେନ୍ଦୁ ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକଙ୍କୁ ଦେଇଥିଲେ। ସେହି ୟୁଆରଏଲ୍‌ରୁ ସାଇବର ଏକ୍ସପର୍ଟମାନେ କିଏ ସେଇ ଚ୍ୟାନେଲ ଖୋଲିଥିଲେ, କିଏ ଅପରେଟ କରୁଥିଲେ, ର଼୍ୟାକେଟ ସହ ତାଙ୍କ ସମ୍ପର୍କ ଆଦି ତଥ୍ୟ ସହଜରେ ମିଳିପାରିବ। ତଦନ୍ତ କରାଯାଇ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯାଇପାରିବ। ତେବେ ଏସବୁ ପଛରେ ବନ ବିଭାଗର ନିଷ୍କ୍ରିୟତା ମୂଳ କାରଣ। ଶୁଆ ଭଳି ସଂରକ୍ଷିତ ପ୍ରାଣୀ ପ୍ରତି ବନ ବିଭାଗର କେତେଜଣ ଅଧିକାରୀ କୋହଳ ମନୋଭାବ ପୋଷଣ କରିଥାନ୍ତି ବୋଲି ଶୁଭେନ୍ଦୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri