ଲଡୁଗାଁରେ ପର୍ଶୁରାମ ଜୟନ୍ତୀ

କୋକସରା,୩।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁଠାରେ ମଙ୍ଗଳବାର ପର୍ଶୁରାମ ଜୟନ୍ତି ପାଳିତ ହୋଇଯାଇଛି। ବ୍ରାହ୍ମଣ ସମାଜ ପକ୍ଷରୁ ଲଡୁଗାଁ ଶିଶୁମନ୍ଦିର ଛକରୁ ହନୁମାନ ତିନିଛକ ପର୍ଯ୍ୟନ୍ତ ଏକ ବିରାଟ ଶୋଭାଯାତ୍ରାରେ ପର୍ଶୁରାମ ଜୟନ୍ତୀ ପାଳନ କମିଟିର କର୍ମକର୍ତ୍ତା ବାହାରି ସହର ପରିକ୍ରମା କରିଥିଲେ। ମୁଖ୍ୟ ପୁରୋଧା ଭାବେ ସମାଜସେବୀ ବଜେନ୍ଦ୍ର ପାଟ୍ଟଯୋଷୀ, ସୁବାସ ଭାଇ,ଶ୍ରୀମନ୍ତ ପାଢୀ, ରମେଶ ଶର୍ମା, ସୁଶିଲ କୁମାର ପାଢୀ, ଭାରତ ଭୂଷଣ ଠାକୁର, ପ୍ରଣବ ବେହେରା, ଗୋପାଳ ଶର୍ମା, ଗଣେଶ ନନ୍ଦ, ଦୀପକ ଶର୍ମାଙ୍କ ନେତୃତ୍ୱରେ ଶତାଧିକ ପର୍ଶୁରାମ ସେନା ପକ୍ଷରୁ ନଗର ପରିକ୍ରମା ସହ ପ୍ରଭୁ ଶ୍ରୀ ପର୍ଶୁରାମଙ୍କ ଧ୍ୱନିରେ ସହର ଗୁଞ୍ଜରିତ ହୋଇଥିଲା। ଲଡୁଗାଁ ବ୍ରାହ୍ମଣ ସମାଜ ସମେତ ଅଞ୍ଚଳର ବିଭିନ୍ନ ଗ୍ରାମରୁ ସଦସ୍ୟ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

ଜମିରେ କୀଟନାଶକ ସିଞ୍ଚନ କରି ଶୋଇ ଆଉ ଉଠିଲେନି କୃଷିଶ୍ରମିକ, ତାପରେ….

ଗଜପତି,୪।୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଥାନା ଅନ୍ତର୍ଗତ ତାଟିପାଟି ଗ୍ରାମରେ ଅଭାବନୀୟ ଘଟଣା । ଜଣେ କୃଷିଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତି…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ରାତି ହେଲେ ଅବକାରୀ ଥାନା ବନ୍ଦ: ଡିସ୍‌ପ୍ଲେ ବୋର୍ଡ ଜଳୁଛି, କାର୍ଯ୍ୟାଳୟରେ ତାଲା ଝୁଲୁଛି

ଲୋଇସିଂହା,୪।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଅବକାରୀ ଥାନାରେ ରାତି ସମୟରେ କେହି ଷ୍ଟାଫ ରହୁ ନ ଥିବା ଅଭିଯୋଗ ହେଉଛି ା ବୁଧବାର ସନ୍ଧ୍ୟାରେ କାର୍ଯ୍ୟାଳୟର ଡିସପ୍ଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri