Posted inଜାତୀୟ

ସରିଲା ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ: ମାର୍ଚ୍ଚ ୧୩ରୁ ଦ୍ୱିତୀୟ ପର୍ଯ୍ୟାୟ

ନୂଆଦିଲ୍ଲୀ,୧୩।୨: ପାର୍ଲାମେଣ୍ଟ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ସୋମବାର ଶେଷ ହେବା ସହ ଉଭୟ ଲୋକ ସଭା ଏବଂ ରାଜ୍ୟ ସଭାକୁ ମାସେ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଛି। ମାର୍ଚ୍ଚ ୧୩ରୁ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ଜାନୁୟାରୀ ୩୧ରେ ଆରମ୍ଭ ହୋଇଥିଲା ଓ ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରିଥିଲେ। ଫେବୃୟାରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ୨୦୨୩-୨୪ ଆର୍ଥତ୍କ ବର୍ଷର ବଜେଟ ଉପସ୍ଥାପନ କରିଥବଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଉତ୍ତର ରଖିଥିଲେ। ଅଧିବେଶନ ଆରମ୍ଭରୁ ଆଦାନୀ ଗ୍ରୁପ୍‌ର ଅନିୟମିତତାକୁ ନେଇ ଆମେରିକାର ଶର୍ଟ ସେଲର କମ୍ପାନୀ ହିଣ୍ଡେନ୍‌ବର୍ଗ ରିପୋର୍ଟର ଜେପିସି ତଦନ୍ତ ଦାବିରେ କଂଗ୍ରେସ ସମେତ ବିରୋଧୀ ଦଳଗୁଡ଼ିକ ହଟ୍ଟଗୋଳ ଜାରି ରଖିବାରୁ ଅଧିକାଂଶ ସମୟ ଗୃହ ଅଚଳ ରହିଥିଲା। ସୋମବାର ମଧ୍ୟ ରାଜ୍ୟ ସଭାରେ ବିରୋଧୀ ସଦସ୍ୟମାନେ ଜେପିସି ତଦନ୍ତ ଏବଂ କଂଗ୍ରେସ ଏମ୍‌ପି ରଜନୀ ପାଟିଲଙ୍କ ଉପରେ ନିଲମ୍ବନ ଉଠାଇବାକୁ ଦାବି କରି ସ୍ଲୋଗାନ ଦେଇଥିଲେ। ଫଳରେ ରାଜ୍ୟ ସଭାରେ ଅଧ୍ୟକ୍ଷତା କରୁଥିବା ଉପରାଷ୍ଟ୍ରପତି ଜଗଦୀପ୍‌ ଧନ୍‌କର ପ୍ରଶ୍ନୋତ୍ତର କାଳ ଆରମ୍ଭ ହେବାର କିଛି ସମୟ ପରେ ଗୃହକୁ ମାର୍ଚ୍ଚ ୧୩ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri