Posted inଜାତୀୟ

‘ମୋର କିଛି ହଜିଗଲା ଭଳି ଲାଗୁଛି’

ନୂଆଦିଲ୍ଲୀ,୬।୨: ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ଜୀବନର ଅଂଶ ହୋଇଥିବାରୁ ନିଜକୁ ଭାଗ୍ୟବାନ ମନେ କରୁଛି। ଏଭଳି କହିଛନ୍ତି ଭାରତୀୟ କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର। ୯୨ ବର୍ଷ ବୟସରେ କୋକିଳକଣ୍ଠି ଗାୟିକାଙ୍କ ରବିବାର ମୃତ୍ୟୁ ଘଟିଛି। ସେ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଶେଷ ନିଶ୍ୱାସଃ ତ୍ୟାଗ କରିଥିଲେ। ଜାନୁୟାରୀ ୮ ତାରିଖରୁ କୋଭିଡ୍‌-୧୯ ଓ ନିମୋନିଆ କାରଣରୁ ତାଙ୍କୁ ସେହି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଲତାଙ୍କ ଅନ୍ତିମ ଦର୍ଶନ କରିଥିଲେ ତେନ୍ଦୁଲକର।

“ଲତା ଦିଦିଙ୍କ ଜୀବନର ଅଂଶ ହୋଇଥିବାରୁ ମୁଁ ନିଜକୁ ଭାଗ୍ୟବାନ ମନେ କରୁଛି। ସେ ସର୍ବଦା ମୋ ଉପରେ ସ୍ନେହ ଏବଂ ଆର୍ଶୀବାଦ ବର୍ଷା କରନ୍ତି। ତାଙ୍କ ବିୟୋଗ ଯୋଗୁ ମୋର କିଛି ହଜି ଗଲା ଭଳି ଲାଗୁଛି। ତାଙ୍କ ସଂଗୀତ ମାଧ୍ୟମରେ ସେ ଆମ ହୃଦୟରେ ସର୍ବଦା ରହିବେ” ବୋଲି ତେନ୍ଦୁଲକର ଟୁଇଟ୍‌ କରିଛନ୍ତି। ଉଲ୍ଲେଖଯୋଗ୍ୟ, ଲତା ମାଙ୍ଗେସ୍‌କରଙ୍କ ସ୍ମୃତିରେ ଦେଶରେ ଦୁଇ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri