ପାର୍ଥ ପ୍ରତୀମ ବନ୍ଧନ ବ୍ୟାଙ୍କର ନୂଆ ଏମ୍‌ଡି

ନୂଆଦିଲ୍ଲୀ,୪।୧୧: ବନ୍ଧନ ବ୍ୟାଙ୍କର ନୂଆ ଏମ୍‌ଡି ତଥା ସିଇଓ ଭାବେ ପାର୍ଥ ପ୍ରତୀମ ସେନଗୁପ୍ତା ନିକଟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଶେଷ କରି ବ୍ୟବସାୟ, ଋଣ ଓ ପ୍ରଯୁକ୍ତି ଉପରେ ବିଶେଷ ଦଖଲ ରଖିଥିବା ସେନଗୁପ୍ତା ସଫଳତାର ସହ ବୃହତ ବ୍ୟବସାୟ ପରିଚାଳନା କରିଛନ୍ତି। ଅପରପକ୍ଷରେ ସେନଗୁପ୍ତା ଦାୟିତ୍ୱ ଗ୍ରହଣ କରିବା ପରେ ୨୦୨୪ ଜୁଲାଇରୁ ଅନ୍ତରୀଣ ଏମ୍‌ଡି ଓ ସିଇଓ ଭାବେ ଦାୟିତ୍ୱ ନିର୍ବାହ କରୁଥିବା ରତନ କୁମାର କେଶ ତାଙ୍କ ନିଜ ଭୂମିକା କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଓ ଚିଫ୍‌ ଅପରେଟିଂ ଅଫିସର ପଦକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏ ସମ୍ପର୍କରେ ବନ୍ଧନ ବ୍ୟାଙ୍କର ଅଧ୍ୟକ୍ଷ ଡ.ଅନୁପ କୁମାର ସିହ୍ନା କହିଛନ୍ତି,ପାର୍ଥ ପ୍ରତୀମଙ୍କୁ ଆମେ ଆମର ବନ୍ଧନ ପରିବାରକୁ ସ୍ବାଗତ କରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ବ୍ୟାଙ୍କିଙ୍ଗ ଶିଳ୍ପରେ ତାଙ୍କର ପ୍ରମାଣିତ ରେକର୍ଡ ବନ୍ଧନ ବ୍ୟାଙ୍କର ପରବର୍ତ୍ତୀ ପର୍ଯ୍ୟାୟ ଅଭିବୃଦ୍ଧି ସହ ବନ୍ଧନ୨.୦ କୁ ଆଗକୁ ବଢ଼ାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ। ଏପରିକି ତାଙ୍କ ଅଭିଜ୍ଞତା ସାରା ଦେଶରେ ବ୍ୟାଙ୍କର ବଜାର ସ୍ଥିତି ଓ ସମସ୍ତଙ୍କ ପାଇଁ ବ୍ୟାଙ୍କକୁ ସୁଦୃଢ଼ କରିବାରେ ମାର୍ଗଦର୍ଶନ କରିବ। ସେହିଭଳି ବନ୍ଧନ ବ୍ୟାଙ୍କର ଏମ୍‌ଡି ତଥା ସିଇଓ ପାର୍ଥ ପ୍ରତୀମ ସେନଗୁପ୍ତା କହିଛନ୍ତି, ବନ୍ଧନ ବ୍ୟାଙ୍କ ପରିବାରରେ ଯୋଗ ଦେଇଥିବାରୁ ମୁଁ ନିଜକୁ ଗର୍ବିତ ମନେ କରୁଛି। ଆର୍ଥତ୍କ ସେବାକୁ ସମସ୍ତଙ୍କ ପାଖରେ ପହଞ୍ଚାଇବା ଓ ସ୍ଥାୟୀ କରିବା ଲାଗି ଗ୍ରାହକ କୈନ୍ଦ୍ରିକ ସମାଧାନରେ ଉନ୍ନତି ଆଣିବା, ବ୍ୟବସାୟ ଓ ନବସୃଜନକୁ ସୁଦୃଢ଼ କରିବା ଉପରେ ମୁଁ ବିଶେଷ ଧ୍ୟାନ ଦେବି। ବିଗତ ବର୍ଷଗୁଡ଼ିକରେ ବନ୍ଧନ ବ୍ୟାଙ୍କ ଟିମ୍‌ ବହୁତ ଭଲ କାର୍ଯ୍ୟ କରିଛି ଏବଂ ଅଭିବୃଦ୍ଧିକୁ ଆଗକୁ ବଢ଼ାଇବା ଓ ସମସ୍ତ ଅଂଶୀଦାରଙ୍କୁ ମୂଲ୍ୟ ପ୍ରଦାନ କରିବା ଦିଗରେ କାମ କରିବା ଲାଗି ମୁଁ ଚାହି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଦୟାକରି ସେମାନଙ୍କର କ୍ଷତି କରନ୍ତୁ ନାହିଁ…’ ୮ ମହିଳାଙ୍କ ମୁକ୍ତି ପାଇଁ ଇରାନକୁ ଟ୍ରମ୍ପଙ୍କ ଅପିଲ

ଓ୍ବାଶିଂଟନ,୨୨ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନରେ କଥିତ ଭାବରେ ବନ୍ଦୀ ଥିବା ଆଠ ଜଣ ମହିଳାଙ୍କୁ ମୁକ୍ତ କରିବାକୁ ନିବେଦନ କରିଛନ୍ତି । ଟ୍ରମ୍ପ ସୋସିଆଲ…

ଐତିହାସିକ ଶତକ ସହ ଅରେଞ୍ଜ କ୍ୟାପ ହାସଲ କଲେ ଅଭିଷେକ

ହାଇଦ୍ରାବାଦ୍‌,୨୨ା୪: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅପରାଜିତ ଐତିହାସିକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ମଙ୍ଗଳବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)କୁ ୪୭ ରନରେ…

ସ୍କୁଲ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ସରକାର

ନୂଆଦିଲ୍ଲୀ,୨୨ା୪: ପ୍ରବଳ ଗରମକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ସ୍କୁଲଗୁଡ଼ିକ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ପିଲାମାନଙ୍କ ସ୍ବାସ୍ଥ୍ୟକୁ…

ଏକର ପିଛା ୩୦ କୋଟି ଦିଅ: ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଦାବି ରଖିଲେ ଗ୍ରାମବାସୀ

ପାଟଣା,୨୨/୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ହାଇସ୍କୁଲ ପଡିଆରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଗ୍ରାମସଭା ଗ୍ରାମରେ ଅନୁଷ୍ଠିତ ହୋଇଛି।…

ତମାଖୁ ବର୍ଜନ କଲେ ୨୦.୫ ନିୟୁତ ପରିବାରରେ ଆସିପାରେ ଆର୍ଥିକ ସୁଧାର

ନୂଆଦିଲ୍ଲୀ,୨୨ା୪(ପିଟି):ତମାଖୁ ସେବନ ସ୍ବାସ୍ଥ୍ୟ ପ୍ରତି ହାନିକାରକ ହୋଇଥାଏ ବୋଲି ସାଧାରଣରେ ବିଶ୍ୱାସ କରାଯାଏ। ହେଲେ ଏହା ପରିବାରର ଆର୍ଥିକ ସ୍ଥିତିକୁ ମଧ୍ୟ ବିଶେଷ ପ୍ରଭାବିତ କରିଥାଏ। ଏକ…

ଟ୍ରମ୍ପଙ୍କ ଅସ୍ତ୍ରବିରତି ବୃଦ୍ଧିରେ ଖୁସି ନାହିଁ ଇରାନ: କହିଲା- ଏହା ଏକ ଚାଲ୍‌…

ତେହରାନ୍‌,୨୨।୪: ଇରାନର ସଂସଦର ବାଚସ୍ପତି ଏବଂ ଶୀର୍ଷ ଆଲୋଚନାକାରୀ ମହମ୍ମଦ ବାଘେର ଗାଲିବାଫଙ୍କ ଜଣେ ପରାମର୍ଶଦାତା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ବୃଦ୍ଧି ଘୋଷଣାକୁ ଖାରଜ…

ଟ୍ରେନରୁ ଖସିପଡି ଯୁବକଙ୍କ ମୃତ୍ୟୁ: ମିଳିନି ପରିଚୟ, ଘଟଣାସ୍ଥଳରେ ପୋଲିସ

ନୂଆଗାଁ , ୨୨।୪ (ଧନେଶ୍ୱର ସାହୁ ): ନୟାଗଡ ଜିଲା ନୂଆଗାଁ ଥାନା ଆଛୁପଡା ନିକଟବର୍ତ୍ତୀ ସ୍ଥାନରେ ବୁଧବାର ଟ୍ରେନରୁ ଖସିପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଅଭିଷେକଙ୍କୁ ‘ସାର୍‌’ ବୋଲି ଡାକିଲେ ଯୁବରାଜ, ଥରେ କହିଥିଲେ ଚପଲରେ ମାରିବା ବିଷୟରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୪: ଅଭିଷେକ ଶର୍ମା ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୧୩୫ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ, ଯାହା ପରେ ତାଙ୍କ ପରାମର୍ଶଦାତା ଏବଂ ଗୁରୁ ଯୁବରାଜ ସିଂହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri