Posted inଜାତୀୟ

କୋଲକାତା ପହଞ୍ଚିଲେ ପାର୍ଥ ଚାଟାର୍ଜୀ

କୋଲକାତା,୨୬ ।୭: ପଶ୍ଚିମ ବଙ୍ଗର ଶିକ୍ଷକ ଭ୍‌ର୍ତି ମାମଲାରେ ଘୋଟାଲା ଅଭିଯୋଗର ଅଭିଯୁକ୍ତ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ମଙ୍ଗଳବାର ଟିମ ଭୁବନେଶ୍ୱରରୁ କୋଲକତା ଆଣି ପହଞ୍ଚାଇଛନ୍ତି । ମଙ୍ଗଳବାର ସକାଳେ ସେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ କୋଲକାତା ନିଆଯାଇଛି । ଭୁବନେଶ୍ୱର ଏମ୍ସରୁ ମିଳିଥିବା ତାଙ୍କ ସ୍ୱାସ୍ଥ୍ୟ ରିପୋର୍ଟ ପରେ ସେ ସୁସ୍ଥ ଥିବା ଜଣାପଡିଛି । ଏବେ ସେ ଇଡି ହେପାଜତରେ ୩ ଅଗଷ୍ଟ ପର୍ଯ୍ୟନ୍ତ ରହିବେ । ଏହାସହ ମାମଲାର ଅନ୍ୟ ଜଣେ ଅଭିଯୁକ୍ତ ଅର୍ପିତା ମୁଖାର୍ଜୀଙ୍କୁ ବି ଅଗଷ୍ଟ ୩ ପର୍ଯ୍ୟନ୍ତ ଇଡି ହେପାଜତକୁ ପଠାଇ ଦିଆଯାଇଛି । କୋର୍ଟ ପ୍ରତି ୪୮ଘଣ୍ଟାରେ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ, କୋର୍ଟଙ୍କ ନିର୍ଦ୍ଦେଶ ପରେ ରବିବାର ସ୍ୱାସ୍ଥ୍ୟ ଯାଞ୍ଚ ପାଇଁ ପାର୍ଥଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର କହିଥିଲେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାର ଆବଶ୍ୟକତା ନାହିଁ । କାରଣ ପୂର୍ବରୁ ତାଙ୍କର କିଛି ସ୍ୱାସ୍ଥ୍ୟ ସମସ୍ୟା ରହିଛି ଆଉ ଏଥିପାଇଁ ସେ ମେଡିସିନ ନେଉଛନ୍ତି । ହେଲେ ଏବେ ସେମିତି କୌଣସି ଜଟିଳ ସମସ୍ୟା ନାହିଁ ଯାହାପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାକୁ ପଡିବ । ଏହି ରିପୋର୍ଟ ଆସିବା ପରେ ମଙ୍ଗଳବାର ଇଡିର ଅଧିକାରିମାନେ ତାଙ୍କୁ ଭୁବନେଶ୍ୱରରୁ କୋଲକାତାର ସିଜିଓ କମ୍ପେଲକ୍ସ ନେଇଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri