Posted inଜାତୀୟ

କୋଲକାତା ପହଞ୍ଚିଲେ ପାର୍ଥ ଚାଟାର୍ଜୀ

କୋଲକାତା,୨୬ ।୭: ପଶ୍ଚିମ ବଙ୍ଗର ଶିକ୍ଷକ ଭ୍‌ର୍ତି ମାମଲାରେ ଘୋଟାଲା ଅଭିଯୋଗର ଅଭିଯୁକ୍ତ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ମଙ୍ଗଳବାର ଟିମ ଭୁବନେଶ୍ୱରରୁ କୋଲକତା ଆଣି ପହଞ୍ଚାଇଛନ୍ତି । ମଙ୍ଗଳବାର ସକାଳେ ସେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ କୋଲକାତା ନିଆଯାଇଛି । ଭୁବନେଶ୍ୱର ଏମ୍ସରୁ ମିଳିଥିବା ତାଙ୍କ ସ୍ୱାସ୍ଥ୍ୟ ରିପୋର୍ଟ ପରେ ସେ ସୁସ୍ଥ ଥିବା ଜଣାପଡିଛି । ଏବେ ସେ ଇଡି ହେପାଜତରେ ୩ ଅଗଷ୍ଟ ପର୍ଯ୍ୟନ୍ତ ରହିବେ । ଏହାସହ ମାମଲାର ଅନ୍ୟ ଜଣେ ଅଭିଯୁକ୍ତ ଅର୍ପିତା ମୁଖାର୍ଜୀଙ୍କୁ ବି ଅଗଷ୍ଟ ୩ ପର୍ଯ୍ୟନ୍ତ ଇଡି ହେପାଜତକୁ ପଠାଇ ଦିଆଯାଇଛି । କୋର୍ଟ ପ୍ରତି ୪୮ଘଣ୍ଟାରେ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ, କୋର୍ଟଙ୍କ ନିର୍ଦ୍ଦେଶ ପରେ ରବିବାର ସ୍ୱାସ୍ଥ୍ୟ ଯାଞ୍ଚ ପାଇଁ ପାର୍ଥଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର କହିଥିଲେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାର ଆବଶ୍ୟକତା ନାହିଁ । କାରଣ ପୂର୍ବରୁ ତାଙ୍କର କିଛି ସ୍ୱାସ୍ଥ୍ୟ ସମସ୍ୟା ରହିଛି ଆଉ ଏଥିପାଇଁ ସେ ମେଡିସିନ ନେଉଛନ୍ତି । ହେଲେ ଏବେ ସେମିତି କୌଣସି ଜଟିଳ ସମସ୍ୟା ନାହିଁ ଯାହାପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାକୁ ପଡିବ । ଏହି ରିପୋର୍ଟ ଆସିବା ପରେ ମଙ୍ଗଳବାର ଇଡିର ଅଧିକାରିମାନେ ତାଙ୍କୁ ଭୁବନେଶ୍ୱରରୁ କୋଲକାତାର ସିଜିଓ କମ୍ପେଲକ୍ସ ନେଇଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri