Posted inଜାତୀୟ

ମନ୍ତ୍ରୀ ପଦରୁ ହଟିଲେ ପାର୍ଥ ଚାଟାର୍ଜୀ

କୋଲକତା,୨୮।୭: ପଶ୍ଚିମବଙ୍ଗରେ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ପାର୍ଥ ଚାଟାର୍ଜୀଙ୍କୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମନ୍ତ୍ରୀ ପଦରୁ ହଟାଇ ଦେଇଛନ୍ତି। ଇଡି ଦ୍ୱାରା ଗିରଫ ହେବା ପରେ ପାର୍ଥଙ୍କୁ ମନ୍ତ୍ରୀ ପଦରୁ ହଟାଇବାକୁ ଦାବି ହୋଇଥିଲା। ଗୁରୁବାର ମମତା ବାନାର୍ଜୀ ଏକ କ୍ୟାବିନେଟ ବୈଠକ ଡାକିଥିଲେ। ଏହି ବୈଠକର କିଛି ସମୟ ପରେ ତାଙ୍କୁ ମନ୍ତ୍ରୀ ପଦରୁ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ପାର୍ଥ ଚାଟାର୍ଜୀ ମମତା ସରକାରରେ ଶିଳ୍ପ, ବାଣିଜ୍ୟ ଏବଂ ଉଦ୍ୟୋଗ, ସୂଚନା ପ୍ରଯୁକ୍ତିବିଦ୍ୟା ଏବଂ ଇଲେକ୍ଟ୍ରୋନିକ୍ସ ବିଭାଗର ମନ୍ତ୍ରୀ ଥିଲେ।
ପାର୍ଥ ଚାଟାର୍ଜୀଙ୍କୁ ଜୁଲାଇ ୨୩ରେ ଇଡି ପକ୍ଷରୁ ଗିରଫ କରିଥିଲା। ଗିରଫ ପୂର୍ବରୁ ତାଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କ ବାସଭବନରୁ ଇଡି ପ୍ରାୟ ୨୧ କୋଟି ଟଙ୍କା ଜବତ କରିଥିଲା। ସରକାରୀ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦୁର୍ନୀତି ସମୟରେ ପାର୍ଥ ଚାଟାର୍ଜୀଙ୍କ ପାଖରେ ଶିକ୍ଷା ବିଭାଗର ଦାୟିତ୍ୱ ଥିଲା। ପରେ ଏହି ବିଭାଗ ତାଙ୍କଠାରୁ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?