Posted inଜାତୀୟ

ପାର୍ଥ ଚାଟାର୍ଜୀଙ୍କୁ ଭୁବନେଶ୍ୱର ଏମ୍ସ ଅଣାଯିବ

କୋଲକାତା, ୨୫ା୭: ପଶ୍ଚିମବଙ୍ଗ ବିଦ୍ୟାଳୟ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି) ଅଧୀନରେ ଶିକ୍ଷକ ନିଯୁକ୍ତି ଦୁର୍ନୀତି ଅଭିଯୋଗରେ ଗିରଫ ହୋଇଥିବା ଶିଳ୍ପ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ଭୁବନେଶ୍ୱରସ୍ଥିତ ଏମ୍ସରେ ଭର୍ତ୍ତି କରାଯିବ। ପାର୍ଥଙ୍କ ସ୍ବାସ୍ଥ୍ୟ ବିିଗିଡ଼ିଯିବା ପରେ ରବିବାର କାଲ୍‌କାଟା ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି।
ତୃଣମୂଳ କଂଗ୍ରେସ(ଟିଏମ୍‌ସି) ନେତା ପାର୍ଥଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କ ଘରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ହିସାବ ବହିର୍ଭୂତ ୨୧ କୋଟି ଟଙ୍କା ଜବତ କରିବା ପରେ ଉଭୟଙ୍କୁ ଶନିବାର ଗିରଫ କରିଥିଲା। ଗିରଫ ପରେ ପାର୍ଥଙ୍କୁ ଏକ ସ୍ଥାନୀୟ କୋର୍ଟରେ ହାଜର କରି ଇଡି ଦୁଇଦିନିଆ ରିମାଣ୍ଡରେ ନେଇଥିଲା। ମେଟ୍ରୋ ପଲିଟାନ୍‌ ମାଜିଷ୍ଟ୍ରେଟ୍‌ ନମ୍ରତା ସିଂ ପାର୍ଥଙ୍କୁ ସୋମବାର କୋର୍ଟରେ ହାଜର କରିବାକୁ ଇଡିକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ସେ ହଠାତ୍‌ ଅସୁସ୍ଥ ହୋଇଯିବାରୁ ତାଙ୍କୁ କୋଲକାତା ସ୍ଥିତ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ଟିଏମ୍‌ସି ଏହି ମାମଲାର ସମୟବଦ୍ଧ ଶୁଣାଣି ଦାବି କରିଥିବାବେଳେ ଏସ୍‌ଏସ୍‌କେଏମ୍‌ ହସ୍ପିଟାଲରେ ପାର୍ଥ ଚିକିତ୍ସିତ ହେଲେ ସାକ୍ଷୀମାନଙ୍କୁ ପ୍ରଭାବିତ କରିପାରନ୍ତି ବୋଲି ଆଶଙ୍କା କରି ଇଡି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା। ଇଡି ପକ୍ଷରୁ ଦାଏର ରିଭିଜନ୍‌ ପିଟିଶନର ଶୁଣାଣି କରି ଜଷ୍ଟିସ୍‌ ବିବେକ ଚୌଧୁରୀଙ୍କ ଖଣ୍ଡପୀଠ କହିଛନ୍ତି, ପାର୍ଥଙ୍କୁ ସୋମବାର ଭୋର୍‌ ସମୟରେ ଏୟାର ଆମ୍ବୁଲାନ୍ସରେ କୋଲକାତାରୁ ଭୁବନେଶ୍ୱରରେ ନିଆଯିବ। ତାଙ୍କୁ ଏମ୍ସରେ ଚିକିତ୍ସା କରାଯିବ।

ସେଠାରୁ ଭର୍ଚୁଆଲ ମୋଡ୍‌ରେ ଅପରାହ୍ନ ୪ଟାରେ ସ୍ବତନ୍ତ୍ର ଇଡି କୋର୍ଟରେ ହାଜର କରାଯିବ। ପାର୍ଥଙ୍କ ଚିକିତ୍ସା ପାଇଁ ଏମ୍ସ କର୍ତ୍ତୃପକ୍ଷ ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ଗଠନ କରିବେ। ଉକ୍ତ ଟିମ୍‌ରେ କାର୍ଡିଓଲୋଜି, ନେଫ୍ରୋଲୋଜି, ରେସ୍ପିରେଟୋରି ମେଡିସିନ ଏବଂ ଏଣ୍ଡୋକ୍ରାଇନୋଲୋଜି ବିଭାଗର ବିଶେଷଜ୍ଞମାନେ ଚିକିିତ୍ସା କରିବେ। ଏଥିପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ଜଷ୍ଟିସ୍‌ ଚୌଧୁରୀ ଏମ୍ସ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରକାଶ ଯେ, ପାର୍ଥ ୨୦୧୪ରୁ ୨୦୨୧ ପର୍ଯ୍ୟନ୍ତ ଶିକ୍ଷାମନ୍ତ୍ରୀ ଥିବାବେଳେ ଡବ୍ଲ୍ୟୁବିଏସ୍‌ଏସ୍‌ସି ଅଧୀନରେ ଶିକ୍ଷକ ନିଯୁକ୍ତି ବେଳେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ଆସିଥିଲା। ୨୦୧୬ରେ ଡବ୍ଲ୍ୟୁବିଏସ୍‌ଏସ୍‌ସିଙ୍କ ସୁପାରିସ କ୍ରମେ ସରକାରୀ ଓ ସରକାରଙ୍କ ପକ୍ଷରୁ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକରେ ଗ୍ରୁପ୍‌-ସି, ଗ୍ରୁପ୍‌-ଡି ଷ୍ଟାଫ୍‌ ଏବଂ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିବା ନେଇ ମାମଲା କାଲ୍‌କାଟା ହାଇକୋର୍ଟରେ ପହଞ୍ଚତ୍ଲା। ହାଇକୋର୍ଟ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ଏହାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।

ଗତ ଏପ୍ରିଲ ଓ ମେ’ରେ ପାର୍ଥଙ୍କୁ ସିବିଆଇ ଜେରା କରିଥିଲା। ଇଡି ମଧ୍ୟ ଏହାର ଆର୍ଥିକ ଅନିୟମିତତା ଦିଗକୁ ନେଇ ତଦନ୍ତ ଚଳାଇଥିଲା। ଶୁକ୍ରବାର ଇଡି ପକ୍ଷରୁ ପାର୍ଥ ଓ ତାଙ୍କ ଘନିଷ୍ଠ କୁହାଯାଉଥିବା ଅର୍ପିତାଙ୍କ ଘରେ ଚଢ଼ାଉ କରାଯାଇଥିଲା। ଚଢ଼ାଉବେଳେ ଅର୍ପିତାଙ୍କ ଘରୁ ବିପୁଳ ଅର୍ଥ, କୋଟିଏରୁ ଊର୍ଦ୍ଧ୍ୱ ମୂଲ୍ୟର ସୁନା ଓ ଅନେକ ଦସ୍ତାବିଜ ଜବତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?