Posted inଖେଳ

ମୁମ୍ବାଇ ଇଣ୍ଡିଆନ୍ସରେ ଯୋଗଦେଲେ ପାର୍ଥିବ

ମୁମ୍ବାଇ, ୧୧ା୧୨ (ପି.ଟି.)-ଭାରତ ଓ ଗୁଜରାଟର ପୂର୍ବତନ ଉଇକେଟକିପର ବ୍ୟାଟ୍ସମ୍ୟାନ ପାର୍ଥିବ ପଟେଲ ଗୁରୁବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସରେ ଜଣେ ଟ୍ୟାଲେଣ୍ଟ ସ୍କାଉଟ ଭାବେ ଯୋଗଦାନ କରିଛନ୍ତି। ଭାରତ ତରଫରୁ ୨୫ ଟେଷ୍ଟ, ୩୮ଅନ୍ତର୍ଜାତୀୟ ଦିନିକିଆ ଏବଂ ଦୁଇଟି ଟି୨୦ ଖେଳିଥିବା ପାର୍ଥତ୍ବ ବୁଧବାର ଜଣେ ଖେଳାଳି ହିସାବରେ ୧୮ ବର୍ଷର କ୍ୟାରିୟରର ପରିସମାପ୍ତି ଘଟାଇଥିଲେ। ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ପାର୍ଥିବଙ୍କର ଉଭୟ ଘରୋଇ ଓ ଅନ୍ତର୍ଜାତୀୟ କ୍ରିକେଟରେ ବହୁ ଅଭିଜ୍ଞତା ରହିଛି। ପାର୍ଥତ୍ବଙ୍କ ଯୋଗଦାନରେ ସେ ଖୁବ୍‌ ଆନନ୍ଦିତ ବୋଲି କହିଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ ମାଲିକ ଆକାଶ ଅମ୍ବାନୀ। ମୁମ୍ବାଇ ଇଣ୍ଡିଆନ୍ସ ତରଫରୁ ଖେଳିଥିବାବେଳେ ଏହି କ୍ରିକେଟର ଦଳପାଇଁ ତାଙ୍କ ମସ୍ତିଷ୍କ ଖଟାଇଛନ୍ତି। କ୍ରିକେଟରେ ପ୍ରଚୁର ଅଭିଜ୍ଞତା ରହିଥିବାରୁ ଦଳ ପାଇଁ ପ୍ରତିଭା ଖେଳାଳି ଅନ୍ବେଷଣ କ୍ଷେତ୍ରରେ ସେ ବିଶେଷ ଭୂମିକା ଗ୍ରହଣ କରିବେ ବୋଲି ଆକାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋହିତ,ସେହ୍ବାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?