Posted inଖେଳ

କ୍ରିକେଟକୁ ବାଏ ବାଏ କହିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୨: ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ପାର୍ଥିବ ପଟେଲ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ଗୁଜୁରାଟର ଏହି ଖେଳାଳି ସୋସିଆଲ ମିଡିଆରେ ଏକ ଲମ୍ବା ପୋଷ୍ଟ ଲେଖି ତାଙ୍କର ୧୮ବର୍ଷର କ୍ୟାରିଅରକୁ ସମାପ୍ତ କରିଥିଲେ। ୩୫ ବର୍ଷୀୟ ପଟେଲ ୨୫ଟି ଟେଷ୍ଟ, ୩୮ଟି ଏକଦିବସୀୟ ଏବଂ ଦୁଇଟି ଟି -୨୦ ଅନ୍ତର୍ଜାତୀୟରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ଗୁଜୁରାଟ ପାଇଁ ୧୯୪ ଟି ପ୍ରଥମ ଶ୍ରେଣୀ ମ୍ୟାଚ ଖେଳିଥିବା ପାର୍ଥିବଙ୍କ ଘରୋଇ କ୍ରିକେଟରେ ଅତୁଳନୀୟ ରେକର୍ଡ ରହିଛି। ଚଳିତବର୍ଷ ସେ ରଣଜୀ ଟ୍ରଫିରେ ଗୋଆ ବିପକ୍ଷରେ ୨୭ତମ ପ୍ରଥମ ଶ୍ରେଣୀ ଶତକ ହାସଲ କରିଥିଲେ। ଏହାସହି ୧୧ ହଜାର ପ୍ରଥମ ଶ୍ରେଣୀ ରନ ମଧ୍ୟ ସମାପ୍ତ କରିଥିଲା। ପାର୍ଥିବ ପଟେଲଙ୍କୁ ୨୦୦୨ରେ ପ୍ରଥମେ ଭାରତୀୟ ଦଳରେ ଚୟନ କରାଯାଇଥିଲା।, ସେତେବେଳକୁ ତାଙ୍କୁ ୧୭ ବର୍ଷ ୧୫୩ ଦିନ ବୟସ ହୋଇଥିଲା, ଯାହା ଏକ ରେକର୍ଡ ଅଟେ। ପରେ ସେ ମଧ୍ୟ ଏକଦିବସୀୟ ଦଳର ସ୍ଥାୟୀ ଉଇକେଟ କିପର ବ୍ୟାଟ୍ସମ୍ୟାନ ହୋଇଥିଲେ, କିନ୍ତୁ ପରେ ୨୦୦୪ରେ ଦୀନେଶ କାର୍ତ୍ତିକ ଏବଂ ପରେ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରବେଶ ପରେ ସେ ସ୍ଥାନ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri