Posted inଖେଳ

‘ନିଶ୍ଚିତ ଭାବେ ଚାପରେ ରହିବେ ହାର୍ଦ୍ଦିକ’

ନୂଆଦିଲ୍ଲୀ,୨୩।୨: ଆସନ୍ତା ଆଇପିଏଲ୍‌ ସିଜନରେ ମୁମ୍ବାଇ ଇଣ୍ଡିଆନ୍ସର ନେତୃତ୍ୱ ନେବେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ଏହାକୁ ନେଇ ରୋହିତ ଶର୍ମାଙ୍କ ପ୍ରଶଂସକ ଖପ୍ପା ଥିବା ବେଳେ ଏବେ ଭାରତର ପୂର୍ବତନ ଉଇକେଟକିପର ପାର୍ଥିବ ପଟେଲ ହାର୍ଦ୍ଦିକଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି।

ଜିଓ ସିନେମାକୁ ପାର୍ଥିବ କହିଛନ୍ତି, ନିଶ୍ଚିତ ଭାବେ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଚର୍ଚ୍ଚାର ବିଷୟ। ସେ ଯେଉଁଭଳି ଭାବେ ଗୁଜରାଟ ଟାଇଟନ୍ସର ନେତୃତ୍ୱ ନେଇ ଡେବ୍ୟୁ ବର୍ଷରେ ଟାଇଟଲ ଜିତିଥିଲେ ଏବଂ ପରବର୍ଷ ଫାଇନାଲରେ ଅନ୍ତିମ ବଲ୍‌ରେ ରୋମାଞ୍ଚକର ସ୍ଥିତି ଯାଏ ପହଞ୍ଚିଥିଲେ, ତାହା ତାଙ୍କର ଉଜ୍ୱଳ ଯାତ୍ରାକୁ ବର୍ଣ୍ଣନା କରୁଛି। ପାଣ୍ଡ୍ୟା ଏବେ ପୁଣି ମୁମ୍ବାଇ ଫେରିଛନ୍ତି। ତାଙ୍କର ଏହି ଦଳରୁ କ୍ୟାରିୟର ଆରମ୍ଭ ହୋଇଥିଲା। ଏଣୁ ଦଳ ପକ୍ଷରୁ ତାଙ୍କ ଉପରେ କିଛି ଆଶା ରହିଛି। ଏଣୁ ତାଙ୍କର ନଜର ଟାଇଟର ଉପରେ ରହିବ। ଯେମିତିକି ଫାଇନାଲରେ ପ୍ରବେଶ କରିବା ନୁହେଁ ଟ୍ରଫି ଜିତିବା ଗୁରୁତ୍ୱ ରଖିବ। ଏଣୁ ହାର୍ଦ୍ଦିକଙ୍କ ଉପରେ ବହୁତ ଚାପ ରହିବ। ୫ଥର ଟାଇଟଲ ଜିତିଥିବା ଅଧିନାୟକଙ୍କ ସ୍ଥାନ ନେବା ସହଜ ନୁହେଁ। ୧୦ ବର୍ଷ ଧରି ଯେଉଁ ଟିମ୍‌ ଗୋଟିଏ ଶୈଳୀରେ ଖେଳି ଆସିଛି ତାର ନେତୃତ୍ୱ ନେବା ସଂଘର୍ଷପୂର୍ଣ୍ଣ ହେବ ବୋଲି ସେ କହିଛନ୍ତି।
କହିରଖୁଛୁ, ଆଇପିଏଲ୍‌ରେ ୨୧ ମ୍ୟାଚ୍‌ରୁ ୪ ମ୍ୟାଚ୍‌ ମୁମ୍ବାଇ ଖେଳିବ। ମାର୍ଚ୍ଚ ୨୪ରୁ ଗୁଜରାଟ ବିପକ୍ଷରେ ଦଳ ଯାତ୍ରା ଆରମ୍ଭ କରିବ। ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ମୁକାବିଲା ଖେଳାଯିବ। ଗତବର୍ଷ ହାର୍ଦ୍ଦିକ ଗୁଜରାଟର ଅଧିନାୟକ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri