ଉତ୍ତରଓଡ଼ିଶାରେ ଭାରତ ବନ୍ଦର ଆଂଶିକ ପ୍ରଭାବ

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୨୯।୩ (ଡି.ଏନ.ଏ.) ଭଦ୍ରକ ଜିଲାରେ ସୋମବାର ଭାରତ ବନ୍ଦ ପାଳନ କରାଯାଇଥିବା ବେଳେ ଏହାର ଆଂଶିକ ପ୍ରଭାବ ଦେଖିବାକୁ ମିଳିଛି। ସୋମବାର ସକାଳ ୬ଟାରେ ଏଆଇସିସିଟିୟୁ ପକ୍ଷରୁ ସଭାପତି ସମର ବଳ, ଜୟନ୍ତୀ ବିଶ୍ୱାଳ, କିଶୋର ଜେନାଙ୍କ ନେତୃତ୍ୱରେ ବହୁ କର୍ମୀ ସ୍ଥାନୀୟ ଷ୍ଟେଶନରେ ପହଞ୍ଚି ରେଳ ଧାରଣା ଉପରେ ବସି ରହି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଫଳରେ କିଛି ସମୟ ପାଇଁ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ରେଲଓ୍ବେ ପୋଲିସ ୬ଜଣଙ୍କୁ ଉଠାଇ ନେଇ ଥାନାରେ ଅଟକ ରଖିଥିଲା। ପରେ ରେଳ ଚଳାଚଳ ସ୍ବାଭାବିକ ହୋଇଥିଲା। ପରେ ଏଆଇସିସିଟିୟୁ ପକ୍ଷରୁ ୭ଟାରେ ଭଦ୍ରକ କଲେଜ ଛକ ସ୍ଥିତ ସାଳନ୍ଦୀ ବ୍ରିଜ୍‌ ଉପରେ ୧୬ନଂ. ଜାତୀୟ ରାଜପଥକୁ ଅବରୋଧ କରାଯାଇଥିଲା। ଦଳର ଜିଲା ସଭାପତି ବଳଙ୍କ ସମେତ ଫକୀର ମୋହନ ମଲ୍ଲିକ, ରମାକାନ୍ତ ଦାସ, ରୁପା ପାତ୍ର, ଗାୟତ୍ରୀ ବେହେରା, ସୁଶାନ୍ତ ଦାସ, ଲକ୍ଷ୍ମୀଧର ସାମଲ ପ୍ରମୁଖ ଶତାଧିକ କର୍ମୀ ଏଥିରେ ସାମିଲ ଥିଲେ। ଭଦ୍ରକ ସହରର ଦୋକାନ ବଜାର ଖୋଲାଥିବା ଦେଖିବାକୁ ମିଳିଥିଲା। ଭଣ୍ଡାରିପୋଖରୀ ଠାରେ ବିଭିନ୍ନ ସଙ୍ଗଠନ ପକ୍ଷରୁ ୧୬ ନଂ. ଜାତୀୟ ରାଜପଥକୁ ଶ୍ରମିକମାନେ ବନ୍ଦ କରିବାରୁ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ୪ ଘଣ୍ଟା ଧରି ରାସ୍ତାରେ ଗାଡ଼ିଗୁଡ଼ିକ ଅଟକି ରହିଥିଲା। ସେହିପରି ସରକାରୀ କାର୍ଯ୍ୟାଳୟଗୁଡ଼ିକ ଖୋଲା ରହିଥିଲେ ସୁଦ୍ଧା କର୍ମଚାରୀ ସଂଖ୍ୟା କମ୍‌ ରହିଥିବା ବେଳେ ସାଧାରଣ ଲୋକଙ୍କ ଯାତାୟାତ ମଧ୍ୟ ସେଭଳି ନ ଥିଲା। ସ୍ଥାନୀୟ ଚାଷୀ-ମୂଲିଆ ସଂଘ ସଦସ୍ୟମାନଙ୍କ ସହ ଅନେକ ଶ୍ରମିକ ସଙ୍ଗଠନ କର୍ମକର୍ତ୍ତା ବନ୍ଦ ପାଳନରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…

ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

କୋରାପୁଟ,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri