ଅଗଷ୍ଟ ୧ ଯାଏ ଆଂଶିକ ଲକ୍‌ଡାଉନ୍‌: ଜାଣନ୍ତୁ କେଉଁଠି କେତେ ସମୟ ଖୋଲା ରହିବ ଦୋକାନ ବଜାର

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ରାଜ୍ୟରେ ସଂକ୍ରମଣ ହାର ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ଆସି ନ ଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧ ଯାଏ ପୁଣି ଆଂଶିକ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ଆଜି ଅପରାହ୍ନରେ ରାଜ୍ୟବାସୀଙ୍କୁ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର।

ସେ କହିଛନ୍ତି, ପୂର୍ବପରି କାଟାଗୋରୀ ‘ଏ’ରେ ୨୦ ଜିଲା ଏବଂ କାଟାଗୋରୀ ‘ବି’ରେ ୧୦ ଜିଲା ରହିଛି। କାଟାଗୋରୀ ‘ଏ’ରେ ଥିବା ଜିଲାଗୁଡ଼ିକରେ ଦୋକାନ ବଜାର ସକାଳ ୬ରୁ ରାତି ୮ଟା ଯାଏ ଖୋଲା ରହିବ। ସେହିପରି କାଟାଗୋରୀ ‘ବି’ରେ ଦୋକାନ ବଜାର ସକାଳ ୬ରୁ ସନ୍ଧ୍ୟା ୫ଟା ଯାଏ ଖୋଲା ରହିବ ଏବଂ ପୂର୍ବପରି ନାଇଟ୍‌ କର୍ଫୁ ବଳବତ୍ତର ରହିବ।

କାଟାଗୋରୀ-‘ଏ’ରେ ଥିବା ଜିଲାଗୁଡ଼ିକ ହେଲା ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ଼, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ସୁବର୍ଣ୍ଣପୁର, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଏବଂ ରାୟଗଡ଼ା।

ତେବେ କାଟାଗୋରୀ ‘ବି’ରେ ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଯାଜପୁର, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କଟକ ଆଦି ଜିଲା ରହିଛି।

ସେହିପରି ରାଜ୍ୟର ସମସ୍ତ ଜିଲାରେ ଜିମ୍‌, ସ୍ପା ଏବଂ ପାର୍ଲର ଆସନ୍ତାକାଲିଠାରୁ ଖୋଲିବ। ସାରା ରାଜ୍ୟରେ ବସ୍‌  ଚାଲିବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି।

ବିନା ଦର୍ଶକରେ ଆଉଟଡୋର୍‌ ସ୍ପୋର୍ଟସକୁ ସରକାର ଅନୁମତି ଦେଇଥିବା ବେଳେ ସାରା ରାଜ୍ୟରେ ଇନ୍‌ଡୋର ଓ ଆଉଟଡୋର ଫିଲ୍ମ ଶୁଟିଂକୁ ଅନୁମତି ମିଳିଛି। ସେହିପରି ପାର୍କ, ମଲ୍‌, ସିନେମା ହଲ୍‌, ମେଳା, ପ୍ରଦର୍ଶନୀ, ଯାତ୍ରା ବନ୍ଦ ରହିବ। ବାହାଘର, ଶୁଦ୍ଧିକ୍ରିୟା ପାଇଁ ଥିବା କଟକଣା ପୂର୍ବପରି ଜାରି ରହିବ, କଲେଜ, କୋଚିଂ ସେଣ୍ଟର ପୂର୍ବପରି ବନ୍ଦ ରହିବ। ବାର୍‌ ବନ୍ଦ ରହିବ, ରେଷ୍ଟୁରାଣ୍ଟ ଖାଦ୍ୟ ପାର୍ଶଲ ଦେଇପାରିବେ। କାଟାଗୋରୀ ‘ବି’ ଜିଲାରେ ସାପ୍ତାହିକ ଓ ଦୈନିକ ହାଟ ବନ୍ଦ ରହିବ ବୋଲି ସରକାର ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri