ଅଗଷ୍ଟ ୧ ଯାଏ ଆଂଶିକ ଲକ୍‌ଡାଉନ୍‌: ଜାଣନ୍ତୁ କେଉଁଠି କେତେ ସମୟ ଖୋଲା ରହିବ ଦୋକାନ ବଜାର

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ରାଜ୍ୟରେ ସଂକ୍ରମଣ ହାର ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ଆସି ନ ଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧ ଯାଏ ପୁଣି ଆଂଶିକ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ଆଜି ଅପରାହ୍ନରେ ରାଜ୍ୟବାସୀଙ୍କୁ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର।

ସେ କହିଛନ୍ତି, ପୂର୍ବପରି କାଟାଗୋରୀ ‘ଏ’ରେ ୨୦ ଜିଲା ଏବଂ କାଟାଗୋରୀ ‘ବି’ରେ ୧୦ ଜିଲା ରହିଛି। କାଟାଗୋରୀ ‘ଏ’ରେ ଥିବା ଜିଲାଗୁଡ଼ିକରେ ଦୋକାନ ବଜାର ସକାଳ ୬ରୁ ରାତି ୮ଟା ଯାଏ ଖୋଲା ରହିବ। ସେହିପରି କାଟାଗୋରୀ ‘ବି’ରେ ଦୋକାନ ବଜାର ସକାଳ ୬ରୁ ସନ୍ଧ୍ୟା ୫ଟା ଯାଏ ଖୋଲା ରହିବ ଏବଂ ପୂର୍ବପରି ନାଇଟ୍‌ କର୍ଫୁ ବଳବତ୍ତର ରହିବ।

କାଟାଗୋରୀ-‘ଏ’ରେ ଥିବା ଜିଲାଗୁଡ଼ିକ ହେଲା ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ଼, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ସୁବର୍ଣ୍ଣପୁର, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଏବଂ ରାୟଗଡ଼ା।

ତେବେ କାଟାଗୋରୀ ‘ବି’ରେ ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଯାଜପୁର, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କଟକ ଆଦି ଜିଲା ରହିଛି।

ସେହିପରି ରାଜ୍ୟର ସମସ୍ତ ଜିଲାରେ ଜିମ୍‌, ସ୍ପା ଏବଂ ପାର୍ଲର ଆସନ୍ତାକାଲିଠାରୁ ଖୋଲିବ। ସାରା ରାଜ୍ୟରେ ବସ୍‌  ଚାଲିବାକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି।

ବିନା ଦର୍ଶକରେ ଆଉଟଡୋର୍‌ ସ୍ପୋର୍ଟସକୁ ସରକାର ଅନୁମତି ଦେଇଥିବା ବେଳେ ସାରା ରାଜ୍ୟରେ ଇନ୍‌ଡୋର ଓ ଆଉଟଡୋର ଫିଲ୍ମ ଶୁଟିଂକୁ ଅନୁମତି ମିଳିଛି। ସେହିପରି ପାର୍କ, ମଲ୍‌, ସିନେମା ହଲ୍‌, ମେଳା, ପ୍ରଦର୍ଶନୀ, ଯାତ୍ରା ବନ୍ଦ ରହିବ। ବାହାଘର, ଶୁଦ୍ଧିକ୍ରିୟା ପାଇଁ ଥିବା କଟକଣା ପୂର୍ବପରି ଜାରି ରହିବ, କଲେଜ, କୋଚିଂ ସେଣ୍ଟର ପୂର୍ବପରି ବନ୍ଦ ରହିବ। ବାର୍‌ ବନ୍ଦ ରହିବ, ରେଷ୍ଟୁରାଣ୍ଟ ଖାଦ୍ୟ ପାର୍ଶଲ ଦେଇପାରିବେ। କାଟାଗୋରୀ ‘ବି’ ଜିଲାରେ ସାପ୍ତାହିକ ଓ ଦୈନିକ ହାଟ ବନ୍ଦ ରହିବ ବୋଲି ସରକାର ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଏଚ୍‌.ଡି. ପାଇଁ ଏନ୍‌ଇଟି ସ୍କୋର

ଭୁବନେଶ୍ୱର, ୨୯ା୩(ଅସମାପିକା ସାହୁ):ଏଣିକି ପିଏଚ୍‌.ଡି ପଢ଼ିବା ପାଇଁ ଜାତୀୟ ଯୋଗ୍ୟତା ପରୀକ୍ଷା ବା ଏନ୍‌ଇଟି ସ୍କୋର୍‌ ଆବଶ୍ୟକ ହେବ। ଆଶାୟୀ ଛାତ୍ରୀଛାତ୍ର ଏନ୍‌ଇଟି ପରୀକ୍ଷାରେ ରଖିଥିବା...

ଭାଜପା ଛାଡ଼ିଲେ ପ୍ରକାଶ ବେହେରା

ଭୁବନେଶ୍ୱର,୨୯ା୩: ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା ଭାଜପା ଛାଡ଼ିଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ଭାଜପା...

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri