ପୂର୍ବତଟ ରେଳପଥ ପକ୍ଷରୁ ବିଭାଜନ ବିଭୀଷିକା ସ୍ମରଣ ଦିବସ

ଭୁବନେଶ୍ୱର,୧୫।୮: ଭାରତର ବିଭାଜନ ସମୟରେ ଲକ୍ଷ ଲକ୍ଷ ଲୋକଙ୍କ ଦୁଃଖକୁ ସାମ୍ନାକୁ ଆଣିବା ପାଇଁ ସମଗ୍ର ଦେଶ ଚଳିତ ବର୍ଷ ଅଗଷ୍ଟ ୧୪ରେ ଦେଶ ବିଭାଜନ ସମୟର ବିଭୀଷିକାକୁ ସ୍ମରଣ ଦିବସ ଭାବେ ପାଳନ କରୁଛି। ଏପରିକି ନରେନ୍ଦ୍ର ମୋଦି ଗତ ସ୍ବାଧୀନତା ଦିବସ ଅଭିଭାଷଣରେ ବିଭାଜନ ବିଭୀଷିକା ସ୍ମରଣ ଦିବସ ପାଳନ କରିବାକୁ ଘୋଷଣା କରିଥିଲେ। ଏହି ପରିପ୍ରେକ୍ଷୀରେ ପୂର୍ବତଟ ରେଳପଥ ପକ୍ଷରୁ ଭୁବନେଶ୍ୱର ରେଳ ଷ୍ଟେଶନଠାରେ ଆୟୋଜିତ ସମାରୋହରେ ଯୋଗଦାନ କରି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭାଜନ ଦିବସରେ ଘଟିଥିବା ଦୁଃଖଦ ଘଟଣା ବିଷୟରେ ବିସ୍ତୃତ ମତବ୍ୟକ୍ତ କରିଥିଲେ। ସେହିଭଳି ସାଂସଦ ଅପରାଜିତା ଷଡ଼ଙ୍ଗୀ କହିଥିଲେ ଯେ, ଯୁବସମାଜ ବିଭାଜନ ସମୟର ଦୁଃଖଦ ବିଭୀଷିକା ସମ୍ପର୍କରେ ଜାଣିବା ଆବଶ୍ୟକ ରହିଛି। ଏହି ଅବସରରେ ଭୁବନେଶ୍ୱର ରେଳ ଷ୍ଟେଶନରେ ଆୟୋଜିତ ପ୍ରଦର୍ଶନୀକୁ ପ୍ରଧାନ ଉଦ୍‌ଘାଟନ କରିବା ସହ ବୁଲି ଦେଖିଥିଲେ। ସେହିପରି ପୁରୀ,ଭୁବନେଶ୍ୱର,ସମ୍ବଲପୁର ଏବଂ ବିଶାଖାପଟନମ୍‌ ରେଳଷ୍ଟେଶନ ସମେତ ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ୩୭ଟି ରେଳ ଷ୍ଟେଶନଠାରେ ବିଭାଜନ ଭୟାବହତା ଉପରେ ପ୍ରଦର୍ଶନୀ ମଧ୍ୟ ଆୟୋଜିତ କରାଯାଇଥିଲା। ଏହି ଅବସରରେ ପ୍ରଧାନଙ୍କ ଦ୍ୱାରା ୨ଜଣ ସ୍ବାଧୀନତା ସଂଗ୍ରାମୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଉଭୟ ସ୍ବାଧୀନତା ସଂଗ୍ରାମୀ ଶ୍ୟାମ ସୁନ୍ଦର ବେହେରା ଏବଂ ରାମହରି ଗୋସ୍ବାମୀ ମଧ୍ୟ ବିଭାଜନ ସମୟର ବିଭୀଷିକା ସମ୍ବନ୍ଧରେ ସେମାନଙ୍କର ଅଭିଜ୍ଞତାକୁ ବଖାଣିଥିଲେ। ସେହିପରି ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବସ୍ତାବ ଉକ୍ତ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରିଥିବାବେଳେ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳର ମଣ୍ଡଳ ରେଳଓ୍ବେ ପ୍ରବନ୍ଧକ ରିଙ୍କେଶ ରୟ ଉକ୍ତ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri